ନେଳିଆବାଗରେ କଣ୍ଟେନମେଣ୍ଟ ଅବଧି ଆଉ ୭ଦିନ ବଢିଲା

ବାଲେଶ୍ୱର ଅଫିସ,୨୬।୪-ବାଲେଶ୍ୱର ପୌରାଞ୍ଚଳର ନେଳିଆବାଗ ଅଞ୍ଚଳରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ ଜିଲା ପ୍ରଶାସନ ତରଫରୁ ସଂକ୍ରମଣ ପ୍ରତିରୋଧ ଅଞ୍ଚଳ (କଣ୍ଟେନମେଣ୍ଟ ଜୋନ) ଭାବେ ଘୋଷଣା କରାଯାଇଥିଲା। ସେହି ଅଞ୍ଚଳରେ ଲୋକମାନଙ୍କ ଯିବା ଓ ଆସିବା ଉପରେ କଟକଣା ଜାରି କରାଯିବା ସହ ଲୋକମାନଙ୍କୁ ନିଜ ଘରେ ରହିବାକୁ କୁହାଯାଇଥିଲା । ଏପ୍ରିଲ ୨୫ ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ପୂର୍ବରୁ ଘୋଷଣା କରାଯାଇଥିଲା। ଏବେ ଏହି କଣ୍ଟେନମେଣ୍ଟ ଅବଧିକୁ ଆଉ ୭ଦିନ ଅର୍ଥାତ ମେ’ ୨ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।
ପରବର୍ତ୍ତୀ ପର୍ଯ୍ୟାୟରେ ସେହି ଅଞ୍ଚଳରେ ଆହୁରି ୭ଟି ପଜିଟିଭ ଚିହ୍ନଟ ହେବା ପରେ ସେଠାରେ ପଜିଟିଭ ସଂଖ୍ୟା ଏବେ ୮କୁ ବୃଦ୍ଧି ପାଇଛି । ତେଣୁ ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଅଞ୍ଚଳରେ କୋଭିଡ଼-୧୯ ସଂକ୍ରମଣକୁ ରୋକିବା ଲାଗି ଜିଲାପାଳ ତଥା କ୍ଷମତାପ୍ରାପ୍ତ ଅଧିକାରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଏହି ଅବଧିକୁ ଆଉ ୭ଦିନ ବୃଦ୍ଧି କରିଛନ୍ତି । ପୂର୍ବରୁ ସେହି ଅଞ୍ଚଳରେ ଜାରି କରାଯାଇଥିବା ସମସ୍ତ କଟକଣା ଆସନ୍ତା ମେ’ ୨ ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ସେହିପରି ରବିବାର ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ସମଗ୍ର ବାଲେଶ୍ୱର ଜିଲାରେ ଶଟଡାଉନ ଅବଧି ସରିଥିବା ବେଳେ ଜିଲାରେ ପୂର୍ବଭଳି ଲକ୍‌ଡାଉନ କଟକଣା ଜାରି ରହିବ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନଗୁଡ଼ିକ ଦିନ ୨ଟା ପର୍ଯ୍ୟନ୍ତ ଖୋଲା ରହିପାରିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri