ନୟାନ୍ତ କଲାଣି ନିଷିଦ୍ଧ ନିଶା

ଢେଙ୍କାନାଳ ଅଫିସ, ୭।୧୨: ଢେଙ୍କାନାଳ ଜିଲାରେ ବେଆଇନ ନିଶା କାରବାର ଉପରେ ଅଙ୍କୁଶ ଲାଗି ପାରୁନାହିଁ। ପୋଲିସ, ଅବକାରୀ ବିଭାଗର ଉଦ୍ୟମ ସତ୍ତ୍ୱେ ମାଫିଆମାନେ ମଧ୍ୟସ୍ଥଙ୍କ ଜରିଆରେ ବ୍ୟବସାୟ ଚଳାଇଛନ୍ତି। ଏହାଦ୍ୱାରା କେବଳ ଯୁବପିଢ଼ି ପ୍ରଭାବିତ ହେଉନାହାନ୍ତି, ଅଧିକନ୍ତୁ ସହରରେ ଲୁଟ୍‌, ଡକାୟତି ଭଳି ଅସାମାଜିକ କାର୍ଯ୍ୟକଳାପ ମଧ୍ୟ ବୃଦ୍ଧି ପାଉଛି। ରାଜ୍ୟ ଅବକାରୀ କମିଶନର ଆଶିଷ ସିଂ, ଜିଲାପାଳ ସରୋଜ କୁମାର ସେଠୀଙ୍କ ନିର୍ଦ୍ଦେଶରେ ମଙ୍ଗଳବାର ଜିଲା ଅବକାରୀ ବିଭାଗର ମୋବାଇଲ ସ୍କ୍ବାଡ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୬୮ ଗ୍ରାମ୍‌ ବ୍ରାଉନସୁଗାର, ୫ କେଜି ଗଞ୍ଜେଇ, ୪ ଲିଟର କଫ୍‌ ସିରପ୍‌ ସହ ଏକ ସ୍କୁଟି ଜବତ କରିଛି।
ବେଆଇନ ମାଦକଦ୍ରବ୍ୟ କାରବାରରେ ସମ୍ପୃକ୍ତି ଅଭିଯୋଗରେ ଲକ୍ଷ୍ମୀବଜାର ଅଞ୍ଚଳର ଶାନ୍ତିଲତା ସ୍ବାଇଁଙ୍କୁ ଗିରଫ କରାଯାଇଛି। ତାଙ୍କ ନିକଟରୁ ୬୮ ଗ୍ରାମ ବ୍ରାଉନ୍‌ ସୁଗାର ଜବତ କରାଯାଇଥିଲା, ଯାହାର ଆନୁମାନିକ ମୂଲ୍ୟ ୬ ଲକ୍ଷ ୮୦ ହଜାର ଟଙ୍କା ହେବ। ଏଥିପୂର୍ବରୁ ବ୍ରାଉନ୍‌ସୁଗାର ବ୍ୟବସାୟ କରୁଥିବା ଅଭିଯୋଗରେ ଶାନ୍ତିଲତାଙ୍କ ପୁଅ ବାପୁନ ଗିରଫ ହୋଇ ଜେଲ ହାଜତରେ ଅଛନ୍ତି। ସେହିପରି ଢେଙ୍କାନାଳ ଜୁବିଲି ଟାଉନ-୧ ଓ ମହିଷାପାଟ ମଧ୍ୟରେ ଥିବା ରାସ୍ତାରୁ ଏକ ସ୍କୁଟିରେ ଚାଲାଣ କରାଯାଉଥିବା ୫ କେଜି ଗଞ୍ଜେଇ ଜବତ କରାଯାଇଛି। ଏହି ଘଟଣାରେ ଦିଲୀପ କୁମାର ସେନାପତି ଗିରଫ ହୋଇଛନ୍ତି। ଅନୁରୂପ ଭାବେ ଭୁବନ ଥାନା ବାସୁଦେବପୁର ଅଞ୍ଚଳରୁ ୪ ଲିଟର ନିଷିଦ୍ଧ କଫ୍‌ ସିରପ ଜବତ ହୋଇଥିବାବେଳେ ଗୋଲାପ ଦାସ ନାମ୍ନୀ ଜଣେ ମହିଳା ଧରାପଡ଼ିଛନ୍ତି। ସମସ୍ତ ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।
ଏ ସଂକ୍ରାନ୍ତରେ ଜିଲା ଅବକାରୀ ଅଧୀକ୍ଷକ ପ୍ରଦୀପ କୁମାର ପାଣିଗ୍ରାହୀ କୁହନ୍ତି, ଢେଙ୍କାନାଳ ସହରରେ ବ୍ରାଉନ୍‌ସୁଗାର ବେପାର କରାଯାଉଥିବା ସୂଚନା ମିଳିବା ପରେ ନଜର ରଖାଯାଇଥିଲା। ଚୋରା କଫ୍‌ ସିରପ୍‌ ବିକ୍ରି ରୋକିବା ପାଇଁ ଅବକାରୀ ବିଭାଗ ପକ୍ଷରୁ ଉଦ୍ୟମ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଟ୍ରାକ୍ଟରମାଲିକଙ୍କୁ ଧମକ ଦେଇ ନେଇଥିଲେ ଏତିକି ଟଙ୍କା ଲାଞ୍ଚ

ଡେଲାଙ୍ଗ,୧୮ା୬: ପୁରୀ ଜିଲା ଡେଲାଙ୍ଗ ରେଞ୍ଜ ଅନ୍ତର୍ଗତ ଆଙ୍କୁଇର ଫରେଷ୍ଟର ରାକେଶ କୁମାର ପଣ୍ଡାଙ୍କୁ ଓଡ଼ିଶା ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ସେ ଜଣେ ଟ୍ରାକ୍ଟର ମାଲିକଙ୍କଠାରୁ…

ମମତାଙ୍କ ଗୋଷ୍ଠୀକୁ ହାଇକୋର୍ଟରୁ ବଡ଼ ଝଟକା: ବିଧାନସଭା ବିରୋଧୀ ଦଳ ନେତା ରହିବେ…

କୋଲକାତା,୧୮।୮: ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳ ନେତା ନିଯୁକ୍ତି ମାମଲାରେ କୋଲକାତା ହାଇକୋର୍ଟ କୌଣସି ବି ଅନ୍ତରୀଣ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଚାକିରିରୁ ବିଦା ହେଲେ ମଞ୍ଚେଶ୍ୱର ଥାନା ASI

ଭୁବନେଶ୍ୱର,୧୮ା୬: ଭୁବନେଶ୍ବର ମଞ୍ଚେଶ୍ୱର ଥାନା ଏଏସ୍‌ଆଇ ରାଜେଶ କୁଲ୍ଲୁ ଚାକିରିରୁ ବହିଷ୍କୃତ ହୋଇଛନ୍ତି। କମିଶନରେଟ୍‌ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ଏପରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୨୦…

ହଠାତ୍‌ ମାଡ଼ି ଆସିଲା ସମୁଦ୍ର ଜୁଆର, ୧୦୦ ଏକର ଚାଷ ଜମି ଜଳମଗ୍ନ

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆ ଗ୍ରାମ ଦେବତୀ ଜାହେରୀ ପୀଠଠାରେ ବୁଧବାର ସମୁଦ୍ର ଉଚ୍ଚ ଜୁଆର…

ମାନବାଧିକାର କର୍ମୀ ପରିଚୟରେ କରୁଥିଲେ ଟଙ୍କା ଆଦାୟ, ତିନି ଅଭିଯୁକ୍ତଙ୍କ ବିରୋଧରେ ମାମଲା

ଗଜପତି, ୧୮।୬(ଗିରିଧାରୀ ପରିଛା): ମାନବାଧିକାର ସଂଗଠନ ଓ ଏନଜିଓର ନାମ ବ୍ୟବହାର କରି ନିରୀହ ଲୋକଙ୍କୁ ଭୟଭୀତ କରି ଟଙ୍କା ଆଦାୟ କରୁଥିବା ଏକ ଠକେଇ ଅଭିଯୋଗ…

ଏହି ଯାତ୍ରୀମାନଙ୍କ ପାଇଁ ଖୁସି ଖବର! ଟ୍ରେନ ଟିକେଟ୍‌ରେ ୭୫% ପର୍ଯ୍ୟନ୍ତ ରିହାତି, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍‌ଲୀ,୧୮।୬: ଭାରତୀୟ ରେଳବାଇ (Indian Railways) ଦେଶର ପ୍ରତ୍ୟେକ ବର୍ଗର ଲୋକଙ୍କ ପାଇଁ ଯାତ୍ରାକୁ ସହଜ, ସୁରକ୍ଷିତ ଏବଂ ଶସ୍ତା କରିବା ପାଇଁ କ୍ରମାଗତ ଭାବେ ପ୍ରୟାସ…

ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ

କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା…

ଇରାନ-ଆମେରିକା ଡିଲ୍‌ରେ ପାକିସ୍ତାନର ନାଁ: ଖୁସିରେ ଗଦ୍‌ଗଦ୍‌ ଶେହବାଜ ସରିଫ, କହିଲେ- ‘ମୋ ମଧ୍ୟସ୍ଥତାରେ…’

ନୂଆଦିଲ୍ଲୀ, ୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଡିଲ (ଚୁକ୍ତି) ହେବା ପରେ ପାକିସ୍ତାନ ମଧ୍ୟ ମଧ୍ୟସ୍ଥତାର ଶ୍ରେୟ (କ୍ରେଡିଟ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri