ପଞ୍ଚାୟତସ୍ତରୀୟ ନୂଆଁଖାଇ ଭେଟ୍‌ଘାଟ୍‌

ଖଡିଆଳ,୧୭।୯(ଡି.ଏନ.ଏ.)
ନୂଆପଡା ଜିଲା ଖଡିଆଳ ଲାଞ୍ଜି ଗ୍ରାମପଞ୍ଚାୟତଠାରେ ପଞ୍ଚାୟତସ୍ତରୀୟ ନୂଆଁଖାଇ ଭେଟ୍‌ଘାଟ୍‌ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଗ୍ରାମର ଝାଙ୍କର ତଥା ସରପଞ୍ଚ ହିରାଧର ମାଝି ଧୂପ, ଦୀପ, ନୂଆ ଚାଉଳ ଦେଇ ଧରିତ୍ରୀ ମାତାଙ୍କୁ ପୂଜାର୍ଚ୍ଚନା କରିଥିଲେ । ପରେ ଅତିଥିମାନଙ୍କୁ ଗୁମୁର ଓ ବିଭିନ୍ନ ବାଦ୍ୟ ବଜାଇ ସଭା ସ୍ଥଳକୁ ପାଛୋଟି ନେଇଥିଲେ । ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ତଥା ଲାଞ୍ଜି ଗ୍ରାମର ସମିତି ସଭ୍ୟ ବାଳକୃଷ୍ଣ ଶବର ସଭାପତିତ୍ୱ କରିଥିବା ବେଳେ କୋମନା ବ୍ଲକ ଅଧ୍ୟକ୍ଷ ମନୋଜ ମିଶ୍ର ମୁଖ୍ୟଅତିଥି, ମୁଖ୍ୟବକ୍ତା ଶିକ୍ଷାବିତ ତଥା ଡ. ମେଜର ରାମଚନ୍ଦ୍ର ମିଶ୍ର, ସମ୍ମାନିତ ଅତିଥି ଭାବେ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ପାଣ୍ଡେ, ସରପଞ୍ଚ ନନ୍ଦଲାଲ ପାଣ୍ଡେ, ବିଧଉର ଶବର, ଦହିମଟ ଭୋଇ, ଅନୁପ ସିଂଦେଓ, ଅବନୀ ସିଂହନିନା, କକିତା ବିଶିଙ୍କ ସମେତ ୨୨ ଜଣ ସରପଞ୍ଚ, ସମିତି ସଭ୍ୟାସଭ୍ୟ ଯୋଗଦେଇଥିଲେ। ଏହି ନୂଆଁଖାଇ ଭେଟଘାଟ ଉତ୍ସବରେ ଅଧ୍ୟକ୍ଷ, ସରପଞ୍ଚ, ସମିତିସଭ୍ୟାସଭ୍ୟ ଏକତାର ସହ ମନମାଲିନ୍ୟ ଭୁଲି ଖଡିଆଳ ପଞ୍ଚାୟତ ସମିତି ଓ ପଞ୍ଚାୟତ ବିକାଶ ତଥା ଜନସାଧାରଣଙ୍କ ସେବକ ରୂପେ କାର୍ଯ୍ୟ କରିବାକୁ ମତ ପ୍ରକାଶ କରିଥିଲେ । ନୂଆଁଖାଇ ଭେଟଘାଟରେ ବ୍ଲକ ଅଧ୍ୟକ୍ଷ ବାଳକୃଷ୍ଣ ଶବର ପରିଚାଳନା କରିଥିବା ବେଳେ ନାଏବ ସରପଞ୍ଚ ରମ୍ଭା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା

ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri