Posted inଜାତୀୟ

ନେହେରୁ, ଇନ୍ଦିରାଙ୍କ ବିରୋଧରେ ମନ୍ତବ୍ୟ ଦେଇ ଗିରଫ ହେଲେ ବଲିଉଡ୍‌ ଅଭିନେତ୍ରୀ ପାୟଲ

ନୂଆଦିଲ୍ଲୀ,୧୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଏବଂ ଇନ୍ଦିରା ଗାନ୍ଧୀଙ୍କ ବିରୋଧରେ ମନ୍ତବ୍ୟ ଦେଇ ବଲିଉଡ୍‌ ଅଭିନେତ୍ରୀ ପାୟଲ ରୋହତଗୀ ଗିରଫ ହୋଇଛନ୍ତି। ଏନେଇ ପାୟଲ ଫେସବୁକ୍‌ରେ ସୂଚନା ଦେଇଛନ୍ତି। ତାଙ୍କୁ ରାଜସ୍ଥାନ ପୋଲିସ ଗିରଫ କରିଥିବା ସେ କହିଛନ୍ତି। ଆଇଟି ଅଧିନିୟମ ଧାରା ୬୬ ଏବଂ ୬୭ ଅନ୍ତର୍ଗତ ତାଙ୍କୁ ଗିରଫ କରାଯାଇଛି। ବୁନ୍ଦିର ସଦର ଥାନାରେ ଏନେଇ ଏକ ମାମଲା ଦାଏର ହୋଇଥିଲା। ମୋତିଲାଲ ନେହେରୁଙ୍କ ଉପରେ ଏକ ଭିଡ଼ିଓ ପ୍ରସ୍ତୁତ କରୁଥିବାବେଳେ ଏପରି ହୋଇଥିବା ସେ କହିଛନ୍ତି। ଗୁଗୁଲରେ ଉପଲବ୍ଧ ସୂଚନା ପାୟଲ ବ୍ୟବହାର କରିଥିବା କହିଛନ୍ତି। କଂଗ୍ରେସ ନେତା ଚର୍ମେଶ ଶର୍ମା ଏନେଇ ଏକ ମାମଲା ଦାଏର କରିଥିବା ଏସ୍‌ପି ମମତା ଗୁପ୍ତା ସୂଚନା ଦେଇଛନ୍ତି। ପାୟଲଙ୍କୁ ଅହମ୍ମଦାବାଦରୁ ଗିରଫ କରି ବୁନ୍ଦି ଅଣାଯାଉଛି। ସୋମବାର ଜାମିନ ଉପରେ ବିଚାର ହେବ ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଭେଟିଲେ ରଶ୍ମିକା-ବିଜୟ; ଫଟୋ ଶେୟାର କରି ପ୍ରକାଶ କଲେ ହୃଦୟସ୍ପର୍ଶୀ ଭାବନା

ଚେନ୍ନାଇ,୧୩।୧୦: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଅଭିନେତ୍ରୀ ରଶ୍ମିକା ମନ୍ଧାନାଙ୍କ ସହ ଅଭିନେତା ତଥା ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କୁ ଭେଟିଛନ୍ତି।…

ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏ…

ଏସ୍‌ଆଇଆର୍‌ ଜନସାଧାରଣଙ୍କ ଆସ୍ଥାକୁ ସୁଦୃଢ଼ କରିବାର ଅତ୍ୟାବଶ୍ୟକ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୦(ସୁନିତ୍‌ ମିଶ୍ର): ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଓ ଅବାଧ ନିର୍ବାଚନ ସହ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ମତଦାନ ଅଧିକାରର ସୁରକ୍ଷା ଉପରେ ନିର୍ଭରକରେ । ଏଥିପାଇଁ ସ୍ବଚ୍ଛ…

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?