Posted inଖେଳ

ନ୍ୟୁଜିଲାଣ୍ଡ ନିୟନ୍ତ୍ରଣରେ ଓ୍ବେଲିଂଟନ ଟେଷ୍ଟ

ଓ୍ବେଲିଂଟନ,୨୩।୨- ସ୍ଥାନୀୟ ବାସିନ ରିଜର୍ଭ ଗ୍ରାଉଣ୍ଡରେ ଚାଲିଥିବା ପ୍ରଥମ ଟେଷ୍ଟ ତୃତୀୟ ଦିନ ସୁଦ୍ଧା ନ୍ୟୁଜିଲାଣ୍ଡ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସରେ ଭାରତ ୧୬୫ ରନ୍‌ରେ ଅଲଆଉଟ୍‌ ହେବା ପରେ ନ୍ୟୁଜିଲାଣ୍ଡ ତା’ର ଅସମାପ୍ତ ଇନିଂସ ସ୍କୋର (୨୧୬/୫)ରୁ ବ୍ୟାଟିଂ କରି ୩୪୮ ରନ୍‌ରେ ସୀମିତ ରହିଛି। ରବିବାର କଲିନ ଡିଗ୍ରାଣ୍ଡହୋମ ୪୩, କାଇଲ ଜାମିସନ ୪୪ ଓ ଟ୍ରେଣ୍ଟ ବୋଲ୍ଟ ୩୮ ରନ୍‌ କରିଥିଲେ। ଭାରତୀୟ ବୋଲର ଈଶାନ୍ତ ଶର୍ମା ୫ ଉଇକେଟ ଦଖଲ କରିଥିବାବେଳେ ରବିଚନ୍ଦ୍ରନ ଅଶ୍ୱିନ ୩ ଉଇକେଟ ହାତେଇଛନ୍ତି। ପରେ ୧୮୩ ରନ୍‌ରେ ପଛୁଆ ଥିବା ଟିମ୍‌ ଇଣ୍ଡିଆ ଦ୍ୱିତୀୟ ଇନିଂସ ବ୍ୟାଟିଂ ଆରମ୍ଭ କରି ତୃତୀୟ ଦିନ ଷ୍ଟମ୍ପ ଅପସାରଣ ସୁଦ୍ଧା ୪ ଉଇକେଟ ହରାଇ ୧୪୪ ରନ୍‌ କରିଛି। ପ୍ରଥମ ଇନିଂସ ଭଳି ଦ୍ୱିତୀୟ ପାଳିରେ ମଧ୍ୟ ଅଧିନାୟକ ବିରାଟ କୋହଲି (୧୯), ପୃଥ୍ବୀ ଶ (୧୪) ଓ ଚେତେଶ୍ୱର ପୂଜାରା (୧୧) ବିଫଳ ହୋଇଛନ୍ତି। ଅନ୍ୟତମ ଓପନର ମୟଙ୍କ ଅଗ୍ରଓ୍ବାଲ ୫୮ ରନ୍‌ କରିଥିଲେ। ଅଜିଙ୍କ୍ୟ ରାହାନେ ୨୫ ଓ ହନୁମା ବିହାରୀ ୧୫ ରନ୍‌ କରି ଅପରାଜିତ ଅଛନ୍ତି। ଦଳ ୩୯ ରନ୍‌ ପଛୁଆ ଥିବାବେଳେ ହାତରେ ୬ ଉଇକେଟ ବାକି ଅଛି। ଘରୋଇ ଦଳ ପାଇଁ ବୋଲ୍ଟ ୩ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri