ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ହେଲେ ଶତାଧିକ ମହିଳା

ଆନନ୍ଦପୁର,୧୫।୬(ସ୍ବ.ପ୍ର.):୧୪ ବର୍ଷର ନାବାଳକ ଜିତେନ୍ଦ୍ରର ମୃତ୍ୟୁ ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରି ନ୍ୟାୟ ପାଇଁ ଆନନ୍ଦପୁର ଥାନା ଅନ୍ତର୍ଗତ ଖଡିପାଳ ଗ୍ରାମର ଶତାଧିକ ମହିଳା ସୋମବାର ଅପରାହ୍ନରେ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ହତ୍ୟାକାଣ୍ଡର ତଦନ୍ତ କରି ଦୋଷୀକୁ ଦଣ୍ଡ ଦେବା ପାଇଁ ପୁନର୍ବାର ଆନନ୍ଦପୁର ଥାନା ଅଧିକାରୀଙ୍କୁ ଏକ ଲିଖିତ ଅଭିଯୋଗ ପ୍ରଦାନ କରିଛନ୍ତି। ଜିତେନ୍ଦ୍ରଙ୍କ ମୃତ୍ୟୁ ଘଟଣାର ତଦନ୍ତ ଚାଲିଛି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ହସ୍ତଗତ ହେବା ପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଥାନା ଅଧିକାରୀ ଗଗନ ବିଶ୍ୱାଳ ବୋଲି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ,ମୟୁରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଜଳିପଦା ଗ୍ରାମର ବାବୁଲି ନାୟକଙ୍କ ପୁଅ ଜିତୁ ନାୟକ (୧୪) ଦୁଇ ବର୍ଷ ଧରି ଆନନ୍ଦପୁର ଥାନା ଖଡିପାଳ ଗ୍ରାମ ଫୁଲବାଳି ସାହିରେ ନିଜ ଭିଣୋଇ ଜଗବନ୍ଧୁ ବେହେରାଙ୍କ ଘରେ ରହି ପାଖ ସ୍‌ୁଲରେ ନବମ ଶ୍ରେଣୀରେ ପାଠ ପଢୁଥିଲେ। ଗତ ୯ ତାରିଖ ରାତିରେ ଘରେ ଖାଇ ଶୋଇଥିଲେ। ୧୦ ତାରିଖରେ ସକାଳୁ ଜିତୁ ଘରେ ନ ଥିବା ଦେଖିବାକୁ ପାଇଥିଲେ ପରିବାରବର୍ଗ। ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ। ହେଲେ ଗାଁ ମୁଣ୍ଡରେ ଥିବା ଏକ ଆମ୍ବ ତୋଟାରେ ଜିତୁଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ଘଟଣା ସମ୍ପର୍କରେ ଆନନ୍ଦପୁର ଥାନା ପୋଲିସ ପହଞ୍ଚିି ଶବ ଜବତ କରିବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ମୃତଦେହ ବ୍ୟବଚ୍ଛେଦ ବ୍ୟବସ୍ଥା କରାଇଥିଲେ। ପରବର୍ତ୍ତୀ ସମୟରେ ପରିବାର ଲୋକେ ମୃତ ଜିତେନ୍ଦ୍ରଙ୍କ ପଢାବହିରୁ ଏକ ଝିଅ ସହିତ ଭଲ ପାଇବା ସମ୍ପର୍କ ଥିବା ସୂଚନା ପାଇଥିଲେ। ଫଳରେ ଜିତେନ୍ଦ୍ରଙ୍କ ମୃତ୍ୟୁକୁ ନେଇ ସନ୍ଦେହ ସୃଷ୍ଟି ହୋଇଥିଲା। ଜିତେନ୍ଦ୍ରଙ୍କ ଭିଣୋଇ ଜଗବନ୍ଧୁ ଗତ ୧୧ ତାରିଖରେ ଆନନ୍ଦପୁର ଥାନାରେ ଲିଖିତ ଅଭିଯୋଗ ଦେଇଥିଲେ। ଅଭିଯୋଗ ଅନୁଯାୟୀ ଜିତେନ୍ଦ୍ରଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ତେବେ ଦୀର୍ଘ ୬ ଦିନ ଧରି ପୋଲିସ ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରୁ ନ ଥିବା ଅଭିଯୋଗ କରି ସୋମବାର ଗ୍ରାମର ବହୁ ସଂଖ୍ୟାରେ ମହିଳା ବର୍ଷା ସତ୍ତ୍ୱେ ଚାଲି ଚାଲି ଆସି ଆନନ୍ଦପୁର ଥାନାରେ ପୁନର୍ବାର ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri