ନେମାଳୋ ପୀଠର ହେବ ବିକାଶ

ଭୁବନେଶ୍ୱର,୧୨।୩(ବ୍ୟୁରୋ): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ମହାପୁରୁଷ ଅଚ୍ୟୁତାନନ୍ଦ ଦାସଙ୍କ ପୀଠସ୍ଥଳୀ ତଥା ପ୍ରସିଦ୍ଧ ନେମାଳୋ ପୀଠର ବିକାଶ କରାଯିବ। ଏନେଇ ପଞ୍ଚାୟତିରାଜ, ପାନୀୟଜଳ, ଆଇନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ଦୃଷ୍ଟିକୋଣରୁ ଗୁରୁତ୍ୱ ବହନ କରିଥିବା ଏହି ପୀଠକୁ ଦୈନନ୍ଦିନ ପର୍ଯ୍ୟଟକ, ଶ୍ରଦ୍ଧାଳୁଙ୍କ ଆଗମନକୁ ଦୃଷ୍ଟିରେ ରଖି ଏହି ପୀଠର ବିକାଶ ପାଇଁ ଉକ୍ତ ବୈଠକରେ ଗୁରୁତ୍ୱାରୋପ କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବିଶେଷକରି ପୀଠ ଏବଂ ଏହାର ଚତୁଃପାର୍ଶ୍ୱର ସୌନ୍ଦର୍ଯ୍ୟକରଣ, ଜନସାଧାରଣଙ୍କ ସୁବିଧା, ଆନନ୍ଦବଜାରର ଉନ୍ନତିକରଣ, ଆଲୋକୀକରଣ, ରହିବା ବ୍ୟବସ୍ଥା ଆଦି ବିଷୟରେ ଆଲୋଚନା କରାଯାଇଛି। ଏ ନେଇ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ଚୁଡ଼ାନ୍ତ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ବୈଠକରେ ଦେବୋତ୍ତର କମିଶନର, ପର୍ଯ୍ୟଟନ ବିଭାଗ ଯୁଗ୍ମ ସଚିବ, କଟକ ଉପଜିଲାପାଳ ପ୍ରମୁଖଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀ ଓ ସ୍ଥାନୀୟ ପ୍ରତିନିଧିମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ...

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri