Posted inଖେଳ

ନ୍ୟୁଜିଲାଣ୍ଡ ତରଫରୁ ଖେଳିବା ସୁଯୋଗ ଅପେକ୍ଷାରେ କନଓ୍ବେ

ଦୁବାଇ, ୧ା୪ (ପି.ଟି.)-ନ୍ୟୁଜିଲାଣ୍ଡ ତରଫରୁ ଖେଳିବା ଲାଗି ଆଗ୍ରହ ରଖିଛନ୍ତି ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ ଡେଭନ କନଓ୍ବେ । ଏଥିପାଇଁ ସେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ଅନୁମତି ହାସଲ କରିସାରିଛନ୍ତି। ସମ୍ଭବତଃ ସେ ଭାରତ ଏ’ କିମ୍ବା ବାଂଲାଦେଶ ବିପକ୍ଷରେ ନ୍ୟୁଜିଲାଣ୍ଡ ତରଫରୁ ପଦାର୍ପଣ କରିପାରନ୍ତି। ଏହି ୨୮ ବର୍ଷୀୟ କ୍ରିକେଟର ୨୦୧୭ ସେପ୍ଟେମ୍ବରରେ ଜୋହାନ୍ସବର୍ଗ ଛାଡ଼ି ନ୍ୟୁଜିଲାଣ୍ଡରେ ତାଙ୍କ କ୍ୟାରିୟର ଆରମ୍ଭ କରିବାଲାଗି ସେଦେଶକୁ ଚାଲିଯାଇଥିଲେ। ଆଇସିସି ବିଶେଷ ପରିସ୍ଥିତିରେ ଏହି ଖେଳାଳିଙ୍କୁ ଅନୁମତି ଦେଇଛି। ହେଲେ କନଓ୍ବେଙ୍କୁ ଅଗଷ୍ଟ ୨୮ ପୂର୍ବରୁ ତାଙ୍କ ଯୋଗ୍ୟତା ସାବ୍ୟସ୍ତ କରିବାକୁ ହେବ। ଅଗଷ୍ଟ ୧୫ରୁ ଆରମ୍ଭ ହେଉଥିବା ନ୍ୟୁଜିଲାଣ୍ଡ ଏ’ର ଭାରତ ଟୁର୍‌ ଅବା ଅଗଷ୍ଟ ୧୨ରୁ ହେବାକୁଥିବା ନ୍ୟୁଜିଲାଣ୍ଡ ଦଳର ବାଂଲାଦେଶ ଟୁର୍‌ ପାଇଁ ସେ ଦଳରେ ସ୍ଥାନ ପାଇବା ଜରୁରୀ। ୨୦୧୯-୨୦ ସିଜନରେ ଅନୁଷ୍ଠିତ ୩ଟି ଘରୋଇ ଟୁର୍ନାମେଣ୍ଟ ଯଥା ପ୍ରଥମ ଶ୍ରେଣୀ ପ୍ଲଙ୍କେଟ୍‌ ଶିଲ୍ଡ, ଲିଷ୍ଟ ଏ’ ଫୋର୍ଡ ଟ୍ରଫି ଏବଂ ଟି୨୦ ସୁପର ସ୍ମାଶ୍‌ରେ ଏହି ବାମହାତୀ ଖେଳାଳି ସବୁଠାରୁ ଅଧିକ ରନ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ ବିବେଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri