ନୟାଗଡ଼ ମୁଖ୍ୟଚିକିତ୍ସାଳୟର ଷ୍ଟାଫ ନର୍ସ କରୋନା ଆକ୍ରାନ୍ତ

ନୟାଗଡ଼ ଅଫିସ,୪।୬: ନୟାଗଡ଼ ଜିଲାରୁ ଗୁରୁବାର ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରୁ ଜଣେ ଜିଲା ମୁଖ୍ୟ ଚିକିତ୍ସାଳୟରେ ନିୟୋଜିତ ଷ୍ଟାଫ ନର୍ସ ଥିବା ସିଡିଏମ୍‌ଓ ସୁଧାଂଶୁ ଶେଖର ମିଶ୍ର ସୂଚନା ଦେଇଛନ୍ତି। କିଛିଦିନ ପୂର୍ବରୁ ନର୍ସଙ୍କ ସ୍ବାବ ଟେଷ୍ଟ ପାଇଁ ପଠାଯାଇଥିଲା। ଗୁରୁବାର ସେ କରୋନା ଆକ୍ରାନ୍ତ ଥିବା ରିପୋର୍ଟ ଆସିବା ପରେ ତାଙ୍କୁ ଭୁବନେଶ୍ୱର କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ଷ୍ଟାଫ ନର୍ସଙ୍କୁ କ୍ୱାରାଣ୍ଟାଇନରେ ରହିବାକୁ କୁହାଯାଇଛି। ତେବେ ସେ କାର୍ଯ୍ୟରତ ଥିବାରୁ ବହୁ ଜଣଙ୍କ ସଂସ୍ପର୍ଶରେ ଆସିଥିବା ସନ୍ଦେହ କରାଯାଉଛି। ଏହା ଏବେ ପ୍ରଶାସନର ଚିନ୍ତା ବଢ଼ାଇଛି। ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ପରୀକ୍ଷା କରିବାକୁ ସିଡିଏମ୍‌ଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri