ପଛପଟୁ ପିଟିଲା ୧୦ ଚକିଆ ଟ୍ରକ୍‌, ବାଇକ୍‌ ଆରୋହୀ ମୃତ

ଢେଙ୍କିକୋଟ, ୫।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ୨୦ନଂ ଜାତୀୟ ରାଜପଥ ଗୋପାଳପୁର ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ଏକ ଦଶଚକିଆ ଟ୍ରକ୍‌ ବାଇକ୍‌କୁ ଧକ୍କା ଦେବା ଫଳରେ ବାଇକ୍‌ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ମଡ଼ମସିଣାବିଲା ପଞ୍ଚାୟତ ନୂଆଗାଁ ଗ୍ରାମର ଇନ୍ଦ୍ରମଣି ମହାନ୍ତ(୪୦)। ସେ ଜଣେ ମେକାନିକ୍‌ ଭାବେ କାମ କରୁଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ଇନ୍ଦ୍ରମଣି ରାତିରେ ବାଇକ ଯୋଗେ କେନ୍ଦୁଝରରୁ ଘରକୁ ଫେରୁଥିବାବେଳେ ଗୋପାଳପୁର ମାଳତୀ ଭାରତ ଗ୍ୟାସ ନିକଟରେ ଏକ ଲୁହାପଥର ବୋଝେଇ ଟ୍ରକ ତାଙ୍କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ସେ ଛିଟିକି ପଡ଼ିଥିଲେ। ତାଙ୍କର ଦୁଇ ଗୋଡ଼ ଭାଙ୍ଗି ଯିବା ସହ ମୁଣ୍ଡରେ ଆଘାତ ଲାଗିଥିଲା। ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଏନେଇ ଖବର ପାଇବା ପରେ ସଦର ଥାନା ଏସ୍‌ଆଇ ଦୁଷ୍ମନ୍ତ କୁମାର ସିଂହ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ଓ ବାଇକ୍‌କୁ ଜବତ କରିଛନ୍ତି। ଥାନାରେ ଏନେଇ ଏକ ମାମଲା(୩୬୯/୧୯) ରୁଜୁ ହେବା ସହ ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

ମଦ ବିରୋଧରେ ତାତିଲେ ମହିଳା: ଦୋକାନରେ ପକାଇଲେ ତାଲା

ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାଙ୍କୀଛନ୍ଦା ଗ୍ରାମରେ ବେଆଇନ ଦେଶୀ ଓ ବିଦେଶୀ ମଦ ଦୋକାନରେ ମହିଳା ଗୋଷ୍ଠୀ ମଙ୍ଗବଳାର ତାଲା ପକାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri