ନୋଡାଲ ସେଣ୍ଟରରେ ପହଞ୍ଚିଲା ପ୍ରଶ୍ନପତ୍ର

ଅନୁଗୋଳ ଅଫିସ୍‌, ୧୬।୨ – ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ମାଟ୍ରିକ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବ। ଅନୁଗୋଳ ଜିଲାରେ ଏହି ପରୀକ୍ଷାର ସୁପରିଚାଳନା ପାଇଁ ଶନିବାର ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ପରୀକ୍ଷା ତଥା ମୂଲ୍ୟାୟନ ବ୍ୟବସ୍ଥାରେ କିଛିଟା ପରିବର୍ତ୍ତନ କରାଯାଇଛି। ଓଏମ୍‌ଆର୍‌ ବଦଳରେ ଅବଜେକ୍‌ଟିଭ୍‌ ବୁକ୍‌ଲେଟ୍‌ର ବ୍ୟବସ୍ଥା କରାଯାଇଛି। ଜିଲା ଶିକ୍ଷା ଅଧିକାରୀ କଳ୍ପନା ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲା ବିଜ୍ଞାନ ପର୍ଯ୍ୟବେକ୍ଷକ କେଦାର ବେହେରା, ଅନୁଗୋଳ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ମଧୁସ୍ମିତା ନନ୍ଦ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଶିଳ୍ପୀ ଦେଙ୍କ ସହ ୮୫ଟି ବିଦ୍ୟାଳୟରେ ହୋଇଥିବା ସେଣ୍ଟରର ସୁପରିଣ୍ଟେଣ୍ଡେଣ୍ଟମାନେ ଉପସ୍ଥିତ ଥିଲେ।
ମାଟ୍ରିକ୍‌ ପରୀକ୍ଷା ପାଇଁ ନୋଡାଲ ସେଣ୍ଟରଗୁଡ଼ିକରେ ପ୍ରଶ୍ନପତ୍ର ପହଞ୍ଚିବା ପରେ କଡ଼ା ସୁରକ୍ଷା ମଧ୍ୟରେ ତାହାକୁ ରଖାଯାଇଛି। ସେଣ୍ଟର ବାହାରେ ପୋଲିସ ମୁତୟନ କରାଯାଇଛି। ବୋର୍ଡ ନିର୍ଦ୍ଦେଶ ଅନୁଯାୟୀ ୧୬ଟି ଡେସ୍‌ପାଚ୍‌ ଟିମ୍‌ ଦ୍ୱାରା ପରୀକ୍ଷା ଦିନ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ପହଞ୍ଚାଇବାର ବ୍ୟବସ୍ଥା କରାଯାଇଛି। ଜିଲାରେ ୮ଟି ବ୍ଲକରେ ୮ଟି ନୋଡାଲ କେନ୍ଦ୍ର କରାଯାଇଛି। ଅନ୍ୟପକ୍ଷରେ ପରୀକ୍ଷାକୁ କିପରି ସୁପରିଚାଳନା କରାଯିବ ସେ ନେଇ ଶନିବାର ବୈଠକରେ ଆଲୋଚନା କରାଯାଇଥିଲା। ପରୀକ୍ଷା ଆରମ୍ଭଠାରୁ ମୂଲ୍ୟାୟନ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ବିବରଣୀ ସମ୍ପର୍କରେ ଜିଲାରେ ହୋଇଥିବା ପରୀକ୍ଷା କେନ୍ଦ୍ରର ସୁପରିଣ୍ଟେଣ୍ଡେଣ୍ଟମାନଙ୍କୁ ଅବଗତ କରାଯାଇଥିଲା। ଏପରି କି ପରୀକ୍ଷା କେନ୍ଦ୍ରଗୁଡ଼ିକର ସୁରକ୍ଷା, ଦିବ୍ୟାଙ୍ଗମାନଙ୍କ ପାଇଁ ଆବଶ୍ୟକ ବ୍ୟବସ୍ଥା, ପାନୀୟ ଜଳ, ବାଳିକା, ବାଳକମାନଙ୍କ ପାଇଁ ଶୌଚାଳୟର ବ୍ୟବସ୍ଥା, ଫାଷ୍ଟଏଡ, ଉତ୍ତମ ଆଲୋକ ବ୍ୟବସ୍ଥା ତଥା ପିଲାମାନଙ୍କ ପରୀକ୍ଷା ପାଇଁ ସମସ୍ତ ଅନୁକୂଳ ବାତାବରଣ ପ୍ରତି ଯତ୍ନବାନ ହେବାକୁ ଜିଲା ଶିକ୍ଷା ଅଧିକାରୀ ବେହେରା ସୁପରିଣ୍ଟେଣ୍ଡେଣ୍ଟମାନଙ୍କୁ ଅବଗତ କରିଥିଲେ। ପରୀକ୍ଷା ସୁପରିଚାଳନା ସମୟରେ ପ୍ରଶ୍ନପତ୍ର ଖୋଲିବା ସମୟରୁ ପରୀକ୍ଷା ଶେଷ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ଉପରେ ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଥିଲେ। ଏଥିସହ ପ୍ରଶ୍ନପତ୍ର ଗ୍ରହଣ କରିବା ତଥା ଉତ୍ତର ବୁକ୍‌ଲେଟ୍‌ ପ୍ୟାକିଂ କରି ଡେସ୍‌ପାଚ ଟିମ୍‌ଙ୍କୁ ଠିକ୍‌ ସମୟରେ ପ୍ରଦାନ କରିବା ପ୍ରତି ଅଧିକ ଦୃଷ୍ଟି ଦେବାକୁ କୁହାଯାଇଥିଲା। ସ୍ଥାନୀୟ ଲୋକମାନଙ୍କ ଚାପ ପଡ଼ିଲେ ବି କପିକୁ ଆଦୌ ପ୍ରଶୟ ନ ଦେବାକୁ ଜିଲା ଶିକ୍ଷା ଅଧିକାରୀ ନିର୍ଦ୍ଦେଶ ଦେଇଥିଲେ। ବୋର୍ଡ ପକ୍ଷରୁ ଜାରି କରାଯାଇଥିବା ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ଜିଲା ଶିକ୍ଷା ଅଧିକାରୀ ସମସ୍ତଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସୂଚନାଯୋଗ୍ୟ ଯେ, ଜିଲାରେ ମୋଟ ୮୫ଟି ପରୀକ୍ଷା କେନ୍ଦ୍ରରେ ୧୭ ହଜାର ୪୯୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୧୬,୩୩୨ ଜଣ ରେଗୁଲାର, ୨୮୯ ଜଣ ଏକ୍ସରେଗୁଲାର, ୨୫୪ (ସିସି), ୬୧୧ ଏସ୍‌ସିଏସ୍‌ଟି ଓ ୬ ଜଣ ମଧ୍ୟମାରେ ପରୀକ୍ଷା ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri