ନ୍ୟାୟ ହିନ୍ଦୁ ସମାଜ ସପକ୍ଷରେ ଯିବ ବୋଲି ଆଶା କରୁଛୁ: ଭୈୟାଜୀ

ଭୁବନେଶ୍ୱର, ୧୯ା୧୦(ବ୍ୟୁରୋ): ସାରା ଦେଶରେ ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆରସି) ଲାଗୁ ହେବା ଉଚିତ। ଦେଶରେ ଅନୁପ୍ରବେଶ କରିଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରି ଏକ ରାଷ୍ଟ୍ରୀୟ ନୀତି ନିର୍ମାଣ ପୂର୍ବକ ତାଙ୍କ ପ୍ରତି ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଆବଶ୍ୟକ। ସମ୍ପୂର୍ଣ୍ଣ ଦେଶରେ ଏହା ଲାଗୁ କରାଯିବା ଦରକାର ବୋଲି ଆରଏସ୍‌ଏସ୍‌ ସରକାର୍ଯ୍ୟବାହ ଭୈୟାଜୀ ଯୋଷୀ କହିଛନ୍ତି। ସଂଘ ପକ୍ଷରୁ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି ଯେ, ଦେଶରେ ଆର୍‌ଏସଏସ୍‌ ପକ୍ଷରୁ ୧ଲକ୍ଷ ୫୦ ହଜାରରୁ ଊର୍ଦ୍ଧ୍ୱ ସେବାକାର୍ଯ୍ୟ ଚାଲୁ ରହିଛି। ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସଂଘ ବିଭିନ୍ନ ସହାୟତା କାର୍ଯ୍ୟ ପ୍ରଥମ ଦିନରୁ ଚାଲୁ ରଖିଥିଲା। ମାତ୍ର ୧୯୮୯ ମସିହାରେ ଯୋଜନାବଦ୍ଧ ଭାବେ ସେବାକ୍ଷେତ୍ରରେ କାର୍ଯ୍ୟ ଆରମ୍ଭ କରାଯାଇଥିଲା ବୋଲି ସେ କହିଛନ୍ତି। ରାମ ମନ୍ଦିର ନିର୍ମାଣ ପ୍ରସଙ୍ଗରେ ସେ କହିଛନ୍ତି, ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମିଠାରେ ମନ୍ଦିର ନିର୍ମାଣ ପାଇଁ ସମସ୍ତ ବାଧା ଦୂର କରିବା ଦରକାର। ଏ ମାମଲାର ଶୁଣାଣି ସମାପ୍ତ ହୋଇସାରିଛି। ଆମେ ଆଶା କରଛୁ ନ୍ୟାୟାଳୟ ନିର୍ଣ୍ଣୟ ହିନ୍ଦୁ ସମାଜ ସପକ୍ଷରେ ଯିବ। ଦେଶରେ ସମାନ ନାଗରିକ ସଂହିତା ଆଇନ ବହୁ ପୁରାତନ ଦାବି। ସମ୍ବିଧାନ ନିର୍ମାଣ ସମୟରେ ଏ ବିଷୟରେ ନିର୍ଣ୍ଣୟ କରାଯିବା ଦରକାର ଥିଲା। କୌଣସି ଦେଶରେ ନାଗରିକଙ୍କ ପାଇଁ ସମାନ ଆଇନ ହେବା ଉଚିତ। କଶ୍ମୀର ପଣ୍ଡିତମାନଙ୍କ ପ୍ରତ୍ୟାବର୍ତ୍ତନ ସମ୍ପର୍କରେ ସେ କହିଛନ୍ତି, ସୁରକ୍ଷାଗତ କାରଣ ଯୋଗୁ କଶ୍ମୀର ପଣ୍ଡିତମାନେ ନିଜ ଘର ଛାଡି ପଳାୟନ କରିବାକୁ ବାଧ୍ୟ ହୋଇଥିଲେ। ଆମେ ଚାହୁଁଛୁ କଶ୍ମୀରରେ ସୁରକ୍ଷାର ବାତାବରଣ ଫେରିଆସୁ। କଶ୍ମୀର ହିନ୍ଦୁ ସମାଜ ନିଜ ଘରକୁ ସୁରକ୍ଷାପୂର୍ବକ ଫେରିଆସନ୍ତୁ। ଅଖଣ୍ଡ ଭାରତ ସମ୍ବନ୍ଧିତ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ବିଭାଜିତ ଭାରତର ସମସ୍ତ ଅଞ୍ଚଳରେ ଏକପ୍ରକାର ସାଂସ୍କୃତିକ ଧାରା ରହିଛି। ପଶ୍ଚିମବଙ୍ଗରେ ଜାରି ରହିଥିବା ହିଂସାକାଣ୍ଡକୁ ନେଇ ସେ କହିଛନ୍ତି, ସରକାରଙ୍କ ଦାୟିତ୍ୱ ନିଜ ନାଗରିକମାନଙ୍କୁ ସୁରକ୍ଷା ପ୍ରଦାନ କରିବା। ଏହା ଦୁର୍ଭାଗ୍ୟପୂର୍ଣ୍ଣ ଯେ ବାମପନ୍ଥୀଙ୍କ ଶାସନକାଳରେ ସମ୍ପୂର୍ଣ୍ଣ ସମାଜ ଭୟର ବାତାବରଣ ଭିତରେ ଥିଲା। କିନ୍ତୁ ବର୍ତ୍ତମାନ ଗୋଟିଏ ନିର୍ଦ୍ଦିଷ୍ଟ ସମାଜକୁ ଭୟଭୀତ କରିବାକୁ ଚେଷ୍ଟା କରାଯାଉଛି ବୋଲି ସୁରେଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ପଞ୍ଚମ ସର୍ବାଧିକ ମହଙ୍ଗା ରାଜ୍ୟରେ ପରିଣତ ହୋଇଛି ଓଡ଼ିଶା; ଚିନ୍ତା ବଢ଼ାଇଛି ଚିନି-ପିଆଜର ଦର ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୯: ଓଡ଼ିଶା ଦେଶର ଅନ୍ୟତମ ମହଙ୍ଗା ବଜାର ଭାବରେ ଉଭା ହୋଇଛି। କ୍ରମାଗତ ଭାବେ ବୃଦ୍ଧି ପାଉଥିବା ମୂଲ୍ୟ ଯୋଗୁ, ଅଗଷ୍ଟ ମାସରେ ରାଜ୍ୟର ଖୁଚୁରା ମୁଦ୍ରାସ୍ଫୀତି…

୮ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି, ଅସହ୍ୟ ହୋଇପାରେ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୫।୯: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରେ ଦେଶରେ ସାଧାରଣ ଜନତାଙ୍କ ଉପରେ ପଡ଼ିଥିବା ମହଙ୍ଗା ମାଡ଼ ଆଗକୁ ଆହୁରି ଉତ୍କଟ ହେବା ଆଶଙ୍କା ବଢ଼ାଇଛି ।…

ନିଜ ପରିବାର ସହ ଅମ୍ବାନୀଙ୍କ ଗଣପତି ଉତ୍ସବରେ ପହଞ୍ଚିଲେ ସଚିନ ତେନ୍ଦୁଲକର; ଶାଢ଼ୀ ପିନ୍ଧି ସଭିଙ୍କ ଦୃଷ୍ଟି ଆକର୍ଷଣ କଲେ ସାରା

ମୁମ୍ବାଇ: ଚଳିତ ବର୍ଷ ଗଣେଶ ଚତୁର୍ଥୀ ଅବସରରେ ଅମ୍ବାନୀ ପରିବାର ବେଶ ଧୁମଧାମରେ ଗଣପତି ବାପ୍ପାଙ୍କୁ ସ୍ବାଗତ କରିଥିଲେ। ସେପ୍ଟେମ୍ବର ୧୪ ରେ ‘ଆଣ୍ଟିଲିଆ’ (Antilia) ଠାରେ…

ଯାଉ ଯାଉ ପୁଣି ଫେରିବ ମୌସୁମୀ, ଜାରି ହେଲା ‘ମେଗା ଆଲର୍ଟ’, ୨୨ ରାଜ୍ୟରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୧୫।୯: ଉତ୍ତର ଭାରତରୁ ଆରମ୍ଭ କରି ଦେଶର ପୂର୍ବ ଓ ପଶ୍ଚିମ ଅଞ୍ଚଳ ପର୍ଯ୍ୟନ୍ତ ମୌସୁମୀ ସକ୍ରିୟତା ପୁନର୍ବାର ବୃଦ୍ଧି ପାଇଛି। ଭାରତୀୟ ପାଣିପାଗ ବିଭାଗ (IMD)…

ସୁନାମି ଆସିବା ୪୫ ମିନିଟ୍‌ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…

ପାକିସ୍ତାନକୁ ବହୁ ପଛରେ ପକାଇଲା ଭାରତ, ରଖିଛି ଏତିକିଟିି ଏସିଆ କପ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୧୫।୯: ଏସିଆ କପରେ ଭାରତର ଆଧିପତ୍ୟ କେବଳ ପୁରୁଷ ଦଳ ମଧ୍ୟରେ ସୀମିତ ନୁହେଁ। ମହିଳା ଦଳ ମଧ୍ୟ କ୍ରମାଗତ ଭାବେ ଉତ୍କୃଷ୍ଟ ପ୍ରଦର୍ଶନ କରି ୨୦୨୬…

ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…

ବରୁଣ-ସଞ୍ଜୁ OUT, ବୈଭବ IN? ଆଫଗାନିସ୍ତାନ ବିପକ୍ଷ ଦ୍ୱିତୀୟ ଟି-୨୦ ପାଇଁ ଭାରତର ପ୍ଲେଇଂ ଇଲେଭେନ…

ନୂଆଦିଲ୍ଲୀ,୧୫।୯: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ସେପ୍ଟେମ୍ବର ୧୫ (ମଙ୍ଗଳବାର) ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?