ପଙ୍ଗପାଳ ଦାଉରୁ ରକ୍ଷା ପାଇଁ କୃଷି ପରାମର୍ଶ

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ଫସଲ ପାଇଁ ବଡ଼ ଶତ୍ରୁ ହେଉଛନ୍ତି ପଙ୍ଗପାଳ କୀଟ। ବର୍ତ୍ତମାନ ପଙ୍ଗପାଳ ଦଳ ରାଜସ୍ଥାନ ଅତିକ୍ରମ କରି ମଧ୍ୟପ୍ରଦେଶରେ ପହଞ୍ଚି ଗଲେଣି। ଓଡ଼ିଶା ମାଡ଼ି ଆସିବାର ମଧ୍ୟ ସମ୍ଭାବନା ରହିଛି। ଏମାନଙ୍କ ଆକ୍ରମଣରୁ ଫସଲକୁ ସୁରକ୍ଷା ଦେବା ପାଇଁ ମଙ୍ଗଳବାର କୃଷି ଓ ଖାଦ୍ୟ ନିର୍ଦ୍ଦେଶାଳୟ ଏବଂ ଓୟୁଏଟିର ସମ୍ପ୍ରସାରଣ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ କୃଷି ପରାମର୍ଶ ଦିଆଯାଇଛି। ଆମର ସୀମାବର୍ତ୍ତୀ ରାଜ୍ୟରେ ପଙ୍ଗପାଳ ଦଳ ପହଞ୍ଚିଲେ ଆମ କ୍ଷେତରେ ଥିବା ଫସଲ ଉପରେ ପ୍ରତିଷେଧକ ବ୍ୟବସ୍ଥା ହିସାବରେ ୫ ପ୍ରତିଶତ ନିମ୍ବମଞ୍ଜି ଉଦ୍ଧୃତାଂଶ (ଏନ୍‌ଏସ୍‌କେଇ)ର ଦ୍ରବଣକୁ ଏକର ପ୍ରତି ୨୦୦ ଲିଟର ହିସାବରେ ଉପରବେଳା ସିଞ୍ଚନ କରିବାକୁ କୁହାଯାଇଛି। ନଚେତ୍‌ ଏହା ବଦଳରେ ବଜାରରେ ମିଳୁଥିବା ୩୦୦ ପିପିଏମ୍‌ର ନିମ୍ବ ଆଧାରିତ କୀଟବିଷକୁ ଏକର ପ୍ରତି ଏକ ଲିଟର ହିସାବରେ ୨୦୦ ଲିଟର ପାଣି ସହିତ ମିଶାଇ ମଧ୍ୟ ଉପରବେଳା ସିଞ୍ଚନ କରାଯାଇପାରେ। ସେହିପରି ପଙ୍ଗପାଳ ଦଳ ଫସଲ କିଆରିରେ ପହଞ୍ଚି ଯାଇଥିଲେ, ସେଗୁଡ଼ିକୁ ବିଭିନ୍ନ ଉପାୟରେ ଯଥା ଟିଣ ବାଡ଼େଇ, କଣ୍ଟାଯୁକ୍ତ ଡାଳରେ ପିଟି ଘଉଡ଼ାଇବାର ବ୍ୟବସ୍ଥା କରନ୍ତୁ। ସନ୍ଧ୍ୟା ସମୟରେ ପଙ୍ଗପାଳ ବସିଥିବା ବଡ଼ ବଡ଼ ଗଛ ତଳେ ପଲିଥିନ୍‌ ଜରି ବିଛାଇ ଡାଳଗୁଡ଼ିକୁ ହଲାଇଦେଲେ, ସେମାନେ ଜରି ଉପରେ ଗଳିପଡ଼ିବେ। ସେଗୁଡ଼ିକୁ ସଂଗ୍ରହ କରି କିରୋସିନ ମିଶ୍ରିତ ପାଣିରେ ବୁଡ଼ାଇ ମାରି ଦିଅନ୍ତୁ। ଏତଦ୍‌ ବ୍ୟତୀତ କୀଟମାନଙ୍କ ଦ୍ୱାରା ଆକ୍ରାନ୍ତ ଫସଲ ଉପରେ ଉପରୋକ୍ତ ନିମ୍ବ ଆଧାରିତ କୀଟନାଶକ ସିଞ୍ଚନ କରନ୍ତୁ କିମ୍ବା ଏକର ପ୍ରତି ୪୦୦ ମିଲି ପ୍ରୋଫେନୋଫସ୍‌ ୫୦ ଇସିକୁ ୨୦୦ ଲିଟର ପାଣିରେ ମିଶାଇ ସିଞ୍ଚନ କରିବା ପାଇଁ ପରାମର୍ଶ ଦିଆଯାଇଛି। ଅଧିକ କିଛି ଜାଣିବା ପାଇଁ ନିକଟସ୍ଥ କୃଷି ବିଜ୍ଞାନ କେନ୍ଦ୍ର ଓ କୃଷି ସମ୍ପ୍ରସାରଣ ଅଧିକାରୀଙ୍କ ସହିତ ଯୋଗାଯୋଗ କରିବା ପାଇଁ ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri