Posted inଜାତୀୟ

ପଞ୍ଚାୟତର ନିର୍ଦ୍ଦେଶକ୍ରମେ ଯୁବକଙ୍କୁ ଚପଲରେ ପିଟିଲେ ମହିଳା: ଭିଡିଓ ଭାଇରାଲ

ପାଟନା,୨୯।୧୧: ବିହାରର ବୈଶାଳୀ ଜିଲାରେ ପଞ୍ଚାୟତର ନିର୍ଦ୍ଦେଶକ୍ରମେ ଜଣେ ମହିଳା ଯୁବକଙ୍କୁ ଚପଲରେ ପିଟିବା ଘଟଣାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହା ଦେଶରି ଥାନା ଅଞ୍ଚଳର ମୁରୌତପୁର ଗାଁର ବୋଲି ଜଣାପଡିଛି। ଭିଡିଓରେ ଦେଖିବାକୁ ମିଳିଛି କେତେଜଣଙ୍କ କହିବା ଅନୁଯାୟୀ ମହିଳା ଜଣକ ଯୁବକଙ୍କୁ କଡା କଥା କହିବା ସହ ଚପଲରେ ମାଡ ମାରୁଛନ୍ତି। ଏହାସହ ଯୁବକଙ୍କ ଉପରେ ପଞ୍ଚାୟତ ପକ୍ଷରୁ ୨୧ ହଜାର ଟଙ୍କା ଜରିମାନା ମଧ୍ୟ କରାଯାଇଛି। ଆହୁରି ମଧ୍ୟ ଚେତାବନୀ ଦିଆଯାଇଛି ଯଦି ପୁଣିଥରେ ଯୁବକ ଏଭଳି ଭୁଲ୍‌ କରନ୍ତି ତେବେ ୨ଲକ୍ଷ ୫୧ହଜାର ଟଙ୍କା ଜରିମାନା ଦେବାକୁ ପଡିବ। ସୂଚନାଯୋଗ୍ୟ, ଯୁବକ ଜଣକ ବେଆଇନ ଭାବେ ଜଣଙ୍କ ଘରେ ପଶିଯିବାରୁ ତାଙ୍କୁ ଏହି ଦଣ୍ଡ ମିଳିବା ସହ ଗାଁରୁ ତାଙ୍କ ପରିବାରକୁ ବାସନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ୟୁପିରେ ଅଦଳବଦଳ

ନିକଟରେ ଉତ୍ତର ପ୍ରଦେଶ(ୟୁପି)ରେ ବାବୁ ଅଦଳବଦଳ କରାଯାଇଛି। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟରେ ୨୦୨୪ ବ୍ୟାଚ୍‌ର ୧୮ ଜଣ ଯୁବ ଆଇଏଏସ୍‌ ଅଧିକାରୀଙ୍କୁ ଆସିଷ୍ଟାଣ୍ଟ ମାଜିଷ୍ଟ୍ରେଟରୁ ଜଏଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri