ନୋସିରେ ୯୭୦ ବରିଷ୍ଠ ତୀର୍ଥଯାତ୍ରୀ, ୩୦ ଅଧିକାରୀ: ଆଜି ହରିଦ୍ୱାର, ଋଷିକେଶ ଗସ୍ତ

ବାଲେଶ୍ୱର ଅଫିସ,୧୩।୧୨:ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଗରିବ ବରିଷ୍ଠ ନାଗରିକମାନଙ୍କୁ ଦେଶର ବିଭିନ୍ନ ତୀର୍ଥସ୍ଥାନ ବୁଲାଇବା ଉଦ୍ଦେଶ୍ୟରେ ଗତ ୨୦୧୬ ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାକୁ ପ୍ରଣୟନ କରିଥିଲେ। ଚଳିତବର୍ଷ ଏହି ଯୋଜନାରେ ୫ଟି ଜିଲାରୁ ୯୭୦ ବରିଷ୍ଠ ତୀର୍ଥଯାତ୍ରୀ ଓ ୩୦ ଅଧିକାରୀ ହରିଦ୍ୱାର ଓ ଋଷିକେଶ ଭ୍ରମଣ ନିମନ୍ତେ ୬ଦିନିଆ ଗସ୍ତରେ ଶୁକ୍ରବାର ପୂର୍ବାହ୍ନ ୧୧ଟା ୪୫ମିନିଟ୍‌ରେ ସ୍ବତନ୍ତ୍ର ରେଳ ଯୋଗେ ବାଲେଶ୍ୱର ରେଳଷ୍ଟେଶନରୁ ଯାତ୍ରା କରିବେ। କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ପୂର୍ବାହ୍ନ ୧୧ଟା ୩୫ମିନିଟ୍‌ରେ ଶୁଭାରମ୍ଭ କରିବା ପରେ ଯାତ୍ରା ଆରମ୍ଭ ହେବ। ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ୫ଟି ଜିଲାର ବିଧାୟକ ଏବଂ ଏମ୍‌ପି, ମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରାଯାଇଥିବା ସୂଚନା ମିଳିଛି।
ଗୁରୁବାର ଅପରାହ୍ନ ସମୟରେ ବାଲେଶ୍ୱର ଜିଲାରୁ ୨୨୬ ଜଣ ତୀର୍ଥଯାତ୍ରୀଙ୍କ ସହ ୭ଜଣ ଅଧିକାରୀ, ଭଦ୍ରକରୁ ୧୪୬ଜଣ ତୀର୍ଥଯାତ୍ରୀ, ୫ଜଣ ଅଧିକାରୀ, କେନ୍ଦୁଝରରୁ ୧୭୫ ଜଣ ତୀର୍ଥଯାତ୍ରୀ, ୫ ଜଣ ଅଧିକାରୀ, ମୟୂରଭଞ୍ଜରୁ ୨୪୫ ଜଣ ତୀର୍ଥଯାତ୍ରୀ, ୮ ଜଣ ଅଧିକାରୀ, ଯାଜପୁରରୁ ୧୭୮ଜଣ ତୀର୍ଥଯାତ୍ରୀ ଓ ୫ ଜଣ ଅଧିକାରୀଙ୍କ ସମେତ ମୋଟ ୭୯୦ ଜଣ ତୀର୍ଥଯାତ୍ରୀ ଏବଂ ୩୦ଜଣ ଅଧିକାରୀ ରେମୁଣାସ୍ଥିତ ନୋସି ବିଜନେସ୍‌ ପାର୍କରେ ପହଞ୍ଚତ୍ଛନ୍ତି। ତଦାରଖ ପାଇଁ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁବାସ ନିଆଲଙ୍କ ସମେତ ସମସ୍ତ ପ୍ରଶାସନ ଅଧିକାରୀ ଉପସ୍ଥିତ ରହିଛନ୍ତି। ନୋସି ପାର୍କରେ ସନ୍ଧ୍ୟାରେ ତୀର୍ଥଯାତ୍ରୀଙ୍କ ନିମନ୍ତେ ଭଜନ ସନ୍ଧ୍ୟା ଆୟୋଜିତ କରାଯାଇଛି। ତୀର୍ଥଯାତ୍ରୀଙ୍କ ଲାଗି ରେଳଷ୍ଟେଶନରୁ ନୋସି ପାର୍କ ଏବଂ ନୋସି ପାର୍କରୁ ରେଳଷ୍ଟେଶନକୁ ଯା’ଆସ ନିମନ୍ତେ ସ୍ବତନ୍ତ୍ର ଭାବେ ବସ୍‌ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବିବାହ ପରେ ଏହି ୨ ରାଶିଙ୍କର ଖୋଲେ ଭାଗ୍ୟର ତାଲା, ହୁଅନ୍ତି କୋଟିପତି! ଜୀବନରେ ଆସେ ଧନ-ଐଶ୍ୱର୍ଯ୍ୟ

ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟେକ ରାଶିର ନିଜସ୍ବ ଗୁଣ ଓ ଗ୍ରହ ପ୍ରଭାବ ରହିଛି। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, କିଛି ରାଶିର ଲୋକଙ୍କ ପାଇଁ ବିବାହ ପରେ ଧନ,…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ଫ୍ଲାଟ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ପୂର୍ବତନ ମୁଖ୍ୟ ଶାସନ ସଚିବଙ୍କ ମୃତଦେହ, ଘଟଣାକୁ ନେଇ ଖେଳିଗଲା ଚାଞ୍ଚଲ୍ୟ

ନୂଆଦିଲ୍ଲୀ, ୯।୯: ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ୧୯୭୫ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ରାକେଶ ମେହଟ୍ଟା (୭୪) ନୋଏଡ଼ା ସ୍ଥିତ ନିଜ ଫ୍ଲାଟ୍‌ରେ ଆତ୍ମହତ୍ୟା…

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri