ନେଚରସ୍‌ କ୍ଲବ, ସେଭ୍‌ ଦ ଚିଲଡ୍ରେନ୍‌ ପକ୍ଷରୁ କରୋନା ସଚେତନତା: ଅନ୍ତେବାସୀଙ୍କୁ ସାବୁନ୍‌, ମାସ୍କ ପ୍ରଦାନ

କେନ୍ଦ୍ରାପଡ଼ା ଅଫିସ,୯ା୪: କେନ୍ଦ୍ରାପଡ଼ା ଜିଲା ଶିଶୁଯତ୍ନ ଗୃହ, ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରଗୁଡ଼ିକରେ ନେଚରସ୍‌ କ୍ଲବ ଏବଂ ସେଭ୍‌ ଦ ଚିଲ୍‌ଡ୍ରେନ୍‌ ପକ୍ଷରୁ ମହାମାରୀ କରୋନା ପରିସ୍ଥିତିରେ ପରିଷ୍କାର ପରିଚ୍ଛନ୍ନତା ନେଇ ସଚେତନତା ସୃଷ୍ଟି କରାଯାଇଛି। ଅନ୍ତେବାସୀମାନଙ୍କୁ କରୋନାରୁ ରକ୍ଷା ପାଇବା ତଥା ସୁସ୍ଥ ରହିବା ନେଇ ସଚେତନ କରାଯାଇଥିଲା। ୬ଷ୍ଠ ପର୍ଯ୍ୟାୟରେ ହାତ ଧୋଇବାର ଅଭ୍ୟାସ ମଧ୍ୟ କରାଯାଇଥିଲା। ସେଭ୍‌ ଦ ଚିଲ୍‌ଡ୍ରେନ୍‌ ପକ୍ଷରୁ ଶିଶୁଗୃହ ଅନ୍ତେବାସୀ ଓ ସେବା ପ୍ରଦାନକାରୀମାନଙ୍କୁ ଜଣ ପ୍ରତି ୪ଟି ଲେଖାଏ ସାବୁନ, ଗୋଟିଏ ମାସ୍କ ଏବଂ ପ୍ରତ୍ୟେକ ଶିଶୁଗୃହକୁ ୫ଟି ଲେଖାଏ ହ୍ୟାଣ୍ଡ୍‌ଓ୍ବାଶ୍‌ ପ୍ରଦାନ କରାଯାଇଥିଲା। ଏହି ଅନୁଷ୍ଠାନର ଅଭିଜିତ୍‌ ଭଦ୍ର, ନେଚରସ୍‌ କ୍ଲବର ସମ୍ପାଦକ ଅଲ୍ୟଳ ବଳ ଏବଂ ଉପଦେଷ୍ଟା ବିରଜା ପ୍ରସାଦ ପତି ଉକ୍ତ କାର୍ଯ୍ୟକ୍ରମରେ ସାମିଲ ଥିଲେ। ପଲ୍ଲୀଶ୍ରୀ ଶିଶୁଯତ୍ନ ଗୃହ କୋରୁଆ, ଲୁଥେରାମ ଶିଶୁଯତ୍ନ ଗୃହ ପାଟଳିପଙ୍କ ପକ୍ଷରୁ ଯଥାକ୍ରମେ ଶ୍ରୀକାନ୍ତ ନାୟକ, ପ୍ରମିଳା ତ୍ରିପାଠୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତର ଦିବସ; କଳାହାଣ୍ଡିରେ ସ୍ୱାସ୍ଥ୍ୟ ସେବା ଠପ୍, ରୋଗୀ ହନ୍ତସନ୍ତ

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ): ଜାତୀୟ ଡାକ୍ତର ଦିବସରେ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ବୁଧବାର ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ…

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri