ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ: ପାଠ୍ୟ ପୁସ୍ତକ ସହ ଅନ୍ୟ ବହି ପଢ଼ିବାକୁ ପରାର୍ମଶ

ନୟାଗଡ଼ ଅଫିସ,୧୫।୧-ନୟାଗଡ଼ ସ୍ବୟଂଶାସିତ ଓ ଯୁକ୍ତ ୨ କନିଷ୍ଠ ମହାବିଦ୍ୟାଳୟର ୫୯ତମ ବାର୍ଷିକ ଉତ୍ସବ ଅଟୋ ପେଷ୍ଟ-୨୦୨୦ ମଙ୍ଗଳବାର ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଛାତ୍ର ସଙ୍ଗଠକ ମନୋରଞ୍ଜନ ଗୌଡ଼ଙ୍କ ସଭାପତିତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ତଥା କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ବର୍ତ୍ତମାନ ସମୟ ମୂଲ୍ୟବାନ ବୋଲି କହିଥିଲେ। ତେଣୁ ବର୍ତ୍ତମାନ ସମୟରେ ପାଠ୍ୟ ପୁସ୍ତକ ସହିତ ଅନ୍ୟାନ୍ୟ ବହି ପଠନ କରିବା ପାଇଁ ପରାର୍ମଶ ଦେଇଥିଲେ। ଯାହାକି ସେମାନଙ୍କୁ ଆଗାମୀ ଦିନରେ ସଫଳତାର ସ୍ବାଦ ଚଖାଇବ ବୋଲି ପ୍ରକାଶ କରିଥିଲେ। ସେହିଭଳି ମନ୍ତ୍ରୀ ସାହୁ ନିଜ ବକ୍ତବ୍ୟରେ ପ୍ରକୃତି ଯାହା ଦେଇଛି ତାକୁ ଆମେ ନଷ୍ଟ କରିବାରେ ଲାଗୁଛେ, ଏହାକୁ ସାଇତି ରଖିବା ଦରକାର ବୋଲି ପ୍ରକାଶ କରିଥିଲେ। ଆଗାମୀ ଦିନରେ ନୂତନ ଶିକ୍ଷା ବ୍ୟବସ୍ଥା ପ୍ରଚଳନ ହେଉଥିବାରୁ କଲେଜରେ ପାଦ ଦେଉଥିବା ପ୍ରତ୍ୟେକ ଛାତ୍ରୀଛାତ୍ର ଯେପରି ସଫଳ ହେବେ ସେ ଦିଗରେ ଅଧ୍ୟାପିକାଅଧ୍ୟାପକମାନେ ଗୁରୁଦାୟିତ୍ୱ ବହନ କରନ୍ତୁ ବୋଲି ପରାର୍ମଶ ଦେଇଥିଲେ। ଆଗାମୀ ଦିନରେ ସ୍ବୟଂଶାସିତ ମହାବିଦ୍ୟାଳୟକୁ ନାକ୍‌ ଟିମ୍‌ ଆସୁଥିବାରୁ କଲେଜ କର୍ତ୍ତୃପକ୍ଷ ଓ ଛାତ୍ରୀଛାତ୍ରମାନେ କଠୋର ପରିଶ୍ରମ କରିବାକୁ ମନ୍ତ୍ରୀ ସାହୁ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ଡା. ପୋମା ଟୁଡ଼ୁ ସମ୍ମାନିତ ଅତିଥିଭାବେ ଯୋଗଦେଇ ଛାତ୍ରୀଛାତ୍ରମାନେ କୌଣସି କାର୍ଯ୍ୟରେ ଭୟ ନ କରି ତାହାକୁ ମୁକାବିଲା କରିବା ପାଇଁ ପରାର୍ମଶ ଦେଇଥିଲେ। ଯିଏ ବାରମ୍ବାର ଉଦ୍ୟମ ଜାରି ରଖିଥାଏ ଭାଗ୍ୟ ତାଙ୍କୁ ସହାୟ ହୁଏ। ତେଣୁ ଯେ ଯେଉଁ ଦିଗରେ ସଫଳତା ପାଇବା ପାଇଁ ଲକ୍ଷ୍ୟ ରଖିଛନ୍ତି ସେ ଦିଗରେ କଠୋର ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ କରିବା ପାଇଁ ଜିଲାପାଳ ଟୁଡ଼ୁ ଛାତ୍ରୀଛାତ୍ରମାନଙ୍କୁ କହିଥିଲେ। ମୁଖ୍ୟ ଛାତ୍ର ସଙ୍ଗଠକ ମନୋରଞ୍ଜନ ମହାବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମହାବିଦ୍ୟାଳୟ ଅଧ୍ୟକ୍ଷା ମେଜର ମଞ୍ଜୁଶ୍ରୀ ପତି, ଯୁକ୍ତ ୨ ସାଂସ୍କୃତିକ ସଂଘର ଉପଦେଷ୍ଟା ସୁଲୋତା ମିଶ୍ର ଅତିଥିଭାବେ ଯୋଗ ଦେଇଥିଲେ। ଯୁକ୍ତ ୩ ସାଂସ୍କୃତିକ ସଂଘର ଉପଦେଷ୍ଟା ଶେଖ୍‌ ଇଶାକ୍‌ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ। ଏହି ଅବସରରେ ୨୦୧୯ରେ ଯୁକ୍ତ ୨ କଳାରେ ପ୍ରଥମ ହୋଇଥିବା ଉଷାରାଣୀ ମହାପାତ୍ର, ବାଣିଜ୍ୟରେ ଅଙ୍କିତା ରାଉତ, ବିଜ୍ଞାନରେ ସୁପ୍ରିୟା ବେହେରାଙ୍କୁ ପୁରସ୍କୃତ କରାଯାଇଥିଲା। ୨୦୧୯ ବର୍ଷରେ କଳାରେ ଶ୍ରେଷ୍ଠ ସ୍ନାତକ ସୁକାନ୍ତି ପରିଡ଼ା, ବାଣିଜ୍ୟରେ ଶ୍ରେଷ୍ଠ ସ୍ନାତକ ହେମନ୍ତ କୁମାର ନାୟକ ଓ ବିଜ୍ଞାନରେ ଶ୍ରେଷ୍ଠ ସ୍ନାତକ ଜ୍ଞାନପ୍ରଭା ଦାଶଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ସେହିଭଳି କ୍ରୀଡ଼ା ଓ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ରଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା। ମହାବିଦ୍ୟାଳୟର ଛାତୀଛାତ୍ରଙ୍କ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଅଧ୍ୟାପକ ଗଣେଶ ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri