Posted inଖେଳ

ନ୍ୟୁ ସାଉଥ୍‌ ଓ୍ବେଲ୍ସ ଚାମ୍ପିୟନ ଘୋଷିତ

ସିଡ୍‌ନୀ, ୧୭।୩ (ଏଏଫ୍‌ପି)- ଅଷ୍ଟ୍ରେଲିଆର ଘରୋଇ ପ୍ରଥମ ଶ୍ରେଣୀ କ୍ରିକେଟ୍‌ ଟୁର୍ନାମେଣ୍ଟ ସିଫେଲ୍ଡ ସିଲ୍ଡରେ ନ୍ୟୁ ସାଉଥ୍‌ ଓ୍ବେଲ୍ସ ଚାମ୍ପିୟନ ହୋଇଛି। କରୋନାର ଭୟାବହତାକୁ ଲକ୍ଷ୍ୟ ରଖି ଏହି ଟୁର୍ନାମେଣ୍ଟକୁ ଅଧାରୁ ମଙ୍ଗଳବାର ବାତିଲ୍‌ ଘୋଷଣା କରାଯାଇଛି। ପ୍ରତିଯୋଗିତାର ୯ମ ରାଉଣ୍ଡ ସରିଯାଇଥିବାବେଳେ ନ୍ୟୁ ସାଉଥ୍‌ ଓ୍ବେଲ୍ସ ପଏଣ୍ଟ ତାଲିକାର ଶୀର୍ଷରେ ରହିଥିଲା। ଫଳରେ ଏହି ଆନ୍ତଃ ରାଜ୍ୟ ପ୍ରତିଯୋଗିତାରେ ନ୍ୟୁ ସାଉଥ୍‌ ଓ୍ବେଲ୍ସ ବିଜେତା ହୋଇଛି। ବିନା ଦର୍ଶକରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜକୁ ମଧ୍ୟ ଅଷ୍ଟ୍ରେଲିଆ ବାତିଲ୍‌ କରିଦେଇଛି। ‘ପ୍ରଶଂସକ, ଖେଳାଳି, ଷ୍ଟାଫ୍‌, ଭଲ୍ୟୁଣ୍ଟିୟର୍ସ ଓ ମ୍ୟାଚ୍‌ ଅଫିସିଆଲଙ୍କ ସୁରକ୍ଷା ଲାଗି ସମସ୍ତ ପ୍ରକାର କ୍ରିକେଟ୍‌କୁ ବାତିଲ୍‌ କରିବା ସହିତ ସମସ୍ତ କ୍ରିକେଟ୍‌ ଅଫିସର ଷ୍ଟାଫ୍‌ କରେ ରହି କାମ କରିବେ’ ବୋଲି କ୍ରିକେଟ୍‌ ଅଷ୍ଟ୍ରେଲିଆ (ସିଏ) ମୁଖ୍ୟ କେଭିନ୍‌ ରବର୍ଟସ କହିଛନ୍ତି। ଅଷ୍ଟ୍ରେଲିଆରେ ବର୍ତ୍ତମାନ ସୁଦ୍ଧା ପାଖାପାଖି ୪୦୦ କରୋନା ଭାଇରସ୍‌ ଆକ୍ରନ୍ତଙ୍କୁ ଚିହ୍ନଟ କରାଯାଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

ସଞ୍ଜୁ ସାମସନଙ୍କୁ ଦଳରୁ ବାଦ୍‌ ଦେବା ଉପରେ BCCIର ବଡ଼ ବୟାନ, ସାମ୍ନାକୁ ଆସିଲା ଚମକାଇ ଦେଲା ଭଳି କାରଣ!

ନୂଆଦିଲ୍ଲୀ, ୭।୭: BCCI ନିକଟରେ ଜିମ୍ବାୱେ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ତେବେ ଏହି ଦଳରେ ସଞ୍ଜୁ ସାମସନଙ୍କ ନାମ ନଥିବାରୁ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ଜିମ୍ବାଓ୍ବେ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ସଞ୍ଜୁ ସାମସନ ବାଦ୍‌

ନୂଆଦିଲ୍ଲୀ, ୬ା୭: ଚଳିତମାସ ପରବର୍ତ୍ତୀ ଭାଗରେ ଖେଳାଯିବାକୁ ଥିବା ଜିମ୍ବାଓ୍ବେ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ସୋମବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଚୟନକର୍ତ୍ତାମାନେ…

କ୍ୱାର୍ଟରରେ ଇଂଲଣ୍ଡ, ମେକ୍ସିକୋର ଅଭିଯାନ ଶେଷ

ମେକ୍ସିକୋ ସିଟି, ୬ା୭: ଘରୋଇ ଫିଲ୍ଡ ଓ ପରିବେଶରେ ଖେଳିବାର ଫାଇଦା ସହିତ ପ୍ରତିପକ୍ଷ ଦଳ ପ୍ରାୟତଃ ଦ୍ୱିତୀୟାର୍ଦ୍ଧ ୧୦ ଖେଳାଳିରେ ଖେଳିବା ସତ୍ତ୍ୱେ ମେକ୍ସିକୋର ଅଭିଯାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri