ନ୍ୟାଶନାଲ ହାଇସ୍କୁଲରେ ଆଇନ ସଚେତନତା କାର୍ଯ୍ୟକ୍ରମ

ନୂଆପଡା ଅଫିସ,୧ା୧୦
ନୂଆପଡା ଜିଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ସ୍ଥାନୀୟ ନ୍ୟାଶନାଲ ହାଇସ୍କୁଲ ପରିସରରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରାଧିକରଣର ଅଧ୍ୟକ୍ଷ ଅସୀମ କୁମାର ଦଳବେହେରା ସଭାପତିତ୍ୱ କରିଥିବାବେଳେ ସିଜେଏମ ସଞ୍ଜୀବ କୁମାର ସାମନ୍ତ, ଅତିରିକ୍ତ ଏସପି ସୁନୀଲ କୁମାର ଆଚାର୍ଯ୍ୟ, ସିଭିଲ କୋର୍ଟ ରେଜିଷ୍ଟ୍ରାର ଜୟ ପ୍ରକାଶ ନାୟକ, ଜେଏମଏଫସି ହବିବୁର ରହେମାନ ସିଦ୍ଦିକି, ଜେଏମଏଫସି ସୁମିତ ପାଣିଗ୍ରାହୀ, ଶିକ୍ଷାବିତ ଡ. ଶିବ ପ୍ରସାଦ ବେହେରା, ନ୍ୟାଶନାଲ ହାଇସ୍କୁଲ ପ୍ରଧାନଶିକ୍ଷକ ସୁକାନ୍ତ କୁମାର ସତପଥୀ, ସୁକ୍ରୁ ଚରଣ ବାଗ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏଥିରେ ବିଶେଷ କରି ଏସିଡ୍‌ ପୀଡ଼ିତାଙ୍କ ଉପରେ ଆଇନରେ କ’ଣ ସବୁ ବ୍ୟବସ୍ଥା ରହିଛି ସେ ଉପରେ ସଚେତନତା ସୃଷ୍ଟି କରାଯାଇଥିଲା । ଏସିଡ୍‌ ଫୋଫାଡିଥିବା ଅଭିଯୁ୍‌କ୍ତଙ୍କ ସକାଶେ କିପରି ଦଣ୍ଡବିଧାନ ରହିଛି ଏବଂ ପୀଡ଼ିତାଙ୍କୁ କ’ଣ ଆର୍ଥତ୍କ ସହାୟତା ରହିଛି ସେ ଉପରେ ବକ୍ତାମାନେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ବିଦ୍ୟାଲୟର ସମସ୍ତ ଛାତ୍ରୀଛାତ୍ର ଯୋଗଦେଇଥିଲେ। ଏହାକୁ ଜିଲା ଆଇନ ସେବା ପ୍ରାଧିକରଣର ସଚିବ ଅଜିତ କୁମାର ଓତା ପରିଚାଳନା କରିଥିଲେ । କୋର୍ଟ ଏବଂ ବିଦ୍ୟାଳୟର ସମସ୍ତ କର୍ମଚାରୀ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ, ଶିକ୍ଷା, ବିଜୁଳି ସାତସପନ

ନୂଆପଡ଼ା,୧୮।୪(ମକାରୁ ବେମାଲ)ସ୍ବାଧୀନତାର ଦୀର୍ଘ ବର୍ଷ ପରେ ବି ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ। କେନ୍ଦ୍ର ଓ ରାଜ୍ୟ ସରକାର ମାଳମାଳ ଯୋଜନା କରୁଥିଲେ ମଧ୍ୟ ଲୋକ...

ରୋଷେଇ ଘରେ ପଶି ରାଜକୀୟ ଖାଦ୍ୟ ଖାଇଲା ଭାଲୁ: ରାଜମହଲ ଲୋକେ ଭୟଭୀତ

ଖଡ଼ିଆଳ,୧୨।୪(ସୁଜିତ୍‌ କୁମାର ପ୍ରଧାନ):ନୂଆପଡା ଜିଲା ଖଡ଼ିଆଳ ସହରରେ ବୁଧବାର ରାତିରେ ବୁଲୁଥିବା ଭାଲୁ ଶେଷରେ ଖଡ଼ିଆଳ ରାଜବାଟି ରୋଷେଇ ଘରେ ପଶିଥିଲା। ଖଡ଼ିଆଳ ରାଜା ସାହେବଙ୍କ...

ଏହି ଜିଲାରେ ସବୁ ଦଳରେ ବାହାରୁଛି କେଁ

ନୂଆପଡ଼ା,୯।୪(ମକାରୁ ବେମାଲ)ଛତିଶଗଡକୁ ଲାଗି ରହିଥିବା ରାଜ୍ୟର ଏକ ଉପାନ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀ ନୂଆପଡା। ଏହି ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ଦଳରୁ ଏକାଧିକ ଆଶାୟୀ ରହିଥିଲେ।...

ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିଲେ: ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ କନଷ୍ଟେବଳଙ୍କ ଜୀବନ

କଟକ,୮ା୪ (କାର୍ତ୍ତିକ ସାହୁ) ତାମିଲନାଡୁ ରାଜ୍ୟର ତ୍ରିଚୀଠାରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ଓଡ଼ିଶା ପୋଲିସ୍‌ କନଷ୍ଟେବଳ ପ୍ରମୋଦ କୁମାର ମାଝି(ସି/୨୨୨)ଙ୍କ ଅକାଳ ମୃତ୍ୟୁ ଘଟିଛି।...

କଦଳୀ ଚାଷ କରି ଲକ୍ଷପତି

ନୂଆପଡା,୫।୪ (ମକାରୁ ବେମାଲ):ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ମିଛାପାଲି ପଞ୍ଚାୟତ ବରକୋଟ ଗାଁର ଚାଷୀ କଦଳୀ ଚାଷ କରି ନିଜେ ସ୍ବାବଲମ୍ବୀ ହୋଇ ଅନ୍ୟକୁ...

ଭିଜିଲାନ୍ସ ଜାଲରେ ରାଜସ୍ବ ବିଭାଗ ସ୍ବତନ୍ତ୍ର ଅଧିକାରୀ

ନୂଆପଡ଼ା,୨୯ା୩(ମକାରୁ ବେମାଲ):ନୂଆପଡା ଜିଲା ରାଜସ୍ବ ବିଭାଗ ସ୍ବତନ୍ତ୍ର ଅଧିକାରୀ ନରେନ୍ଦ୍ର କୁମାର ଚନ୍ଦ୍ରକାର ଜମିଜମା ମାମଲାର ସମାଧାନ ପାଇଁ ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ...

ଟ୍ରକକୁ ପିଟିଲା ଟ୍ରକ: ଜୀବନ୍ତ ଜଳିଗଲେ ଡ୍ରାଇଭର

ନୂଆପଡ଼ା,୨୨।୩: ନୂଆପଡ଼ା ଜିଲା ସିନାପାଲି ଥାନା ବିଜୁ ଏକ୍ସପ୍ରେସ ୱେ ଚଟିଆଗୁଡ଼ା ଗାଁ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆଗରେ ଯାଉଥିବା ଏକ...

ବସୁଧାରୁ ମିଳୁନି ପାଣି, ଖୋଲାକୂଅ ଭରସା

ନୂଆପଡ଼ା,୨୨।୩(ମକାରୁ ବେମାଲ): ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ପଞ୍ଚାୟତ ଗାତିବେଡା ଗାଁରେ ଜଳ ସଙ୍କଟ ଦେଖାଦେଇଥିବା ବେଳେ କୂଅ ପାଣି ଉପରେ ଲୋକେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri