ପଙ୍ଗପାଳ ଦାଉରୁ ରକ୍ଷା ପାଇଁ କୃଷି ପରାମର୍ଶ

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ଫସଲ ପାଇଁ ବଡ଼ ଶତ୍ରୁ ହେଉଛନ୍ତି ପଙ୍ଗପାଳ କୀଟ। ବର୍ତ୍ତମାନ ପଙ୍ଗପାଳ ଦଳ ରାଜସ୍ଥାନ ଅତିକ୍ରମ କରି ମଧ୍ୟପ୍ରଦେଶରେ ପହଞ୍ଚି ଗଲେଣି। ଓଡ଼ିଶା ମାଡ଼ି ଆସିବାର ମଧ୍ୟ ସମ୍ଭାବନା ରହିଛି। ଏମାନଙ୍କ ଆକ୍ରମଣରୁ ଫସଲକୁ ସୁରକ୍ଷା ଦେବା ପାଇଁ ମଙ୍ଗଳବାର କୃଷି ଓ ଖାଦ୍ୟ ନିର୍ଦ୍ଦେଶାଳୟ ଏବଂ ଓୟୁଏଟିର ସମ୍ପ୍ରସାରଣ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ କୃଷି ପରାମର୍ଶ ଦିଆଯାଇଛି। ଆମର ସୀମାବର୍ତ୍ତୀ ରାଜ୍ୟରେ ପଙ୍ଗପାଳ ଦଳ ପହଞ୍ଚିଲେ ଆମ କ୍ଷେତରେ ଥିବା ଫସଲ ଉପରେ ପ୍ରତିଷେଧକ ବ୍ୟବସ୍ଥା ହିସାବରେ ୫ ପ୍ରତିଶତ ନିମ୍ବମଞ୍ଜି ଉଦ୍ଧୃତାଂଶ (ଏନ୍‌ଏସ୍‌କେଇ)ର ଦ୍ରବଣକୁ ଏକର ପ୍ରତି ୨୦୦ ଲିଟର ହିସାବରେ ଉପରବେଳା ସିଞ୍ଚନ କରିବାକୁ କୁହାଯାଇଛି। ନଚେତ୍‌ ଏହା ବଦଳରେ ବଜାରରେ ମିଳୁଥିବା ୩୦୦ ପିପିଏମ୍‌ର ନିମ୍ବ ଆଧାରିତ କୀଟବିଷକୁ ଏକର ପ୍ରତି ଏକ ଲିଟର ହିସାବରେ ୨୦୦ ଲିଟର ପାଣି ସହିତ ମିଶାଇ ମଧ୍ୟ ଉପରବେଳା ସିଞ୍ଚନ କରାଯାଇପାରେ। ସେହିପରି ପଙ୍ଗପାଳ ଦଳ ଫସଲ କିଆରିରେ ପହଞ୍ଚି ଯାଇଥିଲେ, ସେଗୁଡ଼ିକୁ ବିଭିନ୍ନ ଉପାୟରେ ଯଥା ଟିଣ ବାଡ଼େଇ, କଣ୍ଟାଯୁକ୍ତ ଡାଳରେ ପିଟି ଘଉଡ଼ାଇବାର ବ୍ୟବସ୍ଥା କରନ୍ତୁ। ସନ୍ଧ୍ୟା ସମୟରେ ପଙ୍ଗପାଳ ବସିଥିବା ବଡ଼ ବଡ଼ ଗଛ ତଳେ ପଲିଥିନ୍‌ ଜରି ବିଛାଇ ଡାଳଗୁଡ଼ିକୁ ହଲାଇଦେଲେ, ସେମାନେ ଜରି ଉପରେ ଗଳିପଡ଼ିବେ। ସେଗୁଡ଼ିକୁ ସଂଗ୍ରହ କରି କିରୋସିନ ମିଶ୍ରିତ ପାଣିରେ ବୁଡ଼ାଇ ମାରି ଦିଅନ୍ତୁ। ଏତଦ୍‌ ବ୍ୟତୀତ କୀଟମାନଙ୍କ ଦ୍ୱାରା ଆକ୍ରାନ୍ତ ଫସଲ ଉପରେ ଉପରୋକ୍ତ ନିମ୍ବ ଆଧାରିତ କୀଟନାଶକ ସିଞ୍ଚନ କରନ୍ତୁ କିମ୍ବା ଏକର ପ୍ରତି ୪୦୦ ମିଲି ପ୍ରୋଫେନୋଫସ୍‌ ୫୦ ଇସିକୁ ୨୦୦ ଲିଟର ପାଣିରେ ମିଶାଇ ସିଞ୍ଚନ କରିବା ପାଇଁ ପରାମର୍ଶ ଦିଆଯାଇଛି। ଅଧିକ କିଛି ଜାଣିବା ପାଇଁ ନିକଟସ୍ଥ କୃଷି ବିଜ୍ଞାନ କେନ୍ଦ୍ର ଓ କୃଷି ସମ୍ପ୍ରସାରଣ ଅଧିକାରୀଙ୍କ ସହିତ ଯୋଗାଯୋଗ କରିବା ପାଇଁ ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri