Posted inଖେଳ

ନ୍ୟୁଜିଲାଣ୍ଡ ୭ ଉଇକେଟରେ ବିଜୟୀ

ଟଣ୍ଟନ,୯।୬(ଏଏଫ୍‌ପି)- ଚଳିତ ବିଶ୍ୱକପ୍‌ର ୧୩ତମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଶନିବାର ୧୦୭ଟି ବଲ ବାକିଥାଇ ୭ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ସ୍ଥାନୀୟ କାଉଣ୍ଟି ଗ୍ରାଉଣ୍ଡରେ ଟସ୍‌ ଜିତି ନ୍ୟୁଜିଲାଣ୍ଡ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଆଫାଗାନିସ୍ତାନ ୪୧.୧ ଓଭରରେ ୧୭୨ ରନ କରି ଅଲଆଉଟ ହୋଇଥିଲା। ଜବାବରେ ନ୍ୟୁଜିଲାଣ୍ଡ ୩୨.୧ ଓଭରରେ ୩ ଉଇକେଟ ହରାଇ ୧୭୩ ରନ କରି ବିଜୟୀ ହୋଇଛି। ଦଳ ତରଫରୁ ଅଧିନାୟକ କେନ୍‌ ଓ୍ବିଲିୟମସନ ଅପରାଜିତ ୭୯, ରସ ଟେଲର ୪୮, କଲିନ ମୁନରୋ ୨୨ରନ କରିଥିବାବେଳେ ଟମ ଲଥାମ ୧୩ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଆଫଗାନିସ୍ତାନ ତରଫରୁ ଅଫତାବ ଆଲମ ୩ଟି ଯାକ ଉଇକେଟ ଅକ୍ତିଆର କରିଥିଲେ।
ପୂର୍ବରୁ ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ଆଫଗାନିସ୍ତାନ ନିୟମିତ ଅନ୍ତରରେ ଉଇକେଟ ହରାଇଥିଲା ଓ ବଡ଼ ସ୍କୋର କରିବାରେ ବିଫଳ ହୋଇଥିଲା। ଦଳର ୭ଜଣ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ଓପନର ହଜରତୁଲ୍ଲା ଜାଜାଇ ୩୪, ନୁର ଅଲି ଜଡ୍ରାନ ୩୧, ଆଫତାବ ଆଲମ ୧୪ ରନ କରି ଆଉଟ ହୋଇଥିଲେ। ତେବେ ଦଳ ତରଫରୁ ହଶମାତୁଲ୍ଲା ଶାହିଦି ସର୍ବାଧିକ ୫୯ ରନ ସଂଗ୍ରହ କରିଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡ ପକ୍ଷରୁ ଜେମ୍ସ ନିଶାମ ସର୍ବାଧିକ ୫, ଲୋକି ଫର୍ଗୁଶନ ୪ ଓ କଲିନ୍‌ ଡି ଗ୍ରାଣ୍ଡହୋମ ଗୋଟିଏ ଉଇକେଟ ହାସଲ କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଆଫଗାନିସ୍ତାନ ୪୧.୧ ଓଭରରେ ୧୭୨ ଅଲଆଉଟ୍‌
(ଶାହିଦି- ୫୯, ଜାଜାଇ- ୩୪, ଜଡ୍ରାନ- ୩୧, ଆଲମ- ୧୪, ନିଶାମ- ୫/୩୧, ଫର୍ଗୁସନ- ୪/୩୭, ଗ୍ରାଣ୍ଡହୋମ- ୧/୧୪)।
ନ୍ୟୁଜିଲାଣ୍ଡ ୩୨.୧ ଓଭରରେ ୧୭୩/୩
(ଓ୍ବିଲିୟମସନ- ୭୯*, ଟେଲର- ୪୮, ଆଲମ- ୩/୪୪)


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

PCBର ବଡ଼ ଘୋଷଣା, ପୁଣି ଥରେ ବାବର ଆଜମ ହେଲେ ଅଧିନାୟକ

ଇସଲାମାବାଦ,୫।୭: ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ବଡ଼ ଘୋଷଣା। ଆଗାମୀ ୱେଷ୍ଟଇଣ୍ଡିଜ ଏବଂ ଇଂଲଣ୍ଡ ଗସ୍ତ ପାଇଁ ବୋର୍ଡ ଟେଷ୍ଟ ଦଳର ଘୋଷଣା କରିଛି। ଏହା ସହିତ…

ରବିଙ୍କ ପାଦ ରେଖା ଅତିକ୍ରମ କରି ନ ଥିଲା, ତେବେ କାହିଁକି ନୋ-ବଲ ଦିଆଗଲା, ICC ନିୟମ ବିଷୟରେ ଜାଣନ୍ତୁ ଯାହା ଭାରତକୁ ମହଙ୍ଗା ପଡ଼ିଲା…

ମାଞ୍ଚେଷ୍ଟର,୫ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ ମ୍ୟାଚ୍‌…

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି…

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

IND vs ENG T20 : ଟସ୍‌ ଜିତିଲା ଭାରତ: ସଞ୍ଜୁ ସାମସନ ଆଉଟ୍‌, ବୈଭବ କରିବେ ଓପନିଂ

ମ୍ୟାଞ୍ଚେଷ୍ଟର,୪।୭:ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ଆଜି ଓଲ୍ଡ ଟ୍ରାଫୋର୍ଡ, ମ୍ୟାଞ୍ଚେଷ୍ଟରଠାରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ଶ୍ରେୟସ ଆୟର ଟସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri