Posted inଖେଳ

ନ୍ୟୁଜିଲାଣ୍ଡ ଟୁର୍‌: ଭାରତୀୟ ମହିଳା ହକି ଦଳରେ ଓଡ଼ିଶାରୁ ୩

ନୂଆଦିଲ୍ଲୀ, ୧୫।୧ (ପି.ଟି.)- ଚଳିତ ମାସ ଶେଷଭାଗରେ ଭାରତୀୟ ମହିଳା ହକି ଦଳ ନ୍ୟୁଜିଲାଣ୍ଡ ଗସ୍ତ କରିବାର କାର୍ଯ୍ୟସୂଚୀ ରହିଛି। ଏଥିଲାଗି ମଙ୍ଗଳବାର ଷ୍ଟ୍ରାଇକର୍‌ ରାଣୀ ରାମପାଲଙ୍କ ନେତୃତ୍ୱରେ ୨୦ ଜଣିଆ ଭାରତୀୟ ମହିଳା ହକି ଦଳ ଘୋଷଣା କରାଯାଇଛି। ଯେଉଁଥିରେ ଓଡ଼ିଶାରୁ ଦୀପଗ୍ରେସ ଏକ୍କା, ନମିତା ଟପ୍ପୋ ଓ ଲିଲିମା ମିଞ୍ଜ ସ୍ଥାନ ପାଇଛନ୍ତି। ଗୋଲକିପର ସବିତାଙ୍କୁ ଉପ-ଅଧିନାୟିକା ଭାବେ ନିଯୁକ୍ତ କରାଯାଇଛି। ଜାନୁୟାରୀ ୨୫ରେ ନ୍ୟୁଜିଲାଣ୍ଡ ଡେଭଲପ୍‌ମେଣ୍ଟ ସ୍କ୍ବାଡ୍‌ ବିପକ୍ଷରେ ଭାରତ ଅଭିଯାନ ଆରମ୍ଭ କରିବ। ଏହାପରେ ଜାନୁୟାରୀ ୨୭ ଓ ୨୯ରେ ନ୍ୟୁଜିଲାଣ୍ଡ ମହିଳା ଦଳକୁ ଭେଟିବ ଭାରତ। ଫେବୃୟାରୀ ୪ରେ ଗ୍ରେଟ୍‌ ବ୍ରିଟେନ ବିପକ୍ଷରେ ଏବଂ ୫ରେ ନ୍ୟୁଜିଲାଣ୍ଡ ସହ ଖେଳି ଭାରତ ଏହାର ନ୍ୟୁଜିଲାଣ୍ଡ ଗସ୍ତ ସମାପ୍ତ କରିବ। ‘ଏହି ଟୁର୍‌ରେ ଖେଳାଳିଙ୍କ ମଧ୍ୟରେ ଅଧିକ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଲକ୍ଷ୍ୟ ରଖିଛି, ଯେଉଁଥିପାଇଁ ଆମେ ୨୦ ଜଣିଆ ଦଳ ଘୋଷଣା କରିଛୁ। କିନ୍ତୁ ଅଲିମ୍ପିକ୍ସ ଓ ଅନ୍ୟ କେତେକ ପ୍ରତିଯୋଗିତାରେ ଆମେ ୧୬ କିମ୍ବା ୧୮ ଜଣିଆ ଦଳ ନେଇ ଖେଳିଥାଉ। ଖେଳାଳିମାନେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ ଦେବେ’ ବୋଲି ଭାରତୀୟ ଦଳର ମୁଖ୍ୟ କୋଚ୍‌ ଜୋର୍ଡ ମାରିଜନେ କହିଛନ୍ତି।
ଭାରତୀୟ ମହିଳା ହକି ଦଳ: ରାଣୀ ରାମପାଲ (ଅଧିନାୟିକା), ସବିତା (ଉପ-ଅଧିନାୟିକା), ରାଜିନି ଏତିମାରପୁ, ଦୀପଗ୍ରେସ ଏକ୍କା, ଗୁର୍‌ଜିତ୍‌ କୌର, ରୀନା ଖୋଖର, ସାଲିମା ଟେଟେ, ସୁଶୀଳା ଚାନୁ, ନିଶା, ନମିତା ଟପ୍ପୋ, ଉଦିତା, ମୋନିକା, ଲିଲିମା ମିଞ୍ଜ, ନେହା, ମୋନିକା, ଶର୍ମିଳା ଦେବୀ, ନବନୀତ୍‌ କୌର, ଲାଲରେମସିଆମି, ବନ୍ଦନା କାଟାରିୟା ଓ ନବଜୋତ୍‌ କୌର।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

ଆଇପିଏଲ ମଝିରେ ଲକ୍ଷ୍ନୌ କଲା ବଡ଼ ଘୋଷଣା: ଅଧିନାୟକ ପଦ ଛାଡ଼ିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୯।୫: ୨୦୨୬ ଆଇପିଏଲ ମଝିରେ ରିଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସର ଅଧିନାୟକ ପଦ ଛାଡି ଦେଇଛନ୍ତି। ଶୁକ୍ରବାର ଫ୍ରାଞ୍ଚାଇଜ ସୋସିଆଲ ମିଡିଆରେ ପନ୍ତଙ୍କୁ ଅଧିନାୟକ ପଦରୁ…

ଖେଳାଳିଙ୍କ ପାଇଁ ନୂଆ ନିର୍ଦ୍ଦେଶ ଜାରି କଲା BCCI, ନିଷିଦ୍ଧ ଅଞ୍ଚଳରେ ସ୍ମାର୍ଟ ଚଷମା ପିନ୍ଧିବା ଉପରେ ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୯।୫: ଇଣ୍ଡିଆନ୍ ପ୍ରିମିୟର ଲିଗ୍‌ରେ ଅତ୍ୟାଧୁନିକ ଯୋଗାଯୋଗ ଉପକରଣର ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ଖେଳାଳି ଏବଂ ସହାୟକ କର୍ମଚାରୀଙ୍କ ପାଇଁ ଏକ ନୂତନ ପରାମର୍ଶ ଜାରି କରାଯାଇଛି ।…

ଆଜି କ୍ୱାଲିଫାୟର-୨ ମହାମୁକାବିଲା

ମୁଲାନପୁର,୨୯।୫: ଶୁକ୍ରବାର ଖେଳାଯିବ ଆଇପିଏଲ୍‌ର କ୍ୱାଲିଫାୟର-୨ ମହାମୁକାବିଲା। ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଓ ରାଜସ୍ଥାନ ରୟାଲ୍ସ ପରସ୍ପରକୁ ଭେଟିବେ। ଏହାର ବିଜେତା ରବିବାର ଅହମଦାବାଦରେ ହେବାକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri