Posted inଖେଳ

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ହାର୍ଦ୍ଦିକ ପାଣ୍ଡ୍ୟା, ଯଶପ୍ରୀତ ବୁମରାଙ୍କ ଭଳି କିଛି ଭାରତୀୟ ଖେଳାଳି ପୂର୍ବରୁ ଆସିଥିବା ବେଳେ ରବିବାର ଦୁଇ ଦେଶର ପ୍ରାୟ ଖେଳାଳି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଖେଳିଥିବା ତିଲକ ବର୍ମା, ଅର୍ଶଦୀପ ସିଂ, କୁଲଦୀପ ଯାଦବ, ହର୍ଷିତ ରାଣା, ଓ୍ବାଶିଂଟନ ସୁନ୍ଦରଙ୍କ ଭଳି ଖେଳାଳି ଆସିଛନ୍ତି। ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସମେତ ଦଳର ସପୋର୍ଟ ଷ୍ଟାଫ ସଦସ୍ୟ ମଧ୍ୟ ପହଞ୍ଚିଛନ୍ତି। ସେହିଭଳି ଟେମ୍ବା ବଭୁମା, ଏଡେନ ମାରକ୍ରାମ, ଟ୍ରିଷ୍ଟାନ ଷ୍ଟବ୍ସ, ରିଜା ହେଣ୍ଡ୍ରିକ୍ସ, ମାର୍କୋ ଜାନସେନ, ମାଥ୍ୟୁ ବ୍ରିଜକେ, ଡଓ୍ବୋଲ୍ଡ ବ୍ରେଭିସ, କ୍ୱିଣ୍ଟନ ଡି କକ୍‌, କର୍ବିନ ବୋଶ୍ଚ, କେଶବ ମହାରାଜଙ୍କ ଭଳି ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ଦଳର ଖେଳାଳି ପହଞ୍ଚି ସାରିଛନ୍ତି।
ଦଳର ଖେଳାଳି ପ୍ରାୟ ଅପରାହ୍ନ ୨ଟା ୫୦ରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ବିମାନ ବନ୍ଦରରେ ପହଞ୍ଚିଲେ। ଏହାପରେ ସେମାନଙ୍କୁ ଦୁଇଟି ସ୍ବତନ୍ତ୍ର ବସ ମାଧ୍ୟମରେ କଡ଼ା ସୁରକ୍ଷା ମଧ୍ୟରେ ହୋଟେଲ ମେଫେୟାରକୁ ନିଆଯାଇଥିଲା। ସେଠାରେ ମୟୂରଭଞ୍ଜର ପାରମ୍ପରିକ ସାନ୍ତାଳୀ ନୃତ୍ୟ, ବାଦ୍ୟ ଓ ଗୀତ ସହିତ ଫୁଲରେ ଖେଳାଳିଙ୍କୁ ସ୍ବାଗତ କରାଯାଇଥିଲା। ପରିବେଶ ପ୍ରକମ୍ପିତ ହୋଇଉଠିଥିଲା। ଏପରି କି ଦକ୍ଷିଣ ଆଫ୍ରିକୀୟ ଦଳର ଜଣେ ସଦସ୍ୟ ବାଦ୍ୟର ତାଳେ ତାଳେ ନାଚି ପରିବେଶର ଆନନ୍ଦ ନେଇଥିଲେ। ଖେଳାଳିଙ୍କୁ ସ୍ବାଗତ କରିବା ପାଇଁ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ସଭାପତି ପଙ୍କଜ ଲୋଚନ ମହାନ୍ତିଙ୍କ ସହ ଅନ୍ୟାନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ। ଖେଳାଳିଙ୍କୁ ଦେଖିବା ପାଇଁ ଉଭୟ ହୋଟେଲ ଓ ବିମାନବନ୍ଦର ବାହାରେ କିଛି ପ୍ରଶଂସକ ଅପେକ୍ଷା କରି ରହିଥିଲେ। ଦୁଇ ଦଳର ଖେଳାଳିମାନେ ପହଞ୍ଚିବା ପରେ ସେମାନଙ୍କୁ ଓ୍ବେଲକମ୍‌ ଡ୍ରିଙ୍କ୍ସରେ ନଡ଼ିଆ ପାଣି ଦିଆଯାଇଥିଲା।

ପୂର୍ବାହ୍ନରେ ଟିମ୍‌ ଇଣ୍ଡିଆ ନେଟ୍‌ ପ୍ରାକ୍ଟିସ

ଦୁଇ ଦଳକୁ ଭିନ୍ନ ଭିନ୍ନ ସମୟରେ ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଷ୍ଟାଡିୟମ ନିଆଯିବ। ଏ ସମ୍ପର୍କରେ ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତି ସୂଚନା ଦେଇଛନ୍ତି ଯେ, ପୂର୍ବାହ୍ନ ୧୧ଟା ୩୦ରେ ଭାରତୀୟ ଦଳ ନେଟ୍‌ ପ୍ରାକ୍ଟିସ କରିବ। ଏହାକୁ ଦେଖିବା ପାଇଁ ପ୍ରଶଂସକଙ୍କ ଲାଗି ଦୁଇଟି ଗ୍ୟାଲେରି ଖୋଲା ରହିବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…

ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା,...

ଜାପାନ ଭୂକମ୍ପରେ ୩୩ ଆହତ, ପ୍ରଧାନମନ୍ତ୍ରୀ ଗଠନ କଲେ ଏମରଜେନ୍ସି ଟାସ୍କ ଫୋର୍ସ

ଟୋକିଓ,୯।୧୨: ସୋମବାର ରାତିରେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହେବା ପରେ ଲୋକମାନେ ଏବେ ବି ଭୟଭୀତ ଅଛନ୍ତି। ଭୂମିକମ୍ପ ପରେ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କଲେ ଶାହିଦ ଆଫ୍ରିଦି, ରୋହିତ ଏବଂ ବିରାଟଙ୍କ ବିଷୟରେ କହିଲେ ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ନୂଆଦିଲ୍ଲୀ,୯।୧୨: ପୂର୍ବତନ ପାକିସ୍ତାନୀ ଅଧିନାୟକ ଶାହିଦ ଆଫ୍ରିଦି ପୁଣି ଥରେ ଭାରତୀୟ କ୍ରିକେଟ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଏଥର ସେ ଟିମ ଇଣ୍ଡିଆର...

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ,୯।୧୨: ପାକିସ୍ତାନ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF), ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର କହିଛନ୍ତି ଯେ ପାକିସ୍ତାନ ଏକ ଶାନ୍ତିପ୍ରିୟ ଦେଶ ଏବଂ କାହାକୁ...

ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍‌: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ

ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ...

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

IPL 2026 Auction: ଅକ୍ସନର ଫାଇନାଲ ଲିଷ୍ଟରେ ବାଜିଲା ମୋହର, ୧୦୦୦ ଖେଳାଳି ଆଉଟ, ଷ୍ଟାର ଖେଳାଳିଙ୍କ ସରପ୍ରାଇଜ ଏଣ୍ଟ୍ରି

ନୂଆଦିଲ୍ଲୀ,୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଡିସେମ୍ବର ୧୬ରେ ଆବୁଧାବିରେ ଏକ ମିନି-ନିଲାମ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri