Posted inଖେଳ

ନେହେରୁ କପ୍‌ ହକି ଫାଇନାଲରେ ମାରପିଟ୍‌

ନୂଆଦିଲ୍ଲୀ,୨୬।୧୧- ହକି ଗ୍ରାଉଣ୍ଡରେ ସାଧାରଣତଃ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌ ହେବା ଘଟଣା କ୍ୱଚିତ ଦେଖାଯାଏ। ମାତ୍ର ଏଭଳି ଘଟଣା ଜାତୀୟ ସ୍ତରୀୟ ହକି ଟୁର୍ନାମେଣ୍ଟ ନେହେରୁ କପ୍‌ର ଫାଇନାଲରେ ଦେଖିବାକୁ ମିଳିଛି। ସ୍ଥାନୀୟ ନ୍ୟାଶନାଲ ଷ୍ଟାଡିୟମରେ ପଞ୍ଜାବ ପୋଲିସ ଓ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି) ମଧ୍ୟରେ ସୋମବାର ଅନୁଷ୍ଠିତ ଫାଇନାଲ ଅତ୍ୟଧିକ ସଂଘର୍ଷପୂର୍ଣ୍ଣ ହୋଇଥିଲା। ପରିସ୍ଥିତି ଏପରି ହୋଇଥିଲା ଯେ, ଉଭୟ ଦଳର ଖେଳାଳିମାନେ ପରସ୍ପରକୁ ଆକ୍ରମଣ କରିବାକୁ ପଛାଇ ନ ଥିଲେ। ସ୍କୋର ଲାଇନ୍‌ ୩-୩ରେ ସଂଘର୍ଷପୂର୍ଣ୍ଣ ସ୍ଥିତିରେ ଥିବାବେଳେ ପିଏନ୍‌ବି ଆଟାକିଂ ପୋଜିଶନରେ ଥିଲା। ଏତିକି ବେଳେ ଦୁଇ ଦଳର ଖେଳାଳି ହାତାହାତି ଓ ପରେ ହକି ଷ୍ଟିକରେ ପରସ୍ପରକୁ ଆକ୍ରମଣ କରିଥିଲେ। ଫଳରେ କିଛି ସମୟ ପାଇଁ ଖେଳ ପଡ଼ିଆ ଯୁଦ୍ଧ ପଡ଼ିଆରେ ପରିଣତ ହୋଇଥିଲା। ଟୁର୍ନାମେଣ୍ଟ ଅଫିସିଆଲ ଫିଲ୍ଡ ମଧ୍ୟକୁ ପ୍ରବେଶ କରିବାପରେ ସ୍ଥିତି ନିୟନ୍ତ୍ରଣକୁ ଆସିଥିଲା। ଏଭଳି ଅଣଖେଳୁଆଡ଼ ମନୋଭାବ ଯୋଗୁ ରେଫରି ଉଭୟ ଦଳର ୩ ଲେଖାଏ ଖେଳାଳି ଓ ପଞ୍ଜାବ ପୋଲିସ ମ୍ୟାନେଜରଙ୍କୁ ରେଡ କାର୍ଡ ଦେଇଥିଲେ। ଫଳରେ ଦୁଇ ଦଳକୁ ୮ ଜଣ ଖେଳାଳିରେ ଖେଳିବାକୁ ପଡ଼ିଥିଲା। ବିରତି ପରେ ପିଏନ୍‌ବି ୬-୩ ବ୍ୟବଧାନରେ ଜିତିବା ସହ ଚାମ୍ପିୟନ ହୋଇଥିଲା। ମ୍ୟାଚ୍‌ବେଳେ ଏଭଳି ଘଟଣାକୁ ସହଜରେ ଗ୍ରହଣ କରିପାରି ନାହିଁ ହକି ଇଣ୍ଡିଆ (ଏଚ୍‌ଆଇ)। ଟୁର୍ନାମେଣ୍ଟ ଆୟୋଜକଙ୍କୁ ତୁରନ୍ତ ସମ୍ପୂର୍ଣ୍ଣ ତଥ୍ୟ ଦେବାକୁ କୁହାଯାଇଛି। ରିପୋର୍ଟ ଆସିବା ପରେ ହିଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଏଚ୍‌ଆଇ ସିଇଓ ଏଲିନା ନର୍ମାନ କହିଛନ୍ତି। ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ ତଥା ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ମୁଖ୍ୟ ନରିନ୍ଦର ବାତ୍ରା ସମ୍ପୃକ୍ତ ଖେଳାଳି ଓ ଅଫିସିଆଲଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ଏଚ୍‌ଆଇକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ୟୁପିରେ ଅଦଳବଦଳ

ନିକଟରେ ଉତ୍ତର ପ୍ରଦେଶ(ୟୁପି)ରେ ବାବୁ ଅଦଳବଦଳ କରାଯାଇଛି। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟରେ ୨୦୨୪ ବ୍ୟାଚ୍‌ର ୧୮ ଜଣ ଯୁବ ଆଇଏଏସ୍‌ ଅଧିକାରୀଙ୍କୁ ଆସିଷ୍ଟାଣ୍ଟ ମାଜିଷ୍ଟ୍ରେଟରୁ ଜଏଣ୍ଟ…

ଅଗଷ୍ଟର ଶେଷ ସପ୍ତାହ ଏହି ୫ ରାଶି ପାଇଁ ରହିବ ବହୁତ ଖାସ୍‌: ବଢିବ ଦରମା ସାଙ୍ଗକୁ…

ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ୨୯ ଅଗଷ୍ଟ ୨୦୨୬ ଦିନଟି ବେଶ ବିଶେଷ ରହିପାରେ। ଏହି ଦିନଠାରୁ ଭାଦ୍ରବ ମାସ ଆରମ୍ଭ ହେଉଥିବା ବେଳେ କୃଷ୍ଣପକ୍ଷ ପ୍ରତିପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri