‘ନୋଟାରେ ଦେବୁ ପଛେ ଅପରାଜିତାଙ୍କୁ ନୁହଁ’

ଖୋର୍ଦ୍ଧା,୨୯ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱରରୁ ବେଗୁନିଆ ଏବେ ସବୁଠି ଭାଜପାର ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କୁ ବିରୋଧ କରାଯାଉଛି। ଭାଜପା ପକ୍ଷରୁ ଲୋକ ସଭା ପ୍ରଥମ ପର୍ଯ୍ୟାୟ ତାଲିକାରେ ଭୁବନେଶ୍ୱର ଆସନରୁ ଅପରାଜିତା ଟିକେଟ ପାଇବା ପରେ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ ପାଇଁ ଯାଇଥିଲେ। ସେଠାରେ ଲିଙ୍ଗରାଜ ମନ୍ଦିର ସେବାୟତ ତାଙ୍କୁ ବିରୋଧ କରିଥିଲେ। ଲିଙ୍ଗରାଜ ମନ୍ଦିର ପାଇଁ କ’ଣ କରିଛନ୍ତି ବୋଲି ପ୍ରଶ୍ନ କରିଥିଲେ। ଏପରିକି ସେବାୟତଙ୍କ ଉନ୍ନତି ପାଇଁ ଉଦ୍ଦିଷ୍ଟ ଆଇନକୁ କାହିଁକି ସେ ବିରୋଧ କରୁଛନ୍ତି ବୋଲି କେତେଜଣ ସେବାୟତ ଗଣମାଧ୍ୟମ ଆଗରେ କହିଥିଲେ।
ସେପଟେ ବେଗୁନିଆ ନିର୍ବାଚନମଣ୍ଡଳୀର ଭାଜପାର ଏକ ଗୋଷ୍ଠୀ କ୍ରମାଗତଭାବେ ଅପରାଜିତାଙ୍କୁ ବିରୋଧ କରିଆସୁଛନ୍ତି। ଗତ ବୁଧବାର ଏହି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ମା’ବରମୂଳେଇ ପୀଠଠାରେ ବେଗୁନିଆ ଓ ବୋଲଗଡ଼ ବ୍ଲକ ପୁରୁଣା କର୍ମୀ ଏକାଠି ହୋଇଥିଲେ। ଅପରାଜିତା ହଟାଅ, ଭାଜପା ବଞ୍ଚାଅ ବୋଲି ନାରା ଦେଇଥିଲେ। ସଞ୍ଜୟ ଛୁଆଳସିଂଙ୍କ ସଭାପତିତ୍ୱରେ ଧ୍ରୁବଚରଣ ବାହିନୀପତି, ଗୌର ଚରଣ ପ୍ରହରାଜ, ରମେଶ ଚନ୍ଦ୍ର ସାମନ୍ତରାୟ, ହେମନ୍ତ ମାନସିଂ, ନରସିଂହ ସୁନ୍ଦରାୟ, ବିଦ୍ୟାଧର ରାଉତରାୟ, ସନ୍ତୋଷ ବେହେରା, ପ୍ରମୋଦ ରାଉତରାୟ, ଭଗବାନ ପ୍ରଧାନ, ସୁବାସ ସେଠୀ, ଶିବାନନ୍ଦ ମହାନ୍ତଙ୍କ ସମେତ ଏକାଧିକ କର୍ମୀ ଏକାଠି ହୋଇ ଅପରାଜିତାଙ୍କ ବିରୋଧରେ ସ୍ଲୋଗାନ ଦେଇଥିଲେ। ନରେନ୍ଦ୍ର ମୋଦିଙ୍କୁ ତୃତୀୟ ଥର ଲାଗି ପ୍ରଧାନମନ୍ତ୍ରୀଭାବେ ନିର୍ବାଚିତ କରିବା ପାଇଁ ମା’ଙ୍କ ନିକଟରେ ସଙ୍କଳ୍ପ ନେଇଥିଲେ। ଅପରାଜିତାଙ୍କ ଦଳ ବିରୋଧୀ, ଏକଚ୍ଛତ୍ରବାଦ, କର୍ମୀ ବିରୋଧୀ ଅପରାଜିତାଙ୍କୁ ହଟାଅ, ଭାଜପା ବଞ୍ଚାଅ ବୋଲି ଆହ୍ବାନ ଦେଇଛନ୍ତି। ଅପରାଜିତାଙ୍କ ବିରୋଧରେ ବେଗୁନିଆ ଓ ବୋଲଗଡ ବ୍ଲକର ସମସ୍ତ ପଞ୍ଚାୟତର ପ୍ରତି ଘରକୁ ବୁଲି ପ୍ରଚାର କରାଯିବ। ନୋଟାରେ ଭୋଟ ଦେବୁ ପଛେ ଅପରାଜିତାଙ୍କୁ ନୁହଁ ବୋଲି ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରାଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ଏମ୍‌ପି ଅପରାଜିତାଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ଅରିନ୍ଦମ୍‌ଙ୍କୁ ଗ୍ରହଣ କରିପାରୁନାହାନ୍ତି ଦଳୀୟ କର୍ମୀ

