‘ପକ୍କାଘର ଯୋଗ୍ୟତା କାର୍ଡ’ ବଣ୍ଟନର ଶୁଭାରମ୍ଭ ଆଜି

ଭୁବନେଶ୍ୱର,୫ା୩(ବ୍ୟୁରୋ): ପକ୍କାଘର ପାଇବାକୁ ଥିବା ଯୋଗ୍ୟ ହିତାଧିକାରୀମାନଙ୍କୁ ରାଜ୍ୟ ସରକାର ‘ଯୋଗ୍ୟତା କାର୍ଡ’ ପ୍ରଦାନ କରିବେ। ଗୁରୁବାର ପଞ୍ଚାୟତିରାଜ ଦିବସରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଡ ବଣ୍ଟନ ଯୋଜନାର ଶୁଭାରମ୍ଭ କରିବେ। ଏହା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା ବୁଧବାର ସୂଚନା ଦେଇଛନ୍ତି।
ଯୋଗ୍ୟତା କାର୍ଡ ସଂକ୍ରାନ୍ତରେ ସୂଚନା ଦେଇ ମନ୍ତ୍ରୀ କହିଥିଲେ ଯେ, ମାର୍ଚ୍ଚ ୫ରୁ କାର୍ଡ ବଣ୍ଟନ ପ୍ରକ୍ରିୟା ଆରମ୍ଭ ହେବ। ବିଡିଓମାନେ ଏଥିପାଇଁ ବ୍ଲକ, ପଞ୍ଚାୟତ ଓ କ୍ଲଷ୍ଟର ସ୍ତରରେ କ୍ୟାମ୍ପମାନ ଆୟୋଜନ କରିବେ। କାର୍ଡ ବଣ୍ଟନ ଲାଗି ହୋଇଥିବା ନିଷ୍ପତ୍ତିି ଅନୁଯାୟୀ ୫୦ଟି ବିଧାନସଭା କ୍ଷେତ୍ରରେ ବ୍ଲକ ସ୍ତରରେ ଆୟୋଜିତ କ୍ୟାମ୍ପରେ ମନ୍ତ୍ରୀମାନେ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଡ ପ୍ରଦାନ କରିବେ। ସେହିଭଳି ଅନ୍ୟ ବ୍ଲକଗୁଡିକରେ ବିଧାୟକମାନେ ମୁଖ୍ୟଅତିଥି ହୋଇ କାର୍ଡ ବଣ୍ଟନ କରିବା ପାଇଁ କୁହାଯାଇଛି। ପ୍ରତି କ୍ୟାମ୍ପ ଆୟୋଜନ ଲାଗି ରାଜ୍ୟ ସରକାର ୨୦,୦୦୦ ଟଙ୍କାର ବ୍ୟବସ୍ଥା କରିଛନ୍ତି। ଘର ପାଇବାକୁ ଥିବା ପ୍ରାୟ ୨୦ଲକ୍ଷ ହିତାଧିକାରୀଙ୍କୁ ପକ୍କାଘର ଯୋଗାଣ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିବା ପ୍ରତାପ କହିଛନ୍ତି। ଯୋଗ୍ୟ ହିତାଧିକାରୀମାନଙ୍କୁ ଚିହ୍ନଟ କରି ଯୋଗ୍ୟତା କାର୍ଡ ପ୍ରଦାନ ଲାଗି ସ୍ଥିର ହୋଇଛି। ବିଡିଓମାନେ ରାଜ୍ୟ ସରକାରୀ ୱେବସାଇଟ୍‌ରୁ କାର୍ଡଗୁଡିକ ଡାଉନଲୋଡ କରିବା ସହିତ ଏଥିରେ ହୋଲୋଗ୍ରାମ ଲଗାଇ ହିତାଧିକାରୀମାନଙ୍କୁ ଦେବାର ବ୍ୟବସ୍ଥା କରିବେ। ଏହି କାର୍ଡ ବିଭାଗ ପକ୍ଷରୁ ଡିଆର୍‌ଡିଏ ମାଧ୍ୟମରେ ବିଡିଓମାନଙ୍କୁ ପ୍ରଦାନ କରାଯାଇଛି। ହିତାଧିକାରୀମାନେ ଯେଭଳି ସୁରୁଖୁରୁରେ କାର୍ଡ ପାଇବେ ସେଥିପାଇଁ ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri