ନେଗେଟିଭ୍‌ ଆସିଲା ଫୁଲବାଣୀ ଛାତ୍ରଙ୍କ ରକ୍ତ ନମୂନା

କଟକ ଅଫିସ, ୪।୨: ଚାଇନାର ସିଚୁଆନସ୍ଥିତ ସାଉଥ୍‌ ଓ୍ବେଷ୍ଟ ମେଡିକାଲ ବିଶ୍ୱବିଦ୍ୟାଳୟରେ ଏମ୍‌ବିବିଏସ୍‌ ପଢ଼ୁଥିବା ଫୁଲବାଣୀର ଜଣେ ଛାତ୍ର କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଥିଲା। ହେଲେ ମଙ୍ଗଳବାର ତାଙ୍କ ରକ୍ତ ନମୂନା ରିପୋର୍ଟ ନେଗେଟିଭ୍‌ ଆସିଛି। ଫଳରେ ସେ କରୋନାରେ ଆକ୍ରାନ୍ତ ନ ଥିବା ସ୍ପଷ୍ଟ ହୋଇଛି। ଏହାଛଡ଼ା ଏସ୍‌ସିବିରୁ ଲ୍ୟାବ୍‌ ଯାଇଥିବା ୬ଟି ସାମ୍ପୁଲରୁ ୫ ନେଗେଟିଭ୍‌ ଆସିଛି। ଜଣେ ମହିଳାଙ୍କ ରିପୋର୍ଟ ଆସି ନ ଥିବା ଡିଏମ୍‌ଏଲ୍‌ଟି ଡା ସିବିକେ ମହାନ୍ତି ସୂଚନା ଦେଇଛନ୍ତି।

ପ୍ରକାଶ ଯେ, କରୋନା ଭୂତାଣୁ ସଂକ୍ରମଣ ସନ୍ଦେହରେ ସମ୍ପୃକ୍ତ ଛାତ୍ର ପ୍ରଥମେ କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେ ଗତ ଜାନୁୟାରୀ ୧୧ ତାରିଖରେ ଚାଇନାରୁ ଫୁଲବାଣୀ ଫେରିଥିଲେ। ପ୍ରାୟ ଏକ ସପ୍ତାହ ଧରି ତାଙ୍କୁ ଥଣ୍ଡା ଓ କାଶ ଲାଗି ରହିଥିଲା। ଅପରପକ୍ଷେ ଚାଇନାରୁ ଫେରିଥିବାରୁ ତାଙ୍କୁ କରୋନା ଭାଇରସ ଆକ୍ରାନ୍ତ ହୋଇଥିବା ସନ୍ଦେହ ହୋଇଥିଲା। ଏଣୁ ସେ କନ୍ଧମାଳ ସିଡିଏମ୍‌ଓଙ୍କୁ ଚିଠି ଲେଖି ତାଙ୍କର ସ୍ବାସ୍ଥ୍ୟପରୀକ୍ଷା ସ୍ବତନ୍ତ୍ର ଭାବେ କରାଯିବାକୁ ନିବେଦନ କରିଥିଲେ। ହେଲେ ଉକ୍ତ ଡାକ୍ତରଖାନାରେ ସେଭଳି ସ୍ବତନ୍ତ୍ର ସୁବିଧା ନ ଥିବାରୁ ତାଙ୍କୁ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କର ରକ୍ତ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପୁଣେସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜିକୁ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri