Posted inଖେଳ

ନ୍ୟୁଜିଲାଣ୍ଡ କବ୍‌ଜାରେ ଦିନିକିଆ ସିରିଜ୍‌

ଅକ୍‌ଲାଣ୍ଡ,୮।୨- ସ୍ଥାନୀୟ ଇଡେନ ପାର୍କଠାରେ ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୨୨ ରନ୍‌ରେ ବିଜୟ ହାସଲ କରିଛି। ଏଥି ସହିତ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ଘରୋଇ ଦଳ ୨-୦ ବ୍ୟବଧାନରେ ଆଗୁଆ କବ୍‌ଜା କରିନେଇଛି। ମ୍ୟାଚ୍‌ରେ ଅଲରାଉଣ୍ଡର ପ୍ରଦର୍ଶନ କରିଥିବା କାଇଲ ଜାମିସନ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ ୨୭୩ ରନ୍‌ କରିଥିଲା। ଦଳ ପାଇଁ ମାର୍ଟିନ ଗୁପଟିଲ ୭୯, ରସ ଟେଲର ୭୩* ଓ ହେନ୍‌ରୀ ନିକୋଲାସ ୪୧ ରନ୍‌ କରିଥିଲେ। ବୋଲିଂରେ ଭାରତ ପକ୍ଷରୁ ୟୁଜବେନ୍ଦ୍ର ଚହଲ ୩ ଓ ଶାର୍ଦ୍ଦୁଳ ଠାକୁର ୨ ଉଇକେଟ ନେଇଥିଲେ। ୨୭୪ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଓହ୍ଲାଇଥିବା ଭାରତ ଇନିଂସ ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଦଳ ୧୫୩ ରନ୍‌ରେ ୭ ଉଇକେଟ ହରାଇ ନିଶ୍ଚିତ ପରାଜୟ ଆଡ଼େ ମୁହଁାଇଥିଲା। କିନ୍ତୁ ରବୀନ୍ଦ୍ର ଜାଡେଜା ଓ ନବଦୀପ ସଇନି ଅଷ୍ଟମ ଉଇକେଟ ଲାଗି ୭୬ ରନ୍‌ର ଭାଗୀଦାରି କରି ବିଜୟ ସମ୍ଭାବନା ସୃଷ୍ଟି କରିଥିଲେ। କିନ୍ତୁ ପୁନଃ ଉଇକେଟ ପତନ ହେବାରୁ ଦଳ ୨୫୧ ରନ୍‌ରେ ସୀମିତ ରହିଥିଲା। ଜାଡେଜା ୫୫, ଶ୍ରେୟାସ ଆୟାର ୫୨ ଓ ସଇନି ୪୫ ରନ୍‌ କରିଥିଲେ। ବିଜୟୀ ଦଳ ଲାଗି ହାମିଶ ବେନଟ, ଟିମ ସୌଦି, ଜାମିସନ ଓ କଲିନ ଡେ ଗ୍ରାଣ୍ଡହୋମ ୨ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri