ପଙ୍ଗପାଳ ଚିନ୍ତା: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉଚ୍ଚସ୍ତରୀୟ ବୈଠକ; ୧୦ ଦିନ ତୀକ୍ଷ୍ଣ ନଜର ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨ା୬(ବ୍ୟୁରୋ)-ପାକିସ୍ତାନରୁ ଆସିଥିବା ପଙ୍ଗପାଳ ଭାରତର ବିଭିନ୍ନ ରାଜ୍ୟରେ ଭୟଙ୍କର ଭାବେ ଫସଲକୁ ଉଜାଡିବାରେ ଲାଗିଛନ୍ତି। ରାଜସ୍ଥାନରୁ ପଞ୍ଜାବ, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଦେଇ ଲକ୍ଷ ଲକ୍ଷ ପଙ୍ଗପାଳ ମଧ୍ୟପ୍ରଦେଶ ଏବଂ ଓଡ଼ିଶା ସୀମା ଛତିଗଡ଼ରେ ପହଞ୍ଚିଲେଣି। ଆଉ କେଇଦିନ ପରେ ଓଡ଼ିଶାରେ ପହଞ୍ଚିଯିବା ସମ୍ଭାବନା ରହିଛି। ପଙ୍ଗପାଳ ପ୍ରବେଶ କରିବା ମାତ୍ରେ ବିଲବାଡିରୁ ପନିପରିବା ଠାରୁ ଆରମ୍ଭ କରି ସମସ୍ତ ଫସଲକୁ ନିମିଷକ ମଧ୍ୟରେ ଧ୍ୱଂସ କରି ଦେବେ। ରାଜ୍ୟରେ ଚାଷୀମାନଙ୍କୁ ଏବେ ପଙ୍ଗପାଳ ଭୟ ଘାରିଛି। ପଙ୍ଗପାଳ ଦାଉରୁ ଫସଲକୁ ରକ୍ଷା କରିବା ନେଇ ସରକାର ଚାଷୀମାନଙ୍କୁ ସତର୍କ କରାଉଛନ୍ତି। ଆସନ୍ତା୧୦ ଦିନ ପଙ୍ଗପାଳଙ୍କ ଉପରେ ତୀକ୍ଷ୍ଣ ନଜର ରଖିବା ସହିତ ଚାଷୀମାନଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ କୃଷି ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ରାଜ୍ୟରେ ସମ୍ଭାବ୍ୟ ପଙ୍ଗପାଳ ଉପଦ୍ରବ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ପଙ୍ଗପାଳ ନିୟନ୍ତ୍ରଣ କରିବା ନେଇ ଆଲୋଚନା କରାଯାଇଥିଲା। ଆବଶ୍ୟକ ହେଲେ ପଙ୍ଗପାଳ ନିୟନ୍ତ୍ରଣ ପାଇଁ ଦମକଳ ଜରିଆରେ ପ୍ରଭାବିତ ଅଞ୍ଚଳରେ ଔଷଧ ସିଞ୍ଚନ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri