Posted inଖେଳ

ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ବିଜୟୀ

କାର୍ଡିଫ୍‌,୨।୬(ଏଏଫପି)- ଗତଥରର ରନର୍ସଅପ୍‌ ନ୍ୟୁଜିଲାଣ୍ଡ ଏକ ଦମ୍‌ଦାର ବିଜୟ ସହ ବିଶ୍ୱକପ୍‌ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ ସୋଫିଆ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ବିଶ୍ୱକପ୍‌ର ତୃତୀୟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୨୦୩ଟି ବଲ ବାକିଥାଇ ୧୦ ଉଇକେଟରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଦ୍ରୁତ ବୋଲର ମ୍ୟାଟ୍‌ ହେନେରୀ ଅଗ୍ନିବର୍ଷୀ ବୋଲିଂ (୭-୦-୨୯-୩) କରି ଶ୍ରୀଲଙ୍କାର ବିପର୍ଯ୍ୟୟ ଘଟାଇ ଦଳକୁ ବିଜୟୀ କରାଇବା ସହ ପ୍ଲେୟାର ଅଫ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ଟସ୍‌ ଜିତି ନ୍ୟୁଜିଲାଣ୍ଡ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଶ୍ରୀଲଙ୍କା ପ୍ରାରମ୍ଭିକ ଝଟ୍‌କା ଖାଇବା ସହ ନିୟମିତ ବ୍ୟବଧାନରେ ଉଇକେଟ ହରାଇଥିଲା। ଫଳରେ ଦଳ ୨୯.୨ ଓଭରରେ ମାତ୍ର ୧୩୬ ରନରେ ଅଲଆଉଟ ହୋଇଥିଲା। ଜବାବରେ ନ୍ୟୁଜିଲାଣ୍ଡ ବିନାକ୍ଷତିରେ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। ପ୍ରଥମେ ବୋଲିଂରେ ଓ ପରେ ବ୍ୟାଟିଂରେ ଶ୍ରୀଲଙ୍କା ସାଂଘାତିକ ବିଫଳତାର ସମ୍ମୁଖୀନ ହୋଇଥିଲା। ଏଥିସହ ଉଭୟ ବୋଲିଂ ଓ ବ୍ୟାଟିଂରେ ଶ୍ରୀଲଙ୍କାର ଦୁର୍ବଳତା ପଛରେ ପଡିଛି।
୧୩୭ ରନ ଛୋଟିଆ ବିଜୟ ଲକ୍ଷ୍ୟର ପିଛା କରି ଅତି ସହଜରେ ବାଜି ମାରିଥିଲା। ଦଳ ୧୬.୧ ଓଭରରେ ଟାର୍ଗେଟ ହାସଲ କରିଥିଲା। ଦୁଇ ଓପନର ମାର୍ଟିନ ଗୁପ୍ଟିଲ ୭୩ ରନ (୫୧ବଲ, ୮ ଚୌକା, ୨ ଛକା) ଓ କଲିନ ମୁନରୋ ୫୮ ରନ (୪୭ ବଲ, ୬ ଚୌକା, ୧ ଛକା) କରି ଅପରାଜିତ ରହିବା ସହ ଦଳକୁ ଅତି ସହଜରେ ଜିତାଇଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ଆରମ୍ଭରୁ ଲାହିରୁ ଥିରିମାନେଙ୍କୁ ହରାଇଥିଲା। ସେ ମାତ୍ର ୪ ରନ କରି ହେନେରୀଙ୍କ ଦ୍ୱାର ଏଲବିଡବ୍ଲ୍ୟୁ ହୋଇ ପ୍ୟାଭିଲିୟନ ଫେରିଥିଲେ। ଦଳର ୮ଜଣ ବ୍ୟାଟ୍ସମ୍ୟାନ ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ଅଧିନାୟକ ଦିମୁଥ କରୁଣାରତ୍ନେ ୫୨ ରନର ଅପରାଜିତ ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ସେ ୮୪ଟି ବଲ୍‌ର ସମ୍ମୁଖୀନ ହୋଇ ୪ଟି ଚୌକା ମାରିଥିଲେ। ସେହିପରି ଉଇକେଟ କିପର ବ୍ୟାଟ୍ସମ୍ୟାନ କୁଶଲ ପେରେରା ୨୯ ଓ ଥିସାରା ପେରେରା ୨୭ ରନ କରି ଆଉଟ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଧନଞ୍ଜୟ ଡିସିଲଭା ୪, ଜୀବନ ମେଣ୍ଡିସ୍‌ ୧, ସୁରଙ୍ଗା ଲାକମଲ ୭, ଲସିଥ ମାଲିଙ୍ଗା ୧ ରନ କରି ପ୍ୟାଭିଲିୟନ ଫେରିଥିଲେ। କୁଶାଲ ମେଣ୍ଡିସ, ଅଭିଜ୍ଞ ଅଲରାଉଣ୍ଡର ଆଞ୍ଜେଲୋ ମାଥ୍ୟୁସ, ଇସୁରୁ ଉଡାନା ଖାତା ଖୋଲିବା ପୂର୍ବରୁ ଆଉଟ ହୋଇଥିଲେ। ବୋଲିଂରେ ମ୍ୟାଟ ହେନେରୀ ଓ ଲୋକି ଫର୍ଗୁସନ ୩ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ସେହିପରି ଟ୍ରେଣ୍ଟ ବୋଲ୍ଟ, କଲିନ୍‌ ଡି ଗ୍ରାଣ୍ଡହୋମ, ଜେମ୍ସ ନିଶାମ ଓ ମିଚେଲ ସାଣ୍ଟନର ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ। ନ୍ୟୁଜିଲାଣ୍ଡ ପରବର୍ତ୍ତୀ ମ୍ୟାଚ୍‌ରେ ୫ ତାରିଖରେ ଲଣ୍ଡନରେ ବାଂଲାଦେଶକୁ ଭେଟିବ। ସେହିପରି ଶ୍ରୀଲଙ୍କା ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ୪ ତାରିଖରେ କାର୍ଡିଫ୍‌ରେ ଆଫଗାନିସ୍ତାନକୁ ଭେଟିବ।
ସଂକ୍ଷିପ୍ତ ସ୍କୋର:
ଶ୍ରୀଲଙ୍କା ୨୯.୨ ଓଭରରେ ୧୩୬ ଅଲଆଉଟ
(କରୁଣାରତ୍ନେ- ୫୨, କୁଶଲ ପେରେରା- ୨୯, ଥିସାରା ପେରେରା-୨୭, ହେନେରୀ- ୩/୨୯, ଫର୍ଗୁସନ- ୩/୨୨ )।
ନ୍ୟୁଜିଲାଣ୍ଡ ୧୬.୧ ଓଭରରେ ୧୩୭/୦


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

ସଞ୍ଜୁ ସାମସନଙ୍କୁ ଦଳରୁ ବାଦ୍‌ ଦେବା ଉପରେ BCCIର ବଡ଼ ବୟାନ, ସାମ୍ନାକୁ ଆସିଲା ଚମକାଇ ଦେଲା ଭଳି କାରଣ!

ନୂଆଦିଲ୍ଲୀ, ୭।୭: BCCI ନିକଟରେ ଜିମ୍ବାୱେ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ତେବେ ଏହି ଦଳରେ ସଞ୍ଜୁ ସାମସନଙ୍କ ନାମ ନଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri