ନୋ ପାର୍କିଂ ସ୍ଥାନରେ ଟ୍ରକ ପାର୍କିଂ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)-କେନ୍ଦୁଝର ସହର ଦେଇ ଯାଇଥିବା ଏନଏଚ ୪୯ ରେ ବାରମ୍ବାର ଦୁର୍ଘଟଣା ଘଟୁଥିଲେ ହେଁ ପ୍ରଶାସନର ଚେତା ପଶୁନି ା ସହର ମଧ୍ୟରେ ବହୁ ଦୁର୍ଘଟଣା ଘଟି ନିରୀହ ଜୀବନ ଗୋଟିଏ ପରେ ଗୋଟିଏ ଚାଲିଯାଉଥିଲେ ହେଁ ରୋକିବା ପାଇଁ ପ୍ରଶାସନର ଆନ୍ତରିକତା ଥିବା ମନେ ହେଉନାହିଁ। ଫଳରେ କେନ୍ଦୁଝର ସହରର ଏହି ରାସ୍ତା ମରଣଯନ୍ତାରେ ପରିଣତ ହୋଇଥିବା ବେଳେ ସାଧାରଣ ଲୋକ ଯାତାୟାତ କରିବାକୁ ସୁରକ୍ଷା ମଣୁନାହାନ୍ତି। ଦୁର୍ଘଟଣାର କାରଣ ବିପର୍ଯ୍ୟସ୍ତ ରାସ୍ତା ଓ କଟକଣା ଅଭାବରୁ ସହର ଦେଇ ବହୁ ସଂଖ୍ୟାରେ ଲୁହାପଥର ବୋଝେଇ ଟ୍ରକ ଯାତାୟତ ବୋଲି କୁହାଯାଉଛି ା ଜୁଡିଆ ନିକଟରେ ଯାଇଥିବା ଏନଏଚ ୨୦ କୁ ସର୍ଭିସ ରୋଡ ନ ଥିବାରୁ କେନ୍ଦୁଝର ସହର ଦେଇ ଲୁହାପଥର ବୋଝେଇ ଟ୍ରକ ଚଳପ୍ରଚଳ କରୁଛି। ତେବେ ଅଦ୍ୟାବଧି ସର୍ଭିସ ରୋଡ ନିର୍ମାଣ କରାଯାଉ ନ ଥିବା ଏବଂ ସର୍ଭିସ ରୋଡ ନିର୍ମାଣ ପର୍ଯ୍ୟନ୍ତ ଦିନ ବେଳା ଲୁହାପଥର ପରିବହନ ଉପରେ କଟକଣା କରାଯାଉ ନ ଥିବାରୁ ଏଭଳି ପରିସ୍ଥିତି ଉପୁଜିଛି ବୋଲି ମତ ପ୍ରକାଶ ପାଉଛି ା ରାସ୍ତା ଉପରେ ଓ କଡରେ ଦୀର୍ଘ ସମୟ ଧରି ଟ୍ରକ ଛିଡା ହୋଇ ରହୁଥିବାରୁ ଦୁର୍ଘଟଣା ଘଟୁଛି ବୋଲି ଅଭିଯୋଗ ହେଉଛି ା ଏଣୁ ଏନେଇ ପ୍ରତିବାଦ ପରେ ପ୍ରଶାସନ ରାସ୍ତା କଡରେ ନୋ ପାର୍କିଂ ବୋର୍ଡ ମାରି ଚୁପ ହୋଇ ବସିଛି ା ଫଳରେ ନୋ ପାର୍କିଂ ବୋର୍ଡ ଥିଲେ ହେଁ ବହୁ ସଂଖ୍ୟାରେ ଟ୍ରକ ଛିଡା ହୋଇ ରହୁଛି। କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri