ପଞ୍ଚମ କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରକାଶ କଲା ବିଏମ୍‌ସି, ନିଷିଦ୍ଧାଞ୍ଚଳ ହେଲା ସୂର୍ଯ୍ୟନଗର

ଭୁବନେଶ୍ୱର, ୨ା୪(ବ୍ୟୁରୋ): ଭୁବନେଶ୍ୱରରୁ ବୁଧବାର ଚିହ୍ନଟ ହୋଇଥିବା ଓଡ଼ିଶାର ୫ମ କରୋନା ଆକ୍ରାନ୍ତଙ୍କ ପରିଚୟ ଲୋକଲୋଚନକୁ ଆଣିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ସେ ହେଲେ ପ୍ରଦୀପ୍ତ ଦଳବେହେରା। ୟୁନିଟ୍‌-୭ ଅନ୍ତର୍ଗତ ଓ୍ବାର୍ଡ ନଂ. ୪୬ସ୍ଥିତ ସୂର୍ଯ୍ୟନଗରର ପ୍ଲଟ୍‌ ନଂ.୩୭ରେ ରୁହନ୍ତି। ଜନହିତ ପାଇଁ ଆକ୍ରାନ୍ତଙ୍କ ପରିଚୟ ଜଣାଇବା ନିହାତି ଜରୁରୀ ବୋଲି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି। ତେବେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନେ ହୋମ୍‌ କ୍ବାରାଣ୍ଟାଇନ୍‌ରେ ରହିବା ସହ ଟୋଲ୍‌ ଫ୍ରି ନଂ.୧୦୪କୁ ଫୋନ୍‌ କରି ନିଜେ ନିଜର ନାମ ପଞ୍ଜୀକରଣ କରିବା ପାଇଁ କମିଶନର  ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ପ୍ରଦୀପ୍ତ ବିଗତ ଦିନରେ ବିଦେଶ ବା ଅନ୍ୟ ରାଜ୍ୟ ଗସ୍ତ କରିନାହାନ୍ତି। ଏହାସତ୍ତ୍ୱେ ସେ କରୋନାରେ ଆକ୍ରାନ୍ତ ଥିବା ସାମ୍ନାକୁ ଆସିଛି। ତେଣୁ ସଂକ୍ରମଣକୁ ଏଇଠୁ ରୋକିବା ଓ ଉକ୍ତ ଅଞ୍ଚଳର ଲୋକଙ୍କୁ ସଚେତନ କରିବା ପାଇଁ ବିଏମ୍‌ସି ଆକ୍ରାନ୍ତଙ୍କ ନାମ ଲୋକଲୋଚନକୁ ଆଣିଛି। ଲୋକେ ମଧ୍ୟ ସାବଧାନ ରୁହନ୍ତୁ। ଏଥିସହ ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୂର୍ଯ୍ୟନଗର ଅଞ୍ଚଳକୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି। ସଂଯୋଗ କରୁଥିବା ସମସ୍ତ ପ୍ରବେଶ ଓ ପ୍ରସ୍ଥାନ ପଥକୁ ବନ୍ଦ କରାଯାଇଛି। ଜୋନାଲ ଡେପୁଟି କମିଶନର ରବି ନାରାୟଣ ଜେଠିଙ୍କ ନେତୃତ୍ୱରେ ଗୋପବନ୍ଧୁ ଛକରୁ ଏଲ୍‌ଆଇସି ଛକ, ଏଲ୍‌ଆଇସି ଛକରୁ ଗଙ୍ଗନଗର ଛକ, ଗଙ୍ଗନଗର ଛକରୁ ଶିରିପୁର ଛକ ଓ ଶିରିପୁର ଛକରୁ ଗୋପବନ୍ଧୁ ଛକକୁ ସମ୍ପୂର୍ଣ୍ଣ ସିଲ୍‌ କରିଦିଆଯାଇଛି। ଲୋକେ ଭୟଭୀତ ନ ହୋଇ ସଚେତନ ରହି ବିଏମ୍‌ସିକୁ ସହଯୋଗ କରିବାକୁ କମିଶନର ନିବେଦନ କରିଛନ୍ତି। ଏପରି କି ଉକ୍ତ ଅଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ଖୋଲା ରହୁଥିବା ଦୋକାନ ଏବଂ ମଲ୍‌ ମଧ୍ୟ ବନ୍ଦ କରାଯିବାକୁ ନିଷ୍ପତ୍ତି ନିଆଯାଇଛି।

କମିଶନର କହିଛନ୍ତି, କୌଣସି ଲୋକେ ବାହାରକୁ ବାହାରିବେ ନାହିଁ। ସ୍ବତନ୍ତ୍ର ଭାବେ ଚିହ୍ନଟ କେତେଜଣ ବ୍ୟକ୍ତି ସମ୍ପୃକ୍ତ ଅଞ୍ଚଳରେ ସେବା ଯୋଗାଇବେ। ହେଲ୍ପଲାଇନ ନଂ.୧୯୨୯ରେ କଲ୍‌ କରି ବିଏମ୍‌ସିକୁ ଲୋକେ ସମସ୍ୟା ଜଣାନ୍ତୁ। ଲୋକଙ୍କୁ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଓ ସହାୟତା ଯୋଗାଇ ଦିଆଯିବ। ସେହିଭଳି ଏହି ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ଦୈନିକ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ଏନେଇ ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ଗଠନ କରାଯାଇଥିବାବେଳେ ସେମାନେ ଘରକୁ ଘର ବୁଲି ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବେ। ଏହାବ୍ୟତୀତ ଆକ୍ରାନ୍ତଙ୍କ ପରିବାରବର୍ଗଙ୍କୁ ଯଦି ଅନ୍ୟ କୌଣସି ବ୍ୟକ୍ତିବିଶେଷ ଅଣଦେଖା କିମ୍ବା ବାସନ୍ଦ କରିବାକୁ ପ୍ରୟାସ କରନ୍ତି ତା’ହେଲେ ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କମିଶନର ଚୌଧାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?