ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦଙ୍କ ଶେଷକୃତ୍ୟ ସମ୍ପନ୍ନ

ରାଇକିଆ,୧୯ା୬(ଡି.ଏନ୍‌.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ଚନ୍ଦ୍ରକାନ୍ତ ପ୍ରଧାନଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୂର୍ବ ଲଦାଖ ସୀମା ଗଲ୍‌ୱାନ୍‌ ଉପତ୍ୟକାରେ ଚାଇନା ସୈନିକଙ୍କ ଆକ୍ରମଣରେ ଦେଶ ପାଇଁ ପ୍ରାଣବଳୀ ଦେଇ ଶହୀଦ ହୋଇଥିବା ଚନ୍ଦ୍ରକାନ୍ତ ପ୍ରଧାନଙ୍କ ପାର୍ଥିବ ଶରୀର ଶୁକ୍ରବାର ସକାଳ ୭ଟାରେ ରାଇକିଆରେ ପହଞ୍ଚିଥିଲା। ହଜାର ହଜାର ଲୋକଙ୍କ ଉପସ୍ଥିତିରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇ ଥିଲା। ସେନା ପକ୍ଷରୁ ତୋପ ସଲାମୀ ଦିଆଯାଇଥିଲା। କୃଷି ଓ ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ ସାହୁ, କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ, ଜି ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ, ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜିଲାପାଳ ବୃନ୍ଦା ଡି. ଏସ୍‌ ପି ପ୍ରତୀକ ସିଂଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପାର୍ଥିବ ଶରୀର ପହଞ୍ଚିବା ପରେ ମଣ୍ଡାକିଆଠାରୁ ଏକ ବାଇକ୍‌ ଶୋଭାଯାତ୍ରା ଶହୀଦ ଚନ୍ଦ୍ରକାନ୍ତ ଅମର ରହେ ସ୍ଲୋଗାନ ଦେଇ ପାଙ୍ଗନାଜୁ ପଡ଼ିଆ ପର୍ଯ୍ୟନ୍ତ ନିଆଯାଇଥିଲା। ପରେ ତାଙ୍କ ଜନ୍ମଭୂମି ବିଅରପଙ୍ଗାରେ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

‘ମୁଖ୍ୟମନ୍ତ୍ରୀ ବସ୍‌’ ଅଟକାଇ ଚାଳକଙ୍କୁ ଠେଙ୍ଗା ଦେଖାଇ ଧମକ: ଭିଡିଓ ଭାଇରାଲ୍‌ ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପ୍ରତାପଗିରି ଗ୍ରାମରେ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ (MBS) ଯୋଜନାରେ ଚାଲୁଥିବା ଏକ ସରକାରୀ…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri