ନୃସିଂହନାଥ ମନ୍ଦିରରେ କଟକଣା

ପାଇକମାଳ,୧୭।୩(ଡି.ଏନ.ଏ)
ବରଗଡ଼ ଜିଲାର ଅନ୍ୟତମ ତୀର୍ଥକ୍ଷେତ୍ର ପାଇକମାଳ ବ୍ଲକ ନୃସିଂହନାଥ ମନ୍ଦିରରେ ପ୍ରଥମଥର ପାଇଁ ସାମାଜିକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରାଯାଇଛି। କରୋନା ଭାଇରସ ସଂକ୍ରମଣ ଆଶଙ୍କା ଥିବାରୁ ସୋମବାରଠାରୁ ଜାରି ହୋଇଥିବା ଏହି କଟକଣା ଅନୁଯାୟୀ, ଆସନ୍ତା ୩୧ତାରିଖ ପର୍ଯ୍ୟନ୍ତ ଭୋଗ ବିକ୍ରୟଠାରୁ ଆରମ୍ଭ କରି ବାଲ (ଛୋଟପିଲାଙ୍କ କେଶ)ପକା, ଅସ୍ଥି ପ୍ରବାହ, ବିବାହ, ବ୍ରତ ଆଦିକୁ ବନ୍ଦ ରହିବ। ଏହା ସହିତ ସ୍ଥାନୀୟ ଧର୍ମଶାଳା, ଅତିଥି ଭବନକୁ ମଧ୍ୟ ଉକ୍ତ ସମୟ ସୀମା ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଅନ୍ୟପଟେ ମହାପ୍ରଭୁଙ୍କ ପୂଜାର୍ଚ୍ଚନା ପୂର୍ବବତ୍‌ ନିୟମିତ ଚାଲୁ ରହିବ। ଏହି ପରିପ୍ରେକ୍ଷୀରେ ସୋମବାର ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇ ଉକ୍ତ ନିଷ୍ପତ୍ତି ନିଆଯାଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପାଇକମାଳ ବିଡ଼ିଓ ସୁରେନ୍ଦ୍ର ମେହେର, ତହସିଲଦାର ମନୋଜ କୁମାର ମେହେର, ଅତିରିକ୍ତ ତହସିଲଦାର ସୁକାନ୍ତ ରଣା, ଥାନା ଆଇଆଇସି ବିଶ୍ୱଜିତ ମନବୋଧ, ମନ୍ଦିର କାର୍ଯ୍ୟ ନିର୍ବାହୀ ଅଧିକାରୀ ପୁରୁଷୋତ୍ତମ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ଆଦର୍ଶ ଛାତ୍ର ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚି…

ତୁମୁଡ଼ିବନ୍ଧ, ୧୨।୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଭିକାର…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?