ପଞ୍ଚରିଡା ବନାଞ୍ଚଳ: ପଥପାର୍ଶ୍ୱ ବନୀକରଣ ଦିଗହରା, ୨ ହଜାର ଗଛରୁ ବଞ୍ଚିଛି ମାତ୍ର ୨୦୦

ନୟାଗଡ଼ ଅଫିସ,୨୧ା୧୨: ନୟାଗଡ଼ ବନଖଣ୍ଡ ପଞ୍ଚରିଡ଼ା ବନାଞ୍ଚଳରେ ପଥପାର୍ଶ୍ୱ ବନୀକରଣ ଦିଗହରା ହୋଇପଡିଛି। ପ୍ରାୟ ୪ବର୍ଷ ତଳେ ଲଗାଯାଇଥିବା ଚାରା ବର୍ତ୍ତମାନ ସେଠାରେ ଦେଖିବାକୁ ମିଳୁନାହିଁ। ସବୁଜ ବନାନୀ ପାଇଁ ବନ ବିଭାଗ ପକ୍ଷରୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଉଛି। ହେଲେ ରକ୍ଷଣାବେକ୍ଷଣ ଅଭାବରୁ ଏହି କାର୍ଯ୍ୟକ୍ରମ ସଫଳ ହୋଇପାରୁ ନାହିଁ। ଏଥିରେ ଲକ୍ଷାଧିକ ଟଙ୍କା ବାଟମାରଣା ହୋଇଥିବାରୁ ଏହାର ତଦନ୍ତ ପୂର୍ବକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।
ପ୍ରକାଶ ଯେ, ପଞ୍ଚରିଡ଼ା ବନାଞ୍ଚଳ ପକ୍ଷରୁ ବିରୁଡ଼ା ପଞ୍ଚାୟତର ବିରୁଡ଼ା (ଶ୍ୟାମଘନପୁର)ଠାରୁ କାଉତରା ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶ୍ୱରେ ବନବିଭାଗ ପକ୍ଷରୁ ପଥପାର୍ଶ୍ୱ ବନୀକରଣ କରାଯାଇଥିଲା। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ୨୦୧୫-୧୬ ଆର୍ଥିକବର୍ଷରେ ଚାରା ରୋପଣ କରାଯାଇଥିଲା। ୨୦୦୦ ଚାରା ରୋପଣ କରାଯାଇଥିବା ବେଳେ ୪ ବର୍ଷ ପାଇଁ ଏହାର ରକ୍ଷଣାବେକ୍ଷଣ ସହିତ ମୋଟ ୧୬ ଲକ୍ଷ ୫୯ ହଜାର ୯୫୬ ଟଙ୍କା ବ୍ୟୟ ଅଟକଳ ରଖାଯାଇଥିଲା। ପଥପାର୍ଶ୍ୱରେ ନିମ୍ବ, ଆମ୍ବ, ଶାଗୁଆନ ଆଦି ଗଛ ଲଗାଯାଇଥିଲା। ୪ ବର୍ଷ ଭିତରେ ଗଛ ବଞ୍ଚାଇବା ଦାୟିତ୍ୱ ମଧ୍ୟ ବନ ବିଭାଗର ଥିଲା। ହେଲେ ବିଭାଗୀୟ ଅଣଦେଖା ଯୋଗୁ ବର୍ତ୍ତମାନ ୨୦୦୦ ଜାଗାରେ ମାତ୍ର ୨୦୦ ଗଛ ବଞ୍ଚତ୍ଥିବା ଦେଖିବାକୁ ମିଳିଛି। ବନବିଭାଗ ଯଦି ଠିକ୍‌ ଭାବେ ଏହାର ଦାୟିତ୍ୱ ନେଇଥାନ୍ତା ତେବେ ରାସ୍ତାପାର୍ଶ୍ୱରେ ଲାଗିଥିବା ଗଛ ବଞ୍ଚତ୍ଥାନ୍ତା ବୋଲି ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି। ଅନ୍ୟପଟେ ୨୦୦୦ ଗଛ ବଦଳରେ ମାତ୍ର କିଛି ଗଛ ଲଗାଯାଇ ଲକ୍ଷାଧିକ ଟଙ୍କାର ବିଲ୍‌ କରି ଟଙ୍କା ହଡ଼ପ କରାଯାଇଥିବା ଭଳି ସଙ୍ଗିନ ଅଭିଯୋଗ ହେଉଛି। ଏଥିରେ ଦୁର୍ନୀତର ଗନ୍ଧ ବାରି ହେଉଥିବା ଅଞ୍ଚଳରେ ଚର୍ଚ୍ଚା ହେଉଛି। ତେଣୁ ଏହାର ତଦନ୍ତ କରାଯିବା ସହିତ ଯେଉଁମାନେ ଏଥିରେ ସମ୍ପୃକ୍ତ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସାଧାରଣରେ ଦାବି ହେଉଛି। ଏ ସମ୍ପର୍କରେ ପଞ୍ଚରିଡ଼ା ରେଞ୍ଜର ଅର୍ଚ୍ଚନା ଗମାଙ୍ଗଙ୍କୁ ପଚାରିବାରୁ ସେ କହିଥିଲେ, ଦୁଇମାସ ତଳେ ରେଞ୍ଜର ଭାବେ ଯୋଗ ଦେଇଥିବାରୁ ଏ ବିଷୟରେ ଜାଣି ନାହିଁ। ତଥାପି ଘଟଣା ବିଷୟରେ ବୁଝି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ ବୋଲି ସେ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri