ଯୋଡ଼ା,୨।୧୨(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ବନେଇକଳା ଉଚ୍ଚ ବିଦ୍ୟାଳୟରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣରୁ ବଞ୍ଚିତ ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ସୋମବାର ନ୍ୟାୟ ପାଇଁ ଲିଖିତ ଆକାରରେ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଦଶମ ଶ୍ରେଣୀରେ ପଢୁଥିବା ୮୨ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୪୯ ଜଣ ଫର୍ମ ପୂରଣ କରିଥିଲେ। ଅବଶିଷ୍ଟ ୩୩ ଛାତ୍ରୀଛାତ୍ର ଦଶମ ଶ୍ରେଣୀର ପ୍ରି-ବୋର୍ଡ ପରୀକ୍ଷାରେ ମାର୍କ କମ୍ ରଖିଥିବାରୁ ସେମାନଙ୍କୁ ଅଯୋଗ୍ୟ ଦର୍ଶାଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସେମାନଙ୍କର ଫର୍ମ ପୂରଣ କରାଇ ନ ଥିଲେ । ଫଳରେ ଫର୍ମ ପୂରଣ ତାରିଖ ଶେଷ ହୋଇଯାଇଥିଲେ ମଧ୍ୟ ସେମାନେ ଫର୍ମ ପୂରଣ କରି ପାରି ନ ଥିଲେ । ଏହି ଘଟଣାକୁ କେନ୍ଦ୍ରକରି ଶନିବାର ଅଭିଭାବକ ପୋଲିସକୁ ଜଣାଇ ସ୍କୁଲରେ ତାଲା ପକାଇଥିଲେ। ଏ ନେଇ ବ୍ଲକ ଶିକ୍ଷାଧିକାରୀ ଓ ଜିଲା ଶିକ୍ଷାଧିକାରୀଙ୍କୁ ଲିଖିତ ଭାବେ ଜଣାଇଥିଲୋ ଯୋଡା ଥାନା ଆଇଆଇସି ଏହାର ସମାଧାନ କରାଯିବ ବୋଲି କହି ସ୍କୁଲରୁ ତାଲା ଖୋଲିବାକୁ ଅଭିଭାବକମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ମାତ୍ର ଏହାର କୌଣସି ସମାଧାନ ନ ହେବାରୁ ସେମାନେ ସୋମବାର ଜିଲାପାଳଙ୍କୁ ଲିଖିତ ଅଭିଯୋଗ କରିଥିବା ଅଭିଭାବକ ଲକ୍ଷ୍ମଣ ପାତ୍ର, ରାମ ପାତ୍ର, ବିକ୍ରମ ଗାଗରାଇ ପ୍ରମୁଖ ସୂଚନା ଦେଇଛନ୍ତି ।
ନ୍ୟାୟ ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣରୁ ବଞ୍ଚିତ ଅଭିଭାବକ
Posted inଆମ ଜିଲା ଖବର, କେନ୍ଦୁଝର View All
ରାତିରେ ଝିଅ ଡ୍ରେସ୍ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…
ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…
ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି
ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…
୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ
ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…
ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ
ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍ଏସ୍ଏସ୍ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…
କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା
ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…
ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…
ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…
ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…
ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା…
ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…
ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…
Archives

