ନେତାଜୀ ଜୟନ୍ତୀରେ ଗଣଦୌଡ଼

ଖଇରା, ୨୪।୧(ଡି.ଏନ.ଏ.)-ନେତାଜୀ ଜୟନ୍ତୀ ଉପଲକ୍ଷେ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଣ୍ଡିବେଡ ବଜାରରେ ଗୁରୁବାର ଗଣଦୌଡ ଆୟୋଜନ କରାଯାଇଥିଲା। ଏଥିରେ ଖଇରା ବ୍ଲକର ୩୭ ପଞ୍ଚାୟତର ସହସ୍ରାଧିକ ଯୁବକ ସାମିଲ ହୋଇଥିଲେ। ଖଇରା ରନ ଲେଖାଥିବା ପୋଷାକ ପିନ୍ଧି ଯୁବକମାନେ ଦୌଡିବାକୁ ପ୍ରସ୍ତୁତ ହୋଇଯାଇଥିଲେ। ବ୍ରହ୍ମାନନ୍ଦ ହସ୍ତଶିଳ୍ପ ଓ ସମାଜ କଲ୍ୟାଣ ଟ୍ରଷ୍ଟ ଆନୁକୂଲ୍ୟରେ ଆୟୋଜିତ ଏହି ଗଣଦୌଡକୁ ପର୍ଯ୍ୟଟନ ସଂସ୍କୃତିମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ପତାକା ଦେଖାଇ ଉଦ୍‌ଘାଟନ କରିଥିଲେ। ଖଇରା ତହସିଲଦାର ପ୍ରଦୀପ ସାହୁ ଉପସ୍ଥିତ ଥିଲେ। ଯୁବଗୋଷ୍ଠୀଙ୍କୁ ଉତ୍ସାହିତ କରିବା ପାଇଁ ଚଳଚ୍ଚିତ୍ର ଅଭିନେତ୍ରୀ ପୁନମ ମିଶ୍ର ସାମିଲ ହୋଇଥିଲେ। ହୁଇସିଲ ବାଜିବା ମାତ୍ରେ ଯୁବକମାନେ ଦୌଡିବା ଆରମ୍ଭ କରିଥିଲେ। ଓଝାପୋଖରୀ, ମହତୀପୁର, କଣ୍ଟାପଡା, ବଟେଶ୍ୱର ଆଦି ଛକରେ ଯାତ୍ରୀମାନେ ଗଣଦୌଡରେ ସାମିଲ ହୋଇଥିବା ଯୁବକମାନଙ୍କୁ ସ୍ବାଗତ କରିଥିଲେ। ୮କି.ମି. ଅତିକ୍ରମ କରି ପ୍ରଥମେ ଖଇରାରେ ପହଞ୍ଚିଥିବା ପ୍ରଥମ ୧୦ଜଣ ଯୁବତୀ ଓ ୧୦ଜଣ ଯୁବକଙ୍କୁ ପୁରସ୍କୃତ କରାଯାଇଥିଲା। ଖଇରା ଦୁର୍ଗାମଣ୍ଡପଠାରେ ବ୍ରହ୍ମାନନ୍ଦ ଟ୍ରଷ୍ଟର ସଭାପତି ରବୀନ୍ଦ୍ର ମହାନ୍ତିଙ୍କ ପୌରୋହିତ୍ୟରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ, ଖଇରା ଆକାଂକ୍ଷା ପାୱାର ପରିଚାଳନା ନିର୍ଦ୍ଦେଶକ ବିପିନ ବିହାରୀ ଦାସ, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ନେସ୍କୋର ପରିଚାଳକ ଶ୍ୟାମଳେନ୍ଦୁ ଜେନା ଓ ମନୋଜ କୁମାର ନାୟକ, ଆକାଂକ୍ଷା ନିର୍ଦ୍ଦେଶିକା ଚୈତାଳୀ ଦାସମହାପାତ୍ର, ଖଇରା ବ୍ଲକ ଅଧ୍ୟକ୍ଷା ଅଭିଲିପ୍ସା ସାହୁ, ବରିଷ୍ଠ ରାଜନେତା ଶରତ କୁମାର ଦାସ, ପ୍ରାକ୍ତନ କଲେଜ ଅଧ୍ୟକ୍ଷ ଉମେଶ ଚନ୍ଦ୍ର ନାୟକ, ପ୍ରୋଜେକ୍ଟ ଲିଡର ସୁଶୀଲ କୁମାର ସାମଲ, ପଳସା ସରପଞ୍ଚ ପଙ୍କଜିନୀ ଦାସମହାପାତ୍ର, ଟ୍ରଷ୍ଟର ସମ୍ପାଦକ ଲକ୍ଷ୍ମୀକାନ୍ତ ଦାଶ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ପ୍ରାକ୍ତନ ସରପଞ୍ଚ ମାନସ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଜ୍ଞାନଶ୍ରୀ କମ୍ପ୍ୟୁଟର ଶିକ୍ଷାକେନ୍ଦ୍ର,ଏଭିଏମ ସ୍କୁଲ, ଯୁବ ସ୍ବାଭିମାନ ମଞ୍ଚ, ଜନହିତ ଯୁବକ ସଂଘ, ଦିଲୀପ କର ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri