ପଞ୍ଚାୟତର ଗରିବଙ୍କୁ ମିଳିବ ରନ୍ଧାଖାଦ୍ୟ, ପଞ୍ଜୀକୃତ ଉଠାଦୋକାନୀ ପାଇବେ ୩ ହଜାର ଟଙ୍କାର ସହାୟତା

ଭୁବନେଶ୍ୱର,୨୮ା୩(ବ୍ୟୁରୋ)- ମହାମାରୀ କରୋନା ଯୋଗୁ ଲକଡାଉନ ଘୋଷଣା ପରେ ନିମ୍ନଶ୍ରେଣୀର ଗରିବଙ୍କ ମୁଣ୍ଡରେ ଚଡ଼କ ପଶିଯାଇଛି। ଦିନ ମଜୁରିଆ, ଶ୍ରମିକ, ମଜଦୁର ଭଉଣୀଭାଇମାନେ ରୋଜଗାର ନ ପାଇ ଏକରକମ ଭାଙ୍ଗି ପଡ଼ିଛନ୍ତି। ତେବେ ଏମାନଙ୍କ ସୁବିଧା କରିବାକୁ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତାର ଘୋଷଣା କରିଛନ୍ତି। ସେ ଘୋଷଣାପତ୍ରରେ ଜଣାଇଛନ୍ତି ଯେ, ପ୍ରତି ପ୍ରଞ୍ଚାୟତର ଶହେରୁ ଦୁଇଶହ ପର୍ଯ୍ୟନ୍ତ ଗରିବ ଲୋକଙ୍କୁ ପ୍ରତିିଦିନ ରନ୍ଧାଖାଦ୍ୟ ଯୋଗାଇଦିଆଯିବ। ଏହି ରନ୍ଧାଖାଦ୍ୟ ଗ୍ରାମର ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି) ଜରିଆରେ ବଣ୍ଟନ ହେବ। ଏହାସହ ରନ୍ଧାଖାଦ୍ୟ ସେମାନେ ଘରକୁ ମଧ୍ୟ ନେଇପାରିବେ। ଏହାଦ୍ୱାରା ଦଶଲକ୍ଷ ଗରିବ ଓ ନିରାଶ୍ରୟ ଲୋକ ଉପକାର ହେବେ। ଅପରପକ୍ଷେ ଲକଡାଉନ ଘୋଷଣା ପରେ କ୍ଷୁଦ୍ର ଉଠାଦୋକାନୀମାନଙ୍କ ବେପାରରେ ମାଡ଼ ହୋଇଥିଲା। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ୧୧୪ଟି ପୌରାଞ୍ଚଳର ପଞ୍ଜୀକୃତ ଉଠାଦୋକାନୀମାନଙ୍କ ପାଇଁ ମଧ୍ୟ ୩ହଜାର ଟଙ୍କାର ସହାୟତା ଦିଆଯିବ ବୋଲି ଘୋଷଣା କରିଛନ୍ତି। ଏହାଦ୍ୱାରା ରାଜ୍ୟର ୬୫ହଜାର ପଞ୍ଜୀକୃତ ଉଠାଦୋକାନୀ ଉପକୃତ ହେବେ। ଗତ ଶୁକ୍ରବାର ମଧ୍ୟ ମୁଖ୍ୟମନ୍ତ୍ରୀ ଗରିବମାନଙ୍କ ପାଇଁ ୩ ମାସର ରାଶନ ଏବଂ ୪ ମାସର ଭତ୍ତା ଦେବାର ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri