ନ୍ୟୁୟର୍କରେ କରୋନାର ମୃତ୍ୟୁତାଣ୍ଡବ: ୧୧ ଭାରତୀୟ ମୃତ; ୧୬ ପଜିଟିଭ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୯।୪: କରୋନା ସଂକ୍ରମଣ ନେଇ ଆମେରିକାରେ ଆତଙ୍କ ଦେଖାଦେଇଛି। ଏଠାରେ କରୋନା ସଂକ୍ରମଣ ଯୋଗୁ ୧୧ ଜଣ ଭାରତୀୟଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ନ୍ୟୁୟର୍କରେ ବାସ କରୁଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଆମେରିକାରେ ୧୬ ଜଣ ଭାରତୀୟ କରୋନା ପଜିଟିଭ୍‌ ଭାବେ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୮ ଜଣ ନ୍ୟୁୟର୍କର ହୋଇଥିବାବେଳେ ୩ ଜଣ ନ୍ୟୁଜର୍ସି ଏବଂ ଅବଶିଷ୍ଟ କାଲିଫର୍ନିଆରେ ବାସ କରୁଥିବା ପ୍ରଶାସନ କହିଛି। ସେମାନଙ୍କ ମଧ୍ୟରେ ୪ ମହିଳା ରହିଛନ୍ତି। ପଜିଟିଭ୍‌ ଭାରତୀୟଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ଏସବୁ ଭାରତୀୟମାନେ ଉତ୍ତରାଖଣ୍ଡ, ମହାରାଷ୍ଟ୍ର, କର୍ନାଟକ ଏବଂ ଉତ୍ତରପ୍ରଦେଶର ବାସିନ୍ଦା ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ନ୍ୟୁୟର୍କ ଆମେରିକାରେ କରୋନା ସଂକ୍ରମଣର କେନ୍ଦ୍ରସ୍ଥଳ ପାଲଟିଥିବା କୁହାଯାଉଛି। ଏଠାରେ କରୋନାର ମୃତ୍ୟୁତାଣ୍ଡବ ଜାରି ରହିଛି। ଏଠାରେ ଇତିମଧ୍ୟରେ ୬ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ କରୋନା ସଂକ୍ରମଣ ଯୋଗୁ ଘଟିଛି। ସେହିପରି କେବଳ ନ୍ୟୁୟର୍କରେ ୧ ଲକ୍ଷ ୫୧ ହଜାରରୁ ଅଧିକ ଲୋକ ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri