ନେସ୍କୋର ବକେୟା ବିଦ୍ୟୁତ୍‌ ବିଲ ଆଦାୟ, ସଂଯୋଗ ବିଚ୍ଛିନ୍ନ ଅଭିଯାନ: ୪ ଦିନରେ ଆଦାୟ ହେଲା ୫କୋଟି ୩୭ଲକ୍ଷ

ବାଲେଶ୍ୱର ଅଫିସ, ୨୧।୨-ବାଲେଶ୍ୱର ନେସ୍କୋ ୟୁଟିଲିଟି ପକ୍ଷରୁ ଗତ ୧୬ତାରିଖଠାରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଜିଲାର ୧୩୨ଟି ସ୍ବତନ୍ତ୍ର ସ୍କ୍ବାଡ଼ ଦ୍ୱାରା ବକେୟା ବିଦ୍ୟୁତ୍‌ ବିଲ ଆଦାୟ ଓ ସଂଯୋଗ ବିଚ୍ଛିନ୍ନ ଅଭିଯାନ ଆରମ୍ଭ କରାଯାଇଛି। ବୁଧବାର ସୁଦ୍ଧା ୪ ଦିନରେ ୨୦, ୨୨୧ ବିଦ୍ୟୁତ୍‌ ଉପଭୋକ୍ତାଙ୍କଠାରୁ ୫ କୋଟି ୩୭ଲକ୍ଷ ୨୭ହଜାର ଟଙ୍କା ଆଦାୟ ହୋଇଛି। ୩୭୩୨ ଜଣ ଉପଭୋକ୍ତାଙ୍କର ୭ କୋଟି ୩୫ହଜାର ଟଙ୍କା ବାକି ପଡ଼ିଥିବାରୁ ସେମାନଙ୍କୁ ବିଦ୍ୟୁତ୍‌ ବିଚ୍ଛିନ୍ନ କରାଯାଇଥିବା ବିଭାଗୀୟ ପକ୍ଷରୁ ଗୁରୁବାର ଏକ ପ୍ରେସ୍‌ ବିବୃତ୍ତିରେ ଜଣାଇଛନ୍ତି।
ବାଲେଶ୍ୱର ଜିଲାର ୩୮ଟି ସ୍କ୍ବାଡ଼ ମାଧ୍ୟମରେ ୩୫୭୫ ବିଦ୍ୟୁତ୍‌ ଉପଭୋକ୍ତାଙ୍କଠାରୁ ୯୪ଲକ୍ଷ ୮୯ହଜାର ଟଙ୍କା ଆଦାୟ ହୋଇଛି। ୧୨୮୬ ଉପଭୋକ୍ତାଙ୍କର ୧କୋଟି ୫୪ଲକ୍ଷ ୨୭ହଜାର ଟଙ୍କା ବାକି ପଡ଼ିଥିବାରୁ ସେମାନଙ୍କ ବିଦ୍ୟୁତ୍‌ ବିଚ୍ଛିନ୍ନ କରାଯାଇଛି। ସେହିପରି ଭଦ୍ରକରେ ୨୪ଟି ସ୍କ୍ବାଡ଼୍‌ ମାଧ୍ୟମରେ ୧୭୭୯ ବିଦ୍ୟୁତ୍‌ ଉପଭୋକ୍ତାଙ୍କଠାରୁ ୭୫ଲକ୍ଷ ୬୫ହଜାର ଟଙ୍କା ଆଦାୟ ହୋଇଛି। ୬୮୩ ଉପଭୋକ୍ତାଙ୍କର ୧କୋଟି ୪୦ଲକ୍ଷ ୩୨ହଜାର ଟଙ୍କା ବାକି ପଡ଼ିଥିବାରୁ ସେମାନଙ୍କ ବିଦ୍ୟୁତ୍‌ ବିଚ୍ଛିନ୍ନ କରାଯାଇଛି। ଯାଜପୁରରେ ୨୦ଟି ସ୍କ୍ବାଡ଼୍‌ ମାଧ୍ୟମରେ ୧୩୭୮ ବିଦ୍ୟୁତ୍‌ ଉପଭୋକ୍ତାଙ୍କଠାରୁ ୯୮ଲକ୍ଷ ୮୭ହଜାର ଟଙ୍କା ଆଦାୟ ହୋଇଛି। ୩୦୦ ଉପଭୋକ୍ତାଙ୍କର ୭୦ଲକ୍ଷ ୧୭ହଜାର ଟଙ୍କା ବାକି ପଡ଼ିଥିବାରୁ ସେମାନଙ୍କ ବିଦ୍ୟୁତ୍‌ ବିଚ୍ଛିନ୍ନ କରାଯାଇଛି। ମୟୂରଭଞ୍ଜରେ ୨୭ଟି ସ୍କ୍ବାଡ଼ ମାଧ୍ୟମରେ ୧୧୦୬୮ ବିଦ୍ୟୁତ୍‌ ଉପଭୋକ୍ତାଙ୍କଠାରୁ ୧କୋଟି ୮୫ଲକ୍ଷ ୪୮ହଜାର ଟଙ୍କା ଆଦାୟ ହୋଇଛି। ୬୭୭ ଉପଭୋକ୍ତାଙ୍କର ୧କୋଟି ୮୮ଲକ୍ଷ ୪୬ ହଜାର ଟଙ୍କା ବାକି ପଡ଼ିଥିବାରୁ ସେମାନଙ୍କ ବିଦ୍ୟୁତ୍‌ ବିଚ୍ଛିନ୍ନ କରାଯାଇଛି। କେନ୍ଦୁଝରରେ ୨୩ଟି ସ୍କ୍ବାଡ଼ ମାଧ୍ୟମରେ ୨୪୨୧ ବିଦ୍ୟୁତ୍‌ ଉପଭୋକ୍ତାଙ୍କଠାରୁ ୮୨ଲକ୍ଷ ୩୮ହଜାର ଟଙ୍କା ଆଦାୟ ହୋଇଛି। ୭୮୬ ଉପଭୋକ୍ତାଙ୍କର ୧କୋଟି ୪୭ଲକ୍ଷ ୧୩ହଜାର ଟଙ୍କା ବାକି ପଡ଼ିଥିବାରୁ ସେମାନଙ୍କ ବିଦ୍ୟୁତ୍‌ ବିଚ୍ଛିନ୍ନ କରାଯାଇଥିବା ବିଭାଗୀୟ ଲୋକସମ୍ପର୍କ ଅଧିକାରୀ ଚିତ୍ତରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri