ନ୍ୟାୟ ପାଇଁ ଦିବାରାତ୍ର ଅନଶନରେ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ,୨୮।୧୧- ତ୍ରୁଟିପୂର୍ଣ୍ଣ ବ୍ୟବସ୍ଥା ଯୋଗୁ ରାଜ୍ୟର ଫକୀରମୋହନ ବିଶ୍ୱବିଦ୍ୟାଳୟ, ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ, ସମ୍ବଲପୁର ବିଶ୍ୱବିଦ୍ୟାଳୟ ଓ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଭଳି ୪ଗୋଟି ବିଶ୍ୱବିଦ୍ୟାଳୟର ବିଏଡ୍‌-ଏମ୍‌ଏଡ୍‌ ଛାତ୍ରୀଛାତ୍ରମାନେ ଶିକ୍ଷକ ପ୍ରବେଶିକା ପରୀକ୍ଷା (ଓଟିଇଟି, ସିଟିଇଟି, ଓଏସ୍‌ଏସ୍‌ଟିଇଟି) ଦେଇପାରୁ ନ ଥିବାରୁ ଏହାର ପ୍ରତିବାଦରେ ବିରୋଧ , ଆନ୍ଦୋଳନ ଜାରି ରଖିଛନ୍ତି। ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟର ଶତାଧିକ ଛାତ୍ରୀଛାତ୍ର ନ୍ୟାୟ ପାଇଁ ମଙ୍ଗଳବାରଠାରୁ ଜିଲାପାଳ ଅଫିସ୍‌ ପରିସରରେ ଦିବାରାତ୍ର ଅନଶନରେ ବସିଛନ୍ତି। ବୁଧବାର ରାତି ୮ଟା ସୁଦ୍ଧା ୩୬ ଘଣ୍ଟା ବିତିଥିଲେ ବି ପ୍ରଶାସନର ଅଧିକାରୀମାନେ ସେମାନଙ୍କ ଦାବିକୁ ପୂରଣ କରିବାରେ ବିଫଳ ହୋଇଛନ୍ତି।
ଏସବୁ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଓ ଏମ୍‌ଏଡ଼୍‌ ପାଶ୍‌ କରିଥିବା ପ୍ରାର୍ଥୀଙ୍କୁ କେବଳ ମହାବିଦ୍ୟାଳୟରେ ନିଯୁକ୍ତି ଦେବା ପାଇଁ ସରକାର ନିୟମ କରି ହାଇସ୍କୁଲରେ ଶିକ୍ଷକତା କରିବା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଏପରିସ୍ଥଳେ ସେମାନଙ୍କୁ ମହାବିଦ୍ୟାଳୟରେ ନିଯୁକ୍ତି ନ ମିିଳିବାର ସେମାନେ ହତାଶ ହୋଇ ପ୍ରତିବାଦ କରି ଆସୁଛନ୍ତି। ପୂର୍ବରୁ ସେମାନେ ବହୁବାର ରାଜ୍ୟ ଓ କେନ୍ଦ୍ରର ବିଭାଗୀୟ ଅଧିକାରୀଙ୍କୁ ଲିଖିତ ଅଭିଯୋଗ ଦେଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନାହିଁ । କେବଳ ମିଥ୍ୟା ପ୍ରତିଶ୍ରୁତି ଦେଇ ଛାତ୍ରୀଛାତ୍ରଙ୍କୁ ଭଣ୍ଡାଇ ଦିଆଯାଉଥିବା ବିଏଡ୍‌-ଏମ୍‌ଏଡ୍‌ରେ ପାଶ୍‌ କରିଥିବା ଛାତ୍ର ନିଲେଶ କୁମାର ସ୍ବାଇଁ, ଦ୍ୱିତୀୟବର୍ଷର ଛାତ୍ର ଲକ୍ଷ୍ମୀନାରାୟଣ ନାୟକ, ରଶ୍ମିରଞ୍ଜନ ଜେନା, ଇରମ୍‌ ସ୍ବାଇଁ, ଛାତ୍ରୀ ସୁପ୍ରଭା ପଣ୍ଡା, ସରିତା ସାହୁ, ତୃତୀୟବର୍ଷର ଛାତ୍ରୀ ଶ୍ରାବଣୀ ବେହେରା, ଉତ୍ସର୍ଗ ଜେନା, ପ୍ରୟବ୍ରତ ସେନାପତି ପ୍ରମୁଖ ଅଭିଯୋଗ କରିଛନ୍ତି। ଅତିରିକ୍ତ ଜିଲାପାଳ ସମ୍ବିତ ନାୟକଙ୍କ ସମେତ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, କେନ୍ଦ୍ରାଞ୍ଚଳ ଆର୍‌ଡ଼ିସି ଇଂ. ଅନୀଲ କୁମାର ସାମଲଙ୍କ ସହ ବୁଧବାର ଏକ ଛାତ୍ର ପ୍ରତିନିଧି ଦଳ ଆଲୋଚନା କରିଥିଲେ ମଧ୍ୟ ପୂର୍ବ ପ୍ରତିଶ୍ରୁତିକୁ ଦୋହରା ଯାଇଥିବାରୁ ସେମାନେ ଆନ୍ଦୋଳନ ଜାରି ରଖିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା କରି ନଦୀରେ ଫିଙ୍ଗିଦେଲେ, ଗାଁରେ ଉତ୍ତେଜନା

ନୟାଗଡ଼,୬ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଡାଳିଆମଡ଼ା ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଚି। ଅଭି ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ରବିବାର ରାତିରେ…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri