ନ୍ୟାୟ ପାଇଁ ଏସ୍‌ପି, ଜିଲାପାଳଙ୍କ ଦ୍ୱାରସ୍ଥ

ଭଦ୍ରକ ଅଫିସ, ୪ା୯- ଆକ୍ରମଣର ଶିକାର ହୋଇଥିବା ବାସୁଦେବପୁର ଦିନ୍ଦାଚାନ୍ଦି ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷୟିତ୍ରୀ କାମିନୀ ଦାସ ନ୍ୟାୟ ପାଇଁ ବୁଧବାର ଜିଲାପାଳ ଓ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ କରାଯିବା ସହ ତାଙ୍କ ସୁରକ୍ଷା ପାଇଁ ଦାବି କରିଛନ୍ତି।
ଶିକ୍ଷୟିତ୍ରୀ ଦାସ ଅଭିଯୋଗ କରିଛନ୍ତି ଯେ, ଗତ ଶୁକ୍ରବାର ଶ୍ରେଣୀଗୃହରେ ପଢ଼ାଉଥିବା ବେଳେ ଏକ ଦମ୍ପତି ସ୍କୁଲ ଭିତରେ ପଶି ତାଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହିତ ମରଣାନ୍ତକ ଆକ୍ରମଣ କରିଥିଲେ। ଏ ନେଇ ସେ କଷିଆ ମେରାଇନ୍‌ ଥାନାରେ ଅଭିଯୋଗ କରିବା ପରେ ମାମଲା (ନଂ. ୪୦/୧୯ ) ରୁଜୁ ହୋଇଛି। କିନ୍ତୁ ୫ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ କାହାରିକୁ ଗିରଫ କରିନାହିଁ। ଫଳରେ ସେ ଶିକ୍ଷକ ସଂଘ ସହାୟତାରେ ଜିଲାପାଳ ଓ ଏସ୍‌ପିଙ୍କ ନିକଟକୁ ନ୍ୟାୟ ପାଇଁ ଆସିଛନ୍ତି ବୋଲି ଦର୍ଶାଇଥିଲେ। ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରାଯିବ ବୋଲି ଏସ୍‌ପି ରାଜେଶ ପଣ୍ଡିତ ତାଙ୍କୁ ଆଶ୍ୱାସନା ଦେଇଥିଲେ। ଜିଲା ଶିକ୍ଷାସହାୟକ ସଂଘର ସଭାପତି ପ୍ରଶାନ୍ତ କୁମାର ଦାସ, ବାସୁଦେବପୁର ବ୍ଲକ ଶିକ୍ଷାସହାୟକ ସଂଘର ଶତାଧିକ ପ୍ରତିନିଧି, ପ୍ରାଥମିକ ଶିକ୍ଷକ ସଂଘର ରାଜ୍ୟ ସଙ୍ଗଠନ ସମ୍ପାଦକ ହାଜି ତବରେଜ ଖାନ୍‌, ଜିଲା ସଂଘର ନେତା ସେକ୍‌ ଅବୁଦଲ ଜାବିର, ଶିକ୍ଷକନେତା ଅଶୋକ କୁମାର ନାୟକ, ପୀତାମ୍ବର ଦାସ, ଚନ୍ଦ୍ରଶେଖର ପାଣିଗ୍ରାହୀ, ପ୍ରଶାନ୍ତ ଧଳ ଓ ଅରୂପ କୁମାର ମଣ୍ଡଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ

​କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri