ପଞ୍ଚାୟତସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀ:ବିଦ୍ୟାଳୟ ଆନୁଷଙ୍ଗିକ ବ୍ୟବସ୍ଥାରେ ସୁଧାର ଦରକାର

ନୂଆପଡା ଅଫିସ,୨୫ା୮
ନୂଆପଡା ଜିଲା କୁରୁମପୁରୀ ଭଳି ଗ୍ରାମପଞ୍ଚାୟତ ଅଞ୍ଚଳରେ ପ୍ରାଥମିକ ଶିକ୍ଷାର ଉନ୍ନତିର ଆବଶ୍ୟକତା ରହିଛି । ଏଥିପାଇଁ ବିଦ୍ୟାଳୟଗୁଡିକର ଭିତ୍ତିଭୂମିର ବିକାଶ କରିବା ଜରୁରୀ । ଏଗୁଡିକର ଆନୁଷଙ୍ଗିକ ବ୍ୟବସ୍ଥାରେ ସୁଧାର ଆଣିବା ଆବଶ୍ୟକତା ରହିଛି ବୋଲି ମତ ପ୍ରକାଶ ପାଇଛି। ଶନିବାର ସ୍ଥାନୀୟ କୁରୁପୁରୀଠାରେ ଅନୁଷ୍ଠିତ ପଞ୍ଚାୟତସ୍ତରୀୟ ପ୍ରଧାନଶିକ୍ଷକ ସମ୍ମିଳନୀରେ ଅତିିଥିମାନେ ଯୋଗଦେଇ ଏହି ମତ ଦେଇଛନ୍ତି ।
ପୂର୍ବାହ୍ନରେ ଅନୁଷ୍ଠିତ ବୈଠକରେ ସ୍ଥାନୀୟ ସରପଞ୍ଚ ଇନେଶ୍ୱରୀ ଅହୀର ସଭାପତିତ୍ୱ କରିଥିବା ବେଳେ ଜିଲା ପରିଷଦ ସଭ୍ୟ ସୁଶୀଲ ଅହୀର ମୁଖ୍ୟ ଅତିଥି, କାର୍ଯ୍ୟ ନିର୍ବାହୀ ଅଧିକାରୀ ଗୋପେଶ୍ୱର ବ୍ରହ୍ମା, ପଞ୍ଚାୟତ ସମସ୍ତ ୱାର୍ଡ ସଭ୍ୟାସଭ୍ୟଙ୍କ ସମେତ ୧୬ଟି ବିଦ୍ୟାଳୟ ପ୍ରଧାନଶିକ୍ଷକ ସମୂହ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ସିଆରସିସି ସୁବଳ ଶ୍ୟାମ ପଣ୍ଡା ପରିଚାଳନା କରିଥିଲେ। ଏହି ଅବସରରେ ପ୍ରଧାନଶିକ୍ଷକମାନେ ବିଦ୍ୟାଳୟଗୁଡିକରେ ପାଚେରି, ଶ୍ରେଣୀ କୋଠରି, ଶୌଚାଳୟ, ରୋଷେଇ ଘର, ରାସ୍ତା ଆଦି ଅବସ୍ଥା ରହିଥିବା ସମସ୍ୟା ଉପରେ ଉପସ୍ଥାପନ କରିଥିଲେ। ଅନ୍ୟପକ୍ଷେ ଅତିଥିମାନେ ବର୍ତ୍ତମାନ ସରକାର ପଞ୍ଚାୟତକୁ ସବୁ କ୍ଷମତା ଦେଇଥିବାବେଳେ ଦାୟିତ୍ୱ ନ୍ୟସ୍ତ କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଆଗକୁ ସବୁ ପ୍ରକାର ଉନ୍ନତି ପାଇଁ ଧ୍ୟାନ ଦିଆଯିବ ବୋଲି କହିଥିଲେ । ବିଦ୍ୟାଳୟଗୁଡିକ ଆନୁଷଙ୍ଗିକ ବ୍ୟବସ୍ଥା କରିବା ଆମରି କର୍ତ୍ତବ୍ୟ ବୋଲି କହିଥିଲେ। ସେହିଭଳି ବିଦ୍ୟାଳୟଗୁଡିକ ଉପରେ ଅଞ୍ଚଳର ପ୍ରାଥମିକ ଶିକ୍ଷା ନିର୍ଭର କରୁଛି । ତେଣୁ ଗୁଣାତ୍ମକ ଶିକ୍ଷା କିପରି ହୋଇପାରିବ ସେଥିପ୍ରତି ଶିକ୍ଷକ, ଅଭିଭାବକମାନଙ୍କ ସମନ୍ବୟର ଆବଶ୍ୟକତା ରହିଛି ବୋଲି ଅତିଥିମାନେ କହିଥିଲେ। ସରପଞ୍ଚ ଅହୀର ସମସ୍ୟାଗୁଡିକର ସମାଧାନ ପର୍ଯ୍ୟାୟକ୍ରମେ କରାଯିବ ବୋଲି କହିଥିଲେ । ଏଥିପାଇଁ ସବୁ ପ୍ରକାର ପ୍ରୟାସ କରିବେ ବୋଲି କହିଥିଲେ। ଚତୁର୍ଦ୍ଦଶ ଅର୍ଥକମିଶନରୁ ସମସ୍ତ ସ୍କୁଲକୁ ଗ୍ୟାସ ସଂଯୋଗ ଦିଆଯିବ ବୋଲି କହିଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ର, ଅଭିଭାବକମାନେ ଯୋଗଦେଇଥିଲେ। ଶେଷରେ ସୁବଳ ଶ୍ୟାମ ପଣ୍ଡା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri