Posted inଖେଳ

ନ୍ୟୁଜିଲାଣ୍ଡରେ ପହଞ୍ଚୁ ପହଞ୍ଚୁ ଏମିତି କାମ କଲେ ଶୁଭମନ ଗିଲ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୨୯।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ (ODI) ସିରିଜ ଆରମ୍ଭ ହେବାକୁ ଆଉ କିଛି ଦିନ ବାକି ଥିବାବେଳେ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି ଭାରତୀୟ ଅଧିନାୟକ ଶୁଭମନ ଗିଲ। ଟି-୨୦ ଦଳ ସହ ଯୋଗଦେବା ପରେ ଗିଲ ନେଟ୍ସକୁ ଓହ୍ଲାଇ ବ୍ୟାଟିଂ ଅଭ୍ୟାସ କରିଛନ୍ତି। ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚଟି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ନଭେମ୍ବର ୪ ତାରିଖରୁ ଆରମ୍ଭ ହେବ। ଏହି ସିରିଜରେ ରୋହିତ ଶର୍ମା ଓ ବିରାଟ କୋହଲିଙ୍କ ଭଳି ଅଭିଜ୍ଞ ଖେଳାଳି ମଧ୍ୟ ଦଳକୁ ଫେରିବେ।

ଅଭ୍ୟାସ ସମୟରେ ଗିଲ୍‌ଙ୍କ କପାଳରେ ଫିଟ୍‌ନେସ୍‌ ଟ୍ରାକ କରୁଥିବା ଏକ ସ୍ବତନ୍ତ୍ର ଡିଭାଇସ ଲାଗିଥିବା ଦେଖିବାକୁ ମିଳିଥିଲା। ନେଟ୍ସକୁ ଯିବା ପୂର୍ବରୁ ସେ ଭାରତୀୟ ବ୍ୟାଟିଂ କୋଚ ସିତାଂଶୁ କୋଟକଙ୍କ ସହ ଆଲୋଚନା କରିଥିଲେ। ଏହାପରେ ସେ ନିଜ ବ୍ୟାଟିଂ ଉପରେ ଧ୍ୟାନ ଦେଇଥିଲେ। ଭାରତୀୟ ଉଇକେଟ୍‌ କିପର-ବ୍ୟାଟର କେଏଲ ରାହୁଲ ଓ ଦ୍ରୁତ ବୋଲର ଗୁରନୂର ବରାଡ଼ ମଧ୍ୟ ଦଳ ସହ ଯୋଗ ଦେଇଛନ୍ତି।

ରିପୋର୍ଟ ଅନୁସାରେ, ଅଭ୍ୟାସ ସମୟରେ ଗିଲ ତାଙ୍କ ଘନିଷ୍ଠ ବନ୍ଧୁ ତଥା ଭାରତୀୟ ଟି-୨୦ ଦଳର ଓପନର ଅଭିଷେକ ଶର୍ମାଙ୍କ ସହ କଥା ହେଉଥିବା ଦେଖାଯାଇଥିଲା।

ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଅଭିଷେକ ଶର୍ମା ବିସ୍ଫୋରକ ବ୍ୟାଟିଂ କରି ମାତ୍ର ୩୮ଟି ବଲ୍‌ରେ ୧୧୩ ରନ କରିଥିଲେ। ୱେଲିଂଟନରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତ ୧୯୯ ରନର ଲକ୍ଷ୍ୟକୁ ସଫଳତାର ସହ ପିଛା କରି ଚମତ୍କାର ବିଜୟ ହାସଲ କରିଥିଲା। ଏହା ସହ ଭାରତୀୟ ଦଳ ସିରିଜରେ ୩-୦ରେ ଅପରାଜେୟ ଅଗ୍ରଣୀ ହାସଲ କରିଛି।

ଦିନିକିଆ ସିରିଜ ପୂର୍ବରୁ ଗିଲ୍‌ଙ୍କ ପାଇଁ ନିଜ ଫର୍ମ ଫେରିପାଇବା ଗୁରୁତ୍ୱପୂର୍ଣ୍ଣ ହେବ। ଗତ ଏକ ବର୍ଷ ମଧ୍ୟରେ ତାଙ୍କୁ ଅନେକ କଠିନ ଆହୱାନର ସାମ୍ନା କରିବାକୁ ପଡ଼ିଛି। ଗତବର୍ଷ ଅଷ୍ଟ୍ରେଲିଆ ଗସ୍ତ ତାଙ୍କ ପାଇଁ ଚ୍ୟାଲେଞ୍ଜପୂର୍ଣ୍ଣ ରହିଥିଲା। ସେହିପରି ଚଳିତ ବର୍ଷ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ମଧ୍ୟ ଭାରତୀୟ ଦଳକୁ ପରାଜୟର ସାମ୍ନା କରିବାକୁ ପଡ଼ିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିର୍ଜନ ଜଙ୍ଗଲ ଭିତରକୁ ଆଲିଆଙ୍କୁ ନେଇଗଲେ ରଣବୀର, ହଠାତ୍‌ ଗାଡ଼ି ରଖି କହିଲେ…

ବଲିଉଡ୍‌ର ଲୋକପ୍ରିୟ ଯୋଡ଼ି ରଣବୀର କପୁର ଓ ଆଲିଆ ଭଟ୍ଟଙ୍କ ପ୍ରେମ କାହାଣୀକୁ ନେଇ ପୁଣି ଚର୍ଚ୍ଚା। ୧୪ ଏପ୍ରିଲ ୨୦୨୨ରେ ବିବାହ କରିଥିବା ଏହି ଯୋଡ଼ିଙ୍କ…

ଏହି ବ୍ୟାଙ୍କ୍‌ ଖାତାରେ ଟଙ୍କା ଅଛି କି? ଡିସେମ୍ୱର ୧ରୁ ବଦଳିବ ନିୟମ, ଜାଣନ୍ତୁ ନଚେତ୍‌ ପସ୍ତେଇବେ

ନୂଆଦିଲ୍ଲୀ,୨୯।୧୦: ଆକ୍ସିସ ବ୍ୟାଙ୍କ (Axis Bank) ନିଜର କୋଟି କୋଟି ଖାତାଧାରୀଙ୍କ ପାଇଁ ନିୟମରେ ପରିବର୍ତ୍ତନ କରିବାକୁ ଯାଉଛି। ଏବେ ଆକାଉଣ୍ଟରେ କମ ଟଙ୍କା ରଖିବା, ନଗଦ…

ଧସିଲା ପାହାଡ଼: ମା’ ସିଦ୍ଧ ବାଙ୍କେଶ୍ୱରୀଙ୍କ ପୀଠକୁ ଯୋଗାଯୋଗ ବିଚ୍ଛିନ୍ନ

ଦିଗପହଣ୍ଡି,୨୯ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ଗ୍ରାମ ନିକଟସ୍ଥ କେରାଣ୍ଡିମାଳ ପର୍ବତ ଶୀର୍ଷରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ…

ଚତୁର୍ଥ ଟି-୨୦ରୁ ବୈଭବଙ୍କୁ ବାହାର କରିବାକୁ ପଡିବ? କାହିଁକି ଏପରି କହିଲେ ଅଶ୍ୱିନ, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୨୯।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ସିରିଜର ପରବର୍ତ୍ତୀ ମୁକାବିଲା ଏବେ ଅକଲାଣ୍ଡରେ ଖେଳାଯିବ। ଶୁକ୍ରବାର, ଅକ୍ଟୋବର ୩୦ ତାରିଖରେ ଉଭୟ ଦଳ ଚତୁର୍ଥ…

ପ୍ରଥମ ଥର କରୱା ଚୌଥ ବ୍ରତ ପାଳନ କଲେ ଶିଖର ଧୱନଙ୍କ ପତ୍ନୀ; କହିଲେ, ‘ମୁଁ ବହୁତ ଭାଗ୍ୟଶାଳୀ’

ନୂଆଦିଲ୍ଲୀ,୨୯।୧୦: ଆଜି ହେଉଛି କରୱା ଚୌଥ ପର୍ବ, ଯେଉଁ ଦିନ ପତ୍ନୀମାନେ ନିଜ ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ଉପବାସ ରଖିଥାନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ…

ଏହି ଜିଲାରେ ୩୧ ପର୍ଯ୍ୟନ୍ତ ସବୁ ଶିକ୍ଷାନୁଷ୍ଠାନ ବନ୍ଦ

ଛତ୍ରପୁର,୨୯ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ସାଙ୍ଗକୁ ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ଜାରି ରହିଥିବାରୁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର, ସ୍କୁଲ,…

ଡିସେମ୍ବର ୧ରୁ ବଦଳିବ SBI କ୍ରେଡିଟ କାର୍ଡ ନିୟମ, ଏହି ସବୁ ପେମେଣ୍ଟରେ ଲାଗିବ ଅତିରିକ୍ତ ଶୁଳ୍କ

ନୂଆଦିଲ୍ଲୀ, ୨୯।୧୦: ଯଦି ଆପଣ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI)ର କ୍ରେଡିଟ କାର୍ଡ ବ୍ୟବହାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଜରୁରୀ। ୧ ଡିସେମ୍ବର…

Video: ଆରସିବି (RCB) ତାଙ୍କୁ କିଣିବା ମାତ୍ରେ ହୋଟେଲ ରୁମାର ଏମିତି ନାଚିଲେ ଶ୍ରେୟଙ୍କା ପାଟିଲ , ଏବେ ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୯।୧୦: ବୁଧବାର କୋଚିରେ ‘ୱିମେନ୍ସ ପ୍ରିମିୟର ଲିଗ’ (WPL) ର ପଞ୍ଚମ ସଂସ୍କରଣ ପାଇଁ ନିଲାମ ପ୍ରକ୍ରିୟା ଶେଷ ହୋଇଛି। ଏଥିରେ ପାଞ୍ଚଟି ଦଳ ମୋଟ ୨୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?