Posted inଜାତୀୟ

ନୃପେନ୍ଦ୍ର ମିଶ୍ର ହୋଇପାରନ୍ତି ଜମ୍ମୁ-କଶ୍ମୀର ଉପରାଜ୍ୟପାଳ

ନୂଆଦିଲ୍ଲୀ,୩୧ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ନୃପେନ୍ଦ୍ର ମିଶ୍ର ଶୁକ୍ରବାର ନିଜ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେବା ପରେ ସେ କେଉଁ ପଦବୀରେ ଅବସ୍ଥାପିତ ହେବେ ତାକୁ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ୧୯୭୭ ବ୍ୟାଚ୍‌ର ଏହି ଉତ୍ତରପ୍ରଦେଶ କ୍ୟାଡର ଆଇଏଏସ୍‌ ଅଧିକାରୀ ନବଗଠିତ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ଉପରାଜ୍ୟପାଳ ହୋଇପାରନ୍ତି ବୋଲି କୁହାଯାଉଛି। ପ୍ରଧାନମନ୍ତ୍ରୀଙ୍କ ଅନୁରୋଧକ୍ରମେ ସେ ଆଉ ଦୁଇସପ୍ତାହ ପିଏମ୍‌ଓରେ କାର୍ଯ୍ୟ କରିବାକୁ ରାଜି ହୋଇଛନ୍ତି। ପିଏମ୍‌ଓରେ ୫ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି କାର୍ଯ୍ୟ କରିଥିବା ନୃପେନ୍ଦ୍ର ପ୍ରଧାନମନ୍ତ୍ରୀଙ୍କର ଅତି ବିଶ୍ୱସ୍ତ। ଜମ୍ମୁ-କଶ୍ମୀର ସମ୍ପର୍କିତ ନିଷ୍ପତ୍ତିରେ ତାଙ୍କର ପ୍ରମୁଖ ଭୂମିକା ରହିଥିଲା।
ନୃପେନ୍ଦ୍ରଙ୍କୁ ଦିଲ୍ଲୀର ଉପରାଜ୍ୟପାଳ କରାଯାଇପାରେ ବୋଲି ମଧ୍ୟ ଶୁଣିବାକୁ ମିଳୁଛି। ମୋଦି ୨୦୧୪ରେ କେନ୍ଦ୍ରରେ ନେତୃତ୍ୱ ନେବାବେଳେ ନୃପେନ୍ଦ୍ର ତାଙ୍କୁ ଅନେକ ଶିକ୍ଷା ଓ ମାର୍ଗଦର୍ଶନ ଦେଇଥିଲେ, ଯାହା ଅତ୍ୟନ୍ତ ମୂଲ୍ୟବାନ ଥିଲା। ସେ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ, ଯାହାଙ୍କର ସରକାରୀ ନୀତି ଓ ପ୍ରଶାସନ ଉପରେ ଦଖଲ ରହିଥିବା ପ୍ରଧାନମନ୍ତ୍ରୀ ଟୁଇଟ୍‌ କରିଛନ୍ତି। ଏବେ ତାଙ୍କ ପାଇଁ ଜନସାଧାରଣ ତଥା ଜାତୀୟ ସ୍ବାର୍ଥ ନିମନ୍ତେ କାର୍ଯ୍ୟ କରିବାର ସମୟ ଆସିଛି ବୋଲି ଇସ୍ତଫା ନିଷ୍ପତ୍ତି ପରେ ନୃପେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ରାହୁ-କେତୁଙ୍କ କୃପାରୁ ସିଂହ ସମେତ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା: ବର୍ଷ ଶେଷ ସୁଦ୍ଧା ଧନଲାଭର ଯୋଗ! ହେବ ଏକ୍ସଟ୍ରା ରୋଜଗାର

ଭୁବନେଶ୍ୱର: ବର୍ଷ ଶେଷରେ ରାହୁ-କେତୁଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୫ ଡିସେମ୍ବର ୨୦୨୬ରେ ରାହୁ କୁମ୍ଭ ରାଶିରୁ ବାହାରି ମକର ରାଶିରେ…

ପ୍ଲେଇଂ ଇଲେଭେନ୍‌ରେ ବୈଭବଙ୍କୁ ଦେଖିବାକୁ ନ ପାଇ ଆଶ୍ଚର୍ଯ୍ୟ ହୋଇଗଲେ ଜାପାନ ଅଧିନାୟକ; କହିଲେ ଏମିତି…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ କରାଯାଇଥିଲା।…

ହାରୁ ହାରୁ ମ୍ୟାଚ ଜିତିଗଲା ଭାରତ, ଦୀର୍ଘ ନିଃଶ୍ୱାସ ମାରି ଶ୍ରେୟସ ଆୟର କହିଲେ…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର (୨୨ ସେପ୍ଟେମ୍ବର) ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଐତିହାସିକ ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ହାରୁଥିବା ମ୍ୟାଚକୁ ଶେଷରେ ମାତ୍ର ୨…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ରାଣୀ ମୁଖାର୍ଜୀଙ୍କ ଉପରେ ଭାଙ୍ଗିପଡିଲା ଦୁଃଖର ପାହାଡ଼, ଏମିତି କେବେ ଘଟିବ ବୋଲି…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିପଡ଼ିଛି। ତାଙ୍କ ମାଆ କୃଷ୍ଣା ମୁଖାର୍ଜୀଙ୍କର ୭୫ ବର୍ଷ ବୟସରେ ପରଲୋକ ଘଟିଛି। ମଙ୍ଗଳବାର, ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?