ସାଲେପୁର,୨୮।୪(ଅରବିନ୍ଦ ଭୂୟାଁ)ବହୁ କଳ୍ପନାଜଳ୍ପନା ପରେ ଶେଷରେ ସାଲେପୁର ବିଧାନସଭା ଆସନର ଭାଜପା ପ୍ରାର୍ଥୀଭାବେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା କଟକର ଯୁବନେତା ଅରିନ୍ଦମ ରାୟଙ୍କ ନାମ...

ଏଥର ଯୋଡ଼ା ପଦ୍ମ ଫୁଟିବ: ଜଗଦ୍ଦେବ

ଖୋର୍ଦ୍ଧା,୨୮ା୪(ପ୍ରଭାତ ପାଣିଗ୍ରାହୀ)ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଶନିବାର ବିଧାନସଭା ଆସନ ପାଇଁ ଅଷ୍ଟମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ୩ ଆସନ ମଧ୍ୟରୁ...

ମହାନଦୀକୁ ନେଇ ଭାଜପା-ବିଜେଡି ଦୋଷ ଲଦାଲଦି

ସମ୍ବଲପୁର,୨୮ା୪ (ଭବାନୀ ଶଙ୍କର ଭୋଇ/ପ୍ରମୋଦ ବହିଦାର)ଗ୍ରୀଷ୍ମଋତୁର ସୂର୍ଯ୍ୟ ତାପଠୁଁ ବଳିଗଲାଣି ସମ୍ବଲପୁରର ରାଜନୈତିକ ତାତି। ପ୍ରମୁଖ ରାଜନୈତିକ ଦଳ ବିଜେଡି ଓ ଭାଜପା ମଧ୍ୟରେ ଆରୋପ-ପ୍ରତ୍ୟାରୋପ...

ଚମ୍ପୁଆରୁ ମୁରଲୀ, ଫକୀରମୋହନ ତେଲକୋଇରୁ ଭାଜପା ବିଧାୟକ ପ୍ରାର୍ଥୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)ଦୀର୍ଘଦିନ ଧରି ଘୋଷଣା ହୋଇପାରୁ ନ ଥିବା ଚମ୍ପୁଆ ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଶନିବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିିଛି।...

ଟୁକୁନୀଙ୍କ ମନ୍ତବ୍ୟକୁ ନେଇ ପଦ୍ମପୁରରେ ଝଡ଼

ପଦ୍ମପୁର, ୨୮ା୪(ପ୍ରଦୀପ୍ତ ଦାଶ)ବଲାଙ୍ଗୀର ଜିଲା ଟିଟିଲାଗଡ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟକ ପ୍ରାର୍ଥତ୍ନୀ...

ବରୀରେ ପ୍ରାର୍ଥୀ ଘୋଷଣା କରିପାରୁନି ଭାଜପା

ବରୀ,୨୮ା୪(ମହେନ୍ଦ୍ର ସ୍ବାଇଁ)ଯାଜପୁର ଜିଲାର ବରୀ ନିର୍ବାଚନମଣ୍ଡଳୀରେ ଭାଜପା ଏଯାଏ ପ୍ରାର୍ଥୀ ଦେଇପାରିନାହିଁ। ଏଠାରେ ବିଜେଡି ବିଶ୍ୱରଞ୍ଜନ ମଲ୍ଲିକ ଓ କଂଗ୍ରେସ ଆରତୀ ଦେଓଙ୍କୁ ପ୍ରାର୍ଥୀ କରିବା...

ଭାଜପା,ବିଜେଡି କଳହପ୍ରିୟ: ଅଜୟ କୁମାର

କଟକ, ୨୮ା୪(ଶିଳ୍ପା ପ୍ରିୟଦର୍ଶିନୀ)ବାରବାଟୀ-କଟକ କଂଗ୍ରେସ ପକ୍ଷରୁ କଂଗ୍ରେସ ସମାବେଶ କଟକସ୍ଥିତ ଖ୍ରୀଷ୍ଟିଆନ୍‌ ପଡିଆଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri