Posted inଖେଳ

ପଏଣ୍ଟ ଭାଗ କଲେ ଶ୍ରୀଲଙ୍କା- ବାଂଲାଦେଶ: ବର୍ଷାଯୋଗୁ ମ୍ୟାଚ୍‌ ବାତିଲ

ବ୍ରିଷ୍ଟଲ,୧୨।୬(ପି.ଟି.)- ଚଳିତ ବିଶ୍ୱକପ୍‌ରେ କ୍ରମାଗତ ଦ୍ୱିତୀୟଥର ପାଇଁ ଶ୍ରୀଲଙ୍କା ପଏଣ୍ଟ ଭାଗ କରିଛି। ସ୍ଥାନୀୟ କାଉଣ୍ଟି ଗ୍ରାଉଣ୍ଡରେ ମଙ୍ଗଳବାର ଶ୍ରୀଲଙ୍କା ଓ ବାଂଲାଦେଶ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍‌ର ୧୬ତମ ମ୍ୟାଚ୍‌ ବର୍ଷା ଯୋଗୁ ବିନା ଟସ୍‌ ପଡିବାରେ ବାତିଲ ହୋଇଛି। ଫଳରେ ଉଭୟ ଦଳ ଗୋଟିଏ ଲେଖାଏ ପଏଣ୍ଟ ହାସଲ କରିଛନ୍ତି। ଏପଯର୍‌ୟନ୍ତ ଶ୍ରୀଲଙ୍କ ୪ଟି ମ୍ୟାଚ୍‌ ଖେଳି ଗୋଟିଏ ବିଜୟ ହାସଲ କରିଥିବା ବେଳେ ଗୋଟିଏ ପରାଜୟ ବରଣ କରିଛି। ପୁଣି ଦୁଇଟି ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହେବା ଫଳରେ ଦୁଇଥର ପଏଣ୍ଟ ଭାଗ କରିଛି। ଶ୍ରୀଲଙ୍କା ମୋଟ ୪ ପଏଣ୍ଟ ହାସଲ କରି ତାଲିକାର ପଞ୍ଚମ ସ୍ଥାନ ଅଧିକାର କରିଛି। ଅପରପକ୍ଷରେ ବାଂଲାଦେଶ ଏପର୍ଯ୍ୟନ୍ତ ୪ଟି ମ୍ୟାଚ୍‌ ଖେଳି ଗୋଟିଏ ବିଜୟ ଓ ଦୁଇଟି ପରାଜୟ ବରଣ କରିଛି। ଥରେ ପଏଣ୍ଟ ଭାଗ କରି ବାଂଲାଦେଶ ମୋଟ ୩ ପଏଣ୍ଟ ପାଇବା ସହ ପଏଣ୍ଟ ତାଲିକାର ସପ୍ତମ ସ୍ଥାନରେ ରହିଛି।
ଲଗାତର ପ୍ରବଳ ବର୍ଷା ଯୋଗୁ ଖେଳ ସମ୍ଭବ ହୋଇପାରି ନ ଥିଲା। ଅବଶ୍ୟ କେତେଥର ବର୍ଷା ବନ୍ଦ ହୋଇଥିଲେ ମଧ୍ୟ ପ୍ରତିଥର ବର୍ଷା ପ୍ରତ୍ୟାବର୍ତ୍ତନ କରିଥିଲା। ଫଳରେ ପିଚ୍‌ ନିରୀକ୍ଷଣକୁ ଘୁଞ୍ଚାଇ ଦିଆଯାଇଥିଲା। କଭର ଉପରୁ ଗ୍ରାଉଣ୍ଡ୍ସମ୍ୟାନ ପାଣି ବାହାର କରିବାକୁ ଜୋରଦାର ପ୍ରୟାସ କରିଥିଲେ ମଧ୍ୟ କିଛି ଲାଭ ହୋଇ ନ ଥିଲା। ଶେଷରେ ସ୍ଥାନୀୟ ସମୟ ଗୋଟାଏ ୫୭ ମିନିଟ୍‌ରେ ମ୍ୟାଚ୍‌ ବାତିଲ କରିବାକୁ ଅମ୍ପାୟରମାନେ ନିଷ୍ପତ୍ତି ନେଇଥିଲେ। କ୍ରମାଗତ ଦ୍ୱିତୀୟଥର ପାଇଁ ମ୍ୟାଚ୍‌ ବାତିଲ ହୋଇଥିବାରୁ ଶ୍ରୀଲଙ୍କାର ସେମିଫାଇନାଲ ଆଶା ପ୍ରଭାବିତ ହୋଇଛି। ଫଳରେ ଶ୍ରୀଲଙ୍କା ନିରାଶ ହୋଇଛି।
ବାଂଲାଦେଶ ତା’ର ପ୍ରଥମ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୨୧ ରନରେ ପରାସ୍ତ କରି ବିପର୍ଯ୍ୟୟ ଘଟାଇବା ପରେ ନ୍ୟୁଜିଲାଣ୍ଡଠାରୁ ଦୁଇ ଉଇକେଟରେ ଓ ଆୟୋଜକ ଇଂଲଣ୍ଡଠାରୁ ୧୦୬ ରନରେ ପରାସ୍ତ ହୋଇଥିଲା। ଅନ୍ୟପଟେ ଶ୍ରୀଲଙ୍କା ତା’ର ପ୍ରଥମ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡଠାରୁ ୧୦ ଉଇକେଟରେ ପରାସ୍ତ ହୋଇଥିଲା। ତେବେ ଦ୍ୱିତୀୟ ମ୍ୟାଚ୍‌ରେ ଆଫଗାନିସ୍ତାନକୁ ହରାଇଥିଲା। ତେବେ ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହେବା କାରଣରୁ ଶ୍ରୀଲଙ୍କା ପଏଣ୍ଟ ଭାଗ କରିଥିଲା। ସେହିପରି ସୋମବାର ଦକ୍ଷିଣ ଆଫ୍ରିକା ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍‌ ମଧ୍ୟ ବର୍ଷା ଯୋଗୁ ବାତିଲ ହୋଇଥିଲା। ଏବେ ଶ୍ରୀଲଙ୍କା ଜୁନ୍‌ ୧୫ ତାରିଖରେ ଗତଥରର ଚାମ୍ପିୟନ ଅଷ୍ଟ୍ରେଲିଆକୁ ଲଣ୍ଡନରେ ଭେଟିବ। ସେହିପରି ବାଂଲାଦେଶ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ଟଣ୍ଟନରେ ଓ୍ବେଷ୍ଟଇଣ୍ଡିଜକୁ ୧୭ ତାରିଖରେ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri