ନ୍ୟାୟ ନ ପାଇ ମହିଳା ନିରାଶ :ଜିଲାପାଳଙ୍କ ଗାଡ଼ି ଆଗରେ ଆତ୍ମହତ୍ୟା ଉଦ୍ୟମ

ଭଞ୍ଜନଗର,୨୨।୧୦(ଡି.ଏନ.ଏ)-ଭଞ୍ଜନଗର ଉପ ଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ ଅଭିଯୋଗ ଶୁଣିଥିଲେ। ୩୫୪ଟି ଅଭିଯୋଗ ଆସିଥିଲା। ରେଡ଼କ୍ରସ ଫଣ୍ଡରୁ ୨ଜଣଙ୍କୁ ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା। ଜିଲାପାଳ ଅଭିଯୋଗ ଶୁଣାଣି ସାରି ମେଡ଼ିକାଲ ପରିଦର୍ଶନ ପାଇଁ ବାହାରିଥିବାବେଳେ ବାଲିପଦର ଫାଣ୍ଡି ରାମଗଡ଼ର ସୁମତି ନାୟକ ତାଙ୍କ ଗାଡ଼ି ଆଗକୁ ହଠାତ୍‌ ଚାଲିଆସି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଉପସ୍ଥିତ ପୋଲିସ ସୁମତିଙ୍କୁ କାବୁ କରି ନେଇଥିଲେ। ଏହାପରେ ଜିଲାପାଳ ଚାଲିଯାଇଥିଲେ। ସୁମତି ଗଣମାଧ୍ୟମ ସମ୍ମୁଖରେ କହିଛନ୍ତି ଯେ, ଏକ ଘରୋଇ ଜୀବନ ବୀମା କମ୍ପାନୀର ମହିଳା ଏଜେଣ୍ଟ ତାଙ୍କଠାରୁ ଟଙ୍କା ଠକି ନେଇଛନ୍ତି। ମୋତେ ନ୍ୟାୟ ମିଳୁନାହିଁ। ତେଣୁ ଆଜି ନିରାଶ ହୋଇ ଜିଲାପାଳଙ୍କ ଗାଡ଼ି ଆଗରେ ଆତ୍ମହତ୍ୟା କରିବାକୁ ଯାଉଥିଲି।
ସୂଚନାଯୋଗ୍ୟ ଯେ, ମହିଳା ଜଣଙ୍କ ଆତ୍ମହତ୍ୟା ଉଦ୍ୟମ କରିବା ପୂର୍ବରୁ ଜିଲାପାଳଙ୍କୁ ଅଭିଯୋଗ ଶୁଣାଣିରେ ଭେଟି ଦାବିପତ୍ର ଦେଇଥିଲେ। ଏନେଇ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ଜିଲାପାଳ କହିଥିଲେ।
ସେହିପରି ଭଞ୍ଜନଗର ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଏକ ଦାବିପତ୍ର ସଭାପତି ସୋମନାଥ ନାୟକଙ୍କ ନେତୃତ୍ୱରେ ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ଗୋଲାପଡ଼ା ପଞ୍ଚାୟତର ଚାଷୀ ଫସଲବୀମା ପାଉ ନ ଥିବାରୁ ଆଇନଜୀବୀ ପ୍ରମୋଦ ପ୍ରଧାନଙ୍କ ନେତୃତ୍ୱରେ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଅଭିଯୋଗ ଶୁଣାଣିରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ, ଉପ ଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ, ଜଳସମ୍ପଦ ବିଭାଗ ନିର୍ବାହୀଯନ୍ତ୍ରୀ ନିହାର ରଞ୍ଜନ ସାମନ୍ତରାୟ, ମେଡ଼ିକାଲ ଅଧୀକ୍ଷକ ଡ. ପ୍ରଫୁଲ ଗୌଡ଼ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri