ନୟାନ୍ତ କଲାଣି ନିଷିଦ୍ଧ ନିଶା

ଢେଙ୍କାନାଳ ଅଫିସ, ୭।୧୨: ଢେଙ୍କାନାଳ ଜିଲାରେ ବେଆଇନ ନିଶା କାରବାର ଉପରେ ଅଙ୍କୁଶ ଲାଗି ପାରୁନାହିଁ। ପୋଲିସ, ଅବକାରୀ ବିଭାଗର ଉଦ୍ୟମ ସତ୍ତ୍ୱେ ମାଫିଆମାନେ ମଧ୍ୟସ୍ଥଙ୍କ ଜରିଆରେ ବ୍ୟବସାୟ ଚଳାଇଛନ୍ତି। ଏହାଦ୍ୱାରା କେବଳ ଯୁବପିଢ଼ି ପ୍ରଭାବିତ ହେଉନାହାନ୍ତି, ଅଧିକନ୍ତୁ ସହରରେ ଲୁଟ୍‌, ଡକାୟତି ଭଳି ଅସାମାଜିକ କାର୍ଯ୍ୟକଳାପ ମଧ୍ୟ ବୃଦ୍ଧି ପାଉଛି। ରାଜ୍ୟ ଅବକାରୀ କମିଶନର ଆଶିଷ ସିଂ, ଜିଲାପାଳ ସରୋଜ କୁମାର ସେଠୀଙ୍କ ନିର୍ଦ୍ଦେଶରେ ମଙ୍ଗଳବାର ଜିଲା ଅବକାରୀ ବିଭାଗର ମୋବାଇଲ ସ୍କ୍ବାଡ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୬୮ ଗ୍ରାମ୍‌ ବ୍ରାଉନସୁଗାର, ୫ କେଜି ଗଞ୍ଜେଇ, ୪ ଲିଟର କଫ୍‌ ସିରପ୍‌ ସହ ଏକ ସ୍କୁଟି ଜବତ କରିଛି।
ବେଆଇନ ମାଦକଦ୍ରବ୍ୟ କାରବାରରେ ସମ୍ପୃକ୍ତି ଅଭିଯୋଗରେ ଲକ୍ଷ୍ମୀବଜାର ଅଞ୍ଚଳର ଶାନ୍ତିଲତା ସ୍ବାଇଁଙ୍କୁ ଗିରଫ କରାଯାଇଛି। ତାଙ୍କ ନିକଟରୁ ୬୮ ଗ୍ରାମ ବ୍ରାଉନ୍‌ ସୁଗାର ଜବତ କରାଯାଇଥିଲା, ଯାହାର ଆନୁମାନିକ ମୂଲ୍ୟ ୬ ଲକ୍ଷ ୮୦ ହଜାର ଟଙ୍କା ହେବ। ଏଥିପୂର୍ବରୁ ବ୍ରାଉନ୍‌ସୁଗାର ବ୍ୟବସାୟ କରୁଥିବା ଅଭିଯୋଗରେ ଶାନ୍ତିଲତାଙ୍କ ପୁଅ ବାପୁନ ଗିରଫ ହୋଇ ଜେଲ ହାଜତରେ ଅଛନ୍ତି। ସେହିପରି ଢେଙ୍କାନାଳ ଜୁବିଲି ଟାଉନ-୧ ଓ ମହିଷାପାଟ ମଧ୍ୟରେ ଥିବା ରାସ୍ତାରୁ ଏକ ସ୍କୁଟିରେ ଚାଲାଣ କରାଯାଉଥିବା ୫ କେଜି ଗଞ୍ଜେଇ ଜବତ କରାଯାଇଛି। ଏହି ଘଟଣାରେ ଦିଲୀପ କୁମାର ସେନାପତି ଗିରଫ ହୋଇଛନ୍ତି। ଅନୁରୂପ ଭାବେ ଭୁବନ ଥାନା ବାସୁଦେବପୁର ଅଞ୍ଚଳରୁ ୪ ଲିଟର ନିଷିଦ୍ଧ କଫ୍‌ ସିରପ ଜବତ ହୋଇଥିବାବେଳେ ଗୋଲାପ ଦାସ ନାମ୍ନୀ ଜଣେ ମହିଳା ଧରାପଡ଼ିଛନ୍ତି। ସମସ୍ତ ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।
ଏ ସଂକ୍ରାନ୍ତରେ ଜିଲା ଅବକାରୀ ଅଧୀକ୍ଷକ ପ୍ରଦୀପ କୁମାର ପାଣିଗ୍ରାହୀ କୁହନ୍ତି, ଢେଙ୍କାନାଳ ସହରରେ ବ୍ରାଉନ୍‌ସୁଗାର ବେପାର କରାଯାଉଥିବା ସୂଚନା ମିଳିବା ପରେ ନଜର ରଖାଯାଇଥିଲା। ଚୋରା କଫ୍‌ ସିରପ୍‌ ବିକ୍ରି ରୋକିବା ପାଇଁ ଅବକାରୀ ବିଭାଗ ପକ୍ଷରୁ ଉଦ୍ୟମ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri