Posted inରାଜ୍ୟ

ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ନବୀନଙ୍କ ଶପଥ ଗ୍ରହଣ: ନୂଆ ମନ୍ତ୍ରୀଙ୍କୁ ‘ଟାଇମ୍‌’ ମନ୍ତ୍ର

ଭୁବନେଶ୍ୱର,୩୦ା୫(ବ୍ୟୁରୋ):ରାଜ୍ୟରେ ପୁଣିଥରେ ବିଜେଡି କ୍ଷମତାସୀନ ହୋଇଛି। ଦଳର ସଭାପତି ନବୀନ ପଟ୍ଟନାୟକ ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ପରେ ନୂଆ ମନ୍ତ୍ରିମଣ୍ଡଳ ଗଠନ ହୋଇଛି। ମନ୍ତ୍ରୀମାନଙ୍କ ବିଭାଗ ମଧ୍ୟ ବଣ୍ଟନ ଶେଷ ହୋଇଛି। ବୁଧବାର ଅପରାହ୍ନରେ ସଚିବାଳୟଠାରେ ଅନୁଷ୍ଠିତ ନୂଆ ମନ୍ତ୍ରିମଣ୍ଡଳର ପ୍ରଥମ ମନ୍ତ୍ରୀ ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀ ମନ୍ତ୍ରୀମାନଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ସାଢ଼େ ୪କୋଟି ଲୋକ ଆଶୀର୍ବାଦ ଦେଇ ଆମକୁ ସେବା କରିବାର ସୁଯୋଗ ଦେଇଛନ୍ତି। ଏଭଳି ବିଶ୍ୱାସ ପାଇଁ ମୁଁ ଗଭୀର ଭାବେ ଓଡ଼ିଶାବାସୀଙ୍କ ନିକଟରେ ଋଣୀ। ଏବେ ଆଉ ଅପେକ୍ଷା କରିବାର ବେଳ ନାହିଁ। ସାଢ଼େ ୪କୋଟି ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ନିଷ୍ଠାର ସହ ପାଳନ କରିବାକୁ ହେବ। ଏଥିପାଇଁ ସମସ୍ତଙ୍କୁ ମିଳିମିଶି କଠିନ ପରିଶ୍ରମ କରିବାକୁ ପଡ଼ିବ। ପୂର୍ବରୁ ନବୀନ ୪-ଟି (ଟିମ୍‌ ଓ୍ବାର୍କ, ଟ୍ରାନ୍ସପରେନ୍ସି, ଟେକ୍ନୋଲୋଜି ଏବଂ ଟ୍ରାନ୍ସଫର୍ମେଶନ୍‌) ଉପରେ ଗୁରୁତ୍ୱ ଦେଇଆସୁଥିଲେ। ମାତ୍ର ପଞ୍ଚମ ପାଳିରେ ନବୀନ ଏଥିରେ ଆଉ ଗୋଟିଏ ଟି (ଟାଇମ୍‌) ଯୋଡ଼ିଛନ୍ତି। ଏଣିକି ଟିମ୍‌ ଓ୍ବାର୍କ, ଟ୍ରାନ୍ସପରେନ୍ସି, ଟେକ୍ନୋଲୋଜି, ଟ୍ରାନ୍ସଫର୍ମେଶନ୍‌ ପରେ ଟାଇମ୍‌ (୫-ଟି) ଅନୁଯାୟୀ କାର୍ଯ୍ୟ କରିବାକୁ ହେବ। ନିର୍ବାଚନ ସମୟରେ ଲୋକମାନଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତିକୁ ନିଷ୍ଠାର ସହିତ ଏବଂ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଏହି ଲକ୍ଷ୍ୟରେ କାମ କରିବା ପାଇଁ ନୂଆ ମନ୍ତ୍ରୀମାନଙ୍କୁ ସେ ପରାମର୍ଶ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସମୟ ସବୁଠୁ ଗୁରୁତ୍ୱପୂର୍ଣ୍ଣ। ବର୍ତ୍ତମାନର ଯୁବପିଢି ଦ୍ରୁତଗତିରେ ଆଗକୁ ବଢ଼ିବାକୁ ପସନ୍ଦ କରୁଛନ୍ତି। ଯଦି ବାତ୍ୟା ‘ଫନୀ’ ପୂର୍ବରୁ ନିର୍ଦ୍ଧାରିତ ସମୟରେ ଲୋକମାନଙ୍କୁ ସ୍ଥାନାନ୍ତର କରାଯାଇପାରି ନ ଥାଆନ୍ତା ତେବେ ଆଜି ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ପ୍ରଶଂସିତ ହୋଇପାରି ନ ଥାଆନ୍ତା। ଏଥିସହିତ ୯୦ ଦିନରେ ଏସୀୟ କ୍ରୀଡ଼ା ଆୟୋଜନ କରିବା, ୩୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳା ମିଶନ ଶକ୍ତି ଗଠନ କରିବା, ପଟ ପରିବର୍ତ୍ତନ ଭଳି ଯୁଗାନ୍ତକାରୀ କାଳିଆ ଯୋଜନା ଘୋଷଣା ହେବାର ୧୫ ଦିନ ମଧ୍ୟରେ ଜାତୀୟସ୍ତରରେ ପ୍ରଶଂସିତ ହୋଇପାରି ନ ଥାଆନ୍ତା। ୩୦ ଦିନ ମଧ୍ୟରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମଧ୍ୟ କାର୍ଯ୍ୟକାରୀ କରାଯାଇପାରି ନ ଥାନ୍ତା। ଓଡ଼ିଶାର ଜନସାଧାରଣ ଏଭଳି ଶାସନ ପଦ୍ଧତିକୁ ପସନ୍ଦ କରିଛନ୍ତି।
ମନ୍ତ୍ରିମଣ୍ଡଳ ବୈଠକରେ ନିର୍ବାଚନୀ ଇସ୍ତାହାରକୁ ଅନୁମୋଦନ କରାଯାଇଛି। ନିର୍ବାଚନ ସମୟରେ ଦିଆଯାଇଥିବା ପ୍ରତିଶ୍ରୁତିକୁ କେତେ ପାଳନ କରାଯାଇଛି, ତାହା ବର୍ଷ ପରେ ଅର୍ଥାତ ୨୦୨୦ ମେ’ ୨୯ ତାରିଖରେ ଲୋକମାନଙ୍କ ଆଗରେ ରଖିବାକୁ ପଡ଼ିବ। ଏଥିପାଇଁ ମନ୍ତ୍ରୀମାନଙ୍କୁ ସେମାନଙ୍କର ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ପରୋକ୍ଷରେ ଚେତାବନୀ ମଧ୍ୟ ଦେଇଛନ୍ତି। ନୂଆ ଓଡ଼ିଶା ଓ ସଶକ୍ତ ଓଡ଼ିଶା ଗଠନ ପାଇଁ ମନ୍ତ୍ରୀମାନେ ଦିନରାତି କଠିନ ପରିଶ୍ରମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ନୂଆ ଓ ସଶକ୍ତ ଓଡ଼ିଶା, ଯାହାକି ଦାରିଦ୍ର୍ୟକୁ ଅତୀତ ବୋଲି ଧରିବାକୁ ପଡ଼ିବ। ରାଜ୍ୟର ବିକାଶରେ ମହିଳା ଓ ଦୁର୍ବଳ ବର୍ଗଙ୍କ ସମାନ ଭାଗୀଦାର ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ନୂଆ ଓଡ଼ିଶା, ଯାହା ଯୁବଗୋଷ୍ଠୀଙ୍କ ସ୍ବପ୍ନକୁ ସାକାର କରିବା ଦିଗରେ ସହାୟକ ହେବ। ଓଡ଼ିଶା ସମୟ ଆସିଯାଇଛି ବୋଲି ବିଶ୍ୱବାସୀ ଜାଣିବା ଦରକାର। ଏଥିପାଇଁ ବର୍ତ୍ତମାନଠାରୁ କାର୍ଯ୍ୟ କରିବାର ସମୟ ଆରମ୍ଭ ହେଲା ବୋଲି ମୁଖ୍ୟମନ୍ତ୍ରୀ ନୂତନ ମନ୍ତ୍ରୀମାନଙ୍କୁ କାର୍ଯ୍ୟ କରିବାର ଶୈଳୀ ଶିଖାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

୫ ଓରାଙ୍ଗଉଟାନଙ୍କୁ ଆଣିବା ପାଇଁ ନନ୍ଦନକାନନରୁ ବାହାରିଲା ଏକ ଟିମ୍ : ଅନ୍ତର୍ଜାତୀୟ ସ୍ମଗଲିଂ ସନ୍ଦେହ

ନନ୍ଦନକାନନ,୮।୯: ଓଡ଼ିଶାରେ କେବେ ଓରାଙ୍ଗଉଟାନ ଦେଖାଯାଇଥିବା ନଜିର ନ ଥିବା ବେଳେ ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରୁ ୫ଟି ଓରାଙ୍ଗଉଟାନ ଠାବ ହେବା ଘଟଣାକୁ ନେଇ ଚାଞ୍ଚଲ୍ୟ…

ପାଞ୍ଚ ଦିନିଆ ଦୁବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮।୯: ପାଞ୍ଚ ଦିନିଆ UAE ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାକୁ ଅଧିକ ପୁଞ୍ଜି ଆକର୍ଷଣ କରିବା ସହ ରାଜ୍ୟରେ ଶିଳ୍ପ ଓ ନିଯୁକ୍ତି ସୁଯୋଗ ବୃଦ୍ଧି…

ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri