Posted inଖେଳ

‘ନ୍ୟୁଜିଲାଣ୍ଡ-ଇଂଲଣ୍ଡ ଯୁଗ୍ମ ବିଜେତା ଘୋଷଣା ଉଚିତ ହୋଇଥାନ୍ତା’

ନୂଆଦିଲ୍ଲୀ,୧୩।୫(ପି.ଟି.): ଇଂଲଣ୍ଡରେ ଗତବର୍ଷ ଅନୁଷ୍ଠିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ବିଶ୍ୱକପ୍‌ରେ ଆୟୋଜକ ଇଂଲଣ୍ଡ ଚାମ୍ପିୟନ ହୋଇଥିଲା। ତେବେ ଇଂଲଣ୍ଡ ସମେତ ରନର୍ସଅପ୍‌ ନ୍ୟୁଜିଲାଣ୍ଡକୁ ଯୁଗ୍ମ ବିଜେତା ଭାବେ ଘୋଷିତ କରାଯିବା ଉଚିତ ବୋଲି ଭାରତୀୟ ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର କହିଛନ୍ତି।
ବିଶ୍ୱକପ୍‌ର ଐତିହାସିକ ଫାଇନାଲ ମ୍ୟାଚ୍‌ ସୁପର ଓଭର ପରେ ମଧ୍ୟ ମ୍ୟାଚ୍‌ ଟାଇ ରହିଥିଲା। ତେବେ ବାଉଣ୍ଡାରୀ ସଂଖ୍ୟ ଦୃଷ୍ଟିକୋଣରୁ ନ୍ୟୁଜିଲାଣ୍ଡ ପଛରେ ପଡିଯିବାରୁ ଇଂଲଣ୍ଡ ଚାମ୍ପିୟନ ଘୋଷିତ ହୋଇଥିଲା। କିନ୍ତୁ ଇଂଲଣ୍ଡ ସମେତ ନ୍ୟୁଜିଲାଣ୍ଡକୁ ମଧ୍ୟ ଚାମ୍ପିୟନ ଘୋଷଣା କରାଯିବା ଉଚିତ୍‌ ଥିଲା ବୋଲି ଗମ୍ଭୀର ଷ୍ଟାର ସ୍ପୋଟର୍‌ସ ଶୋ’ ‘କ୍ରିକେଟ କନେକ୍‌ଟେଡ’କୁ ସାକ୍ଷାତକାର ଦେଇ କହିଛନ୍ତି। ବିଶ୍ୱକପ୍‌ର ବିଭିନ୍ନ ସଂସ୍କରଣରେ ଦମ୍‌ଦାର ପ୍ରଦର୍ଶନ କରିଥିଲେ ମଧ୍ୟ ନ୍ୟୁଜିଲାଣ୍ଡକୁ କେବେ ଶ୍ରେୟ ପ୍ରଦାନ କରାଯାଇ ନାହିଁ। ମୋଟାମୋଟି ଉପରେ ରେକର୍ଡ ଦେଖିଲେ ନୁଜିଲାଣ୍ଡ ଏହି ମେଗା ଇଭେଣ୍ଟରେ ସବୁବେଳେ ସ୍ଥିର ପ୍ରଦର୍ଶନ କରିଆସିଛି। କ୍ରମାଗତ ଗତ ଦୁଇଟି ବିଶ୍ୱକପ୍‌ରେ ନୁଜିଲାଣ୍ଡ ଫାଇନାଲରେ ପରାସ୍ତ ହୋଇ ରନର୍ସଅପ ହୋଇଥିଲା। କ୍ରିକେଟର ୩ଟି ଯାକ ଫର୍ମାଟ୍‌ରେ ଓ ସବୁ ପ୍ରକାର ପରିସ୍ଥିତିରେ ନ୍ୟୁଜିଲାଣ୍ଡ ସବୁବେଳେ ଭଲ ପ୍ରଦର୍ଶନ କରି ଆସିଛି। ନ୍ୟୁଜିଲାଣ୍ଡକୁ ତା’ର ଦକ୍ଷତା ଅନୁସାରେ ପ୍ରକୃତ ଶ୍ରେୟ କେବେ ପ୍ରଦାନ କରାଯାଇ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